Posted inଜାତୀୟ

ବିରୋଧ ସତ୍ତ୍ୱେ ଲାଗୁହେଲା ସିଏଏ

ନୂଆଦିଲ୍ଲୀ,୧୨ା୩: ୨୦୨୪ ସାଧାରଣ ନିର୍ବାଚନର ଠିକ୍‌ ପୂର୍ବରୁ କେନ୍ଦ୍ର ସରକାର ନାଗରିକତ୍ୱ ସଂଶୋଧନ ଆଇନ୍‌(ସିଏଏ) ନେଇ ସୋମବାର ବିଜ୍ଞପ୍ତି ଜାରି କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସିଏଏରେ ବ୍ୟବସ୍ଥିତ ହୋଇଥିବା ଆଇନକୁ ସାର୍ବଜନୀନ କରାଯିବା ସହ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ପୂର୍ବରୁ ୨୦୧୯ ଡିସେମ୍ବର ୧୧ରେ ଏହି ବିଲ୍‌୍‌୍‌ ପାର୍ଲାମେଣ୍ଟରେ ପାସ୍‌ ହୋଇଥିଲା। ପଡ଼ୋଶୀ ଆଫଗାନିସ୍ତାନ, ପାକିସ୍ତାନ, ବାଂଲାଦେଶରେ ଧାର୍ମିକ ନିର୍ଯାତନା ଯୋଗୁ ବିତାଡ଼ିତ ହୋଇ ଭାରତରେ ଶରଣ ନେଇଥିବା ସଂଖ୍ୟାଲଘୁ ମାନଙ୍କୁ ଭାରତୀୟ ନାଗରିକତା ଯୋଗାଇବ ଏହି ଆଇନ୍‌। ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଏହି ୩ ପଡ଼ୋଶୀ ଦେଶରୁ ଭାରତରେ ଶରଣ ନେଇଥିବା ହିନ୍ଦୁ, ଶିଖ୍‌, ବୌଦ୍ଧ, ଜୈନ୍‌, ପାର୍ସି ଓ ଖ୍ରୀଷ୍ଟିଆନମାନେ ଏହି ଆଇନ୍‌ ଦ୍ୱାରା ନାଗରିକତା ପାଇପାରିବେ। ଡିସେମ୍ବର ୧୦, ୨୦୧୯ରେ ଲୋକ ସଭାରେ ଏହି ବିଲ୍‌ ପାସ୍‌ ହୋଇଥିଲା। ବିଲ୍‌ ସପକ୍ଷରେ ୩୧୧ଟି ଭୋଟ ପଡ଼ିଥିବାବେଳେ ବିପକ୍ଷରେ ୮୦ଟି ଭୋଟ ପଡ଼ିଥିଲା। ସେହିପରି ଡିସେମ୍ବର ୧୧, ୨୦୧୯ରେ ରାଜ୍ୟସଭାରେ ଏହି ବିଲ୍‌ ପାସ୍‌ ହୋଇଥିଲା। ବିଲ୍‌ ସପକ୍ଷରେ୧୨୫ଟି ଭୋଟ ପଡ଼ିଥିବାବେଳେ ବିପକ୍ଷରେ ୧୦୫ଟି ଭୋଟ ପଡ଼ିଥିଲା। ରାଷ୍ଟ୍ରପତିଙ୍କ ମଞ୍ଜୁରି ମିଳିବା ପରେ ଡିସେମ୍ବର ୧୨, ୨୦୧୯ରେ ଏହି ବିଲ୍‌ ଆଇନରେ ପରିଣତ ହୋଇଥିଲା। ତେବେ ଏହି ଆଇନରେ ମୁସଲୀମ୍‌ ଧର୍ମକୁ ବାଦ ଦିଆଯାଇଥିବାରୁ ଏହାକୁ ନେଇ ଦେଶବ୍ୟାପୀ ବିଭିନ୍ନ ବିରୋଧୀ ଦଳ ଓ ସଂଗଠନ ତରଫରୁ ପୂର୍ବରୁ ମାସ ମାସ ଧରି ପ୍ରତିବାଦ କରାଯାଇଥିଲା। ଏହି ଆନ୍ଦୋଳନରେ ଶତାଧିକ ଲୋକଙ୍କ ଜୀବନ ଯାଇଥିଲା। ଭାରତକୁ ଧର୍ମୀୟ ଆଧାରରେ ବିଭାଜିତ କରି ଅର୍ଥନୈତିକ ମନ୍ଥରତା ଓ ବେକାରୀ ସମସ୍ୟାରୁ ବିଭ୍ରାନ୍ତ କରିବାକୁ କେନ୍ଦ୍ର ସରକାର ଏହି ବିଲ ଆଣିଥିବା ଅଭିଯୋଗ କରି ବିଭିନ୍ନ ବିରୋଧୀ ଦଳ ଓ ସଂଗଠନ ପକ୍ଷରୁ ସିଏଏ ବିରୋଧୀ ଆନ୍ଦୋଳନକୁ ତୀବ୍ରତର କରାଯାଇଥିଲା। ଦେଶବ୍ୟାପୀ ପ୍ରବଳ ବିରୋଧ ଯୋଗୁ କେନ୍ଦ୍ର ସରକାର ଏହି ଆଇନ୍‌କୁ ଦୀର୍ଘ ୪ ବର୍ଷ ଧରି ସ୍ଥଗିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri