ଦିଶାହୀନ ରାଜ୍ୟ ପର୍ଯ୍ୟଟନ

ଭୁବନେଶ୍ୱର,୧୨।୩(ବ୍ୟୁରୋ):  କୋଭିଡ୍‌-୧୯ ମହାମାରୀ ପରେ ରାଜ୍ୟକୁ ବିଦେଶୀ ପର୍ଯ୍ୟଟକ ଆସୁନାହାନ୍ତି। ଯେଉଁ ଘରୋଇ ପର୍ଯ୍ୟଟକ ଆସୁଛନ୍ତି ସେମାନଙ୍କ ପାଇଁ ଉପଯୁକ୍ତ ଭିତ୍ତିଭୂମି ନାହିଁ। ସୁରକ୍ଷା, ରହଣି, ପଯର୍ର୍‌ୟଟନ ସ୍ଥଳ ଭିତ୍ତିଭୂମି ବିକାଶ ଆଦି ବହୁ ପଛରେ ପଡିଛି। ରାଜ୍ୟ ପର୍ଯ୍ୟଟନ ଏକ ଦିଶାହୀନ ଅବସ୍ଥା ଦେଇ ଗତି କରୁଛି। ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ବଜେଟରେ ଯେତିକି ବ୍ୟୟବରାଦ କରାଯାଉଛି ତାହା ସମୁଦ୍ରକୁ ଶଙ୍ଖେ। ରାଜ୍ୟରେ ବ୍ୟାପକ ସୁଯୋଗ ରହିଥିଲେ ମଧ୍ୟ ଆନ୍ତରିକତା ଅଭାବରୁ ପର୍ଯ୍ୟଟନ କ୍ଷେତ୍ରରେ ରାଜ୍ୟ ବହୁ ପଛରେ ପଡ଼ିଛି। ପର୍ଯ୍ୟଟନ କ୍ଷେତ୍ର ପ୍ରତି ହେଉଥିବା ଅବହେଳାକୁ ନେଇ ବିଧାନସଭା ଷ୍ଟାଣ୍ଡିଂ କମିଟି ଗଭୀର ଉଦ୍‌ବେଗ ପ୍ରକାଶ କରିଛି।
ବିଧାନସଭାରେ ଉପସ୍ଥାପନ କରାଯାଇଥିବା କମିଟି ରିପୋର୍ଟ ମୁତାବକ ରାଜ୍ୟ ସରକାର ରାଜ୍ୟରେ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ଓ ପରିଚାଳନା ପାଇଁ ବଜେଟରେ ଯେଉଁ ବ୍ୟୟବରାଦ କରୁଛନ୍ତି ତାହା ପର୍ଯ୍ୟାପ୍ତ ନୁହେଁ। ୨୦୨୧-୨୨ ଓ ୨୦୨୨-୨୩ ବଜେଟରେ ଏଥିପାଇଁ ପୂର୍ବ ବର୍ଷ ତୁଳନାରେ ମାତ୍ର ୭.୪୪ ପ୍ରତିଶତ ବୃଦ୍ଧି କରାଯାଇଛି। ୨୦୨୩-୨୪ ବଜେଟରେ ଗତ ବଜେଟ ତୁଳନାରେ ମାତ୍ର ୭ ପ୍ରତିଶତ ଅଧିକ ବ୍ୟୟବରାଦ କରାଯାଇଛି। ଅର୍ଥାତ୍‌ ଗତ ବଜେଟରେ ପର୍ଯ୍ୟଟନ ଭିତ୍ତିଭୂମି ବିକାଶ ପାଇଁ ୩୭୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ଚଳିତ ବଜେଟରେ ୪୦୦ କୋଟି ବ୍ୟୟବରାଦ କରାଯାଇଛି। କୋଭିଡ୍‌ ପରେ ରାଜ୍ୟକୁ ପର୍ଯ୍ୟଟକଙ୍କ ସଂଖ୍ୟା ହ୍ରାସ ପାଇଥିବାରୁ ବଜେଟରେ ୧୪ରୁ ୧୫ ପ୍ରତିଶତ ଅଧିକ ବ୍ୟୟବରାଦ କରିବାକୁ କମିଟି ସୁପାରିସ କରିଛି। ଅନ୍ୟପକ୍ଷରେ ରାଜ୍ୟରେ ଋତୁକାଳୀନ ପର୍ଯ୍ୟଟନ କ୍ଷେତ୍ରକୁ ଆଦୌ ଧ୍ୟାନ ଦିଆଯାଉ ନ ଥିବା କମିଟି ଅନୁଧ୍ୟାନ ବେଳେ ଜାଣିବାକୁ ପାଇଛିି। ମେଳା, ଯାନିଯାତ୍ରା କିମ୍ବା ପିକ୍‌ନିକ ପର୍ଯ୍ୟଟନ ସ୍ଥଳଗୁଡ଼ିକ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ବିଶେଷ କରି ପର୍ଯ୍ୟଟନ ସ୍ଥଳଗୁଡ଼ିକରେ ପଲିଥିନର ବହୁଳ ବ୍ୟବହାର ହେଉଛି, ଯାହାକି ପରିବେଶ ପାଇଁ ମାରାତ୍ମକ। ଏସବୁ ସ୍ଥାନରେ ପରିବେଶ ଅନୁକୂଳ ବ୍ୟବସ୍ଥା କରିବା ସହ କଠିନ ବର୍ଜ୍ୟବସ୍ତୁ ପରିଚାଳନା ଉପରେ ଧ୍ୟାନ ଦେବାକୁ କମିଟି ସୁପାରିସ କରିଛିି। ସମୁଦ୍ରକୂଳରେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରିବା ସହ ବୌଦ୍ଧ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଲଳିତଗିରି, ଉଦୟଗିରି ଓ ରତ୍ନଗିରିଠାରେ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ଆୟୋଜନ କରିବାକୁ କୁହାଯାଇଛି। ବିଦେଶୀ ପର୍ଯ୍ୟଟକଙ୍କ ପାଇଁ ହୋମ୍‌ ଷ୍ଟେ ବ୍ୟବସ୍ଥା ସହ ବରିଷ୍ଠ ପର୍ଯ୍ୟଟକମାନଙ୍କ ପାଇଁ ରାଜ୍ୟ ଓ ରାଜ୍ୟ ବାହାରେ ସମସ୍ତ ବ୍ୟବସ୍ଥା କରିବାକୁ କମିଟି ସୁପାରିସ କରିଛିି। କଟକ, ଭୁବନେଶ୍ୱର ଓ ପୁରୀ ଯିବା ବାଟରେ ପରସ୍ରାଗାର, ଓ୍ବାଶରୁମ୍‌, ଖାଦ୍ୟ ପାନୀୟ ଆଦି ବ୍ୟବସ୍ଥା କରିବା ଆବଶ୍ୟକ। କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ସପ୍ତାହାନ୍ତ ପର୍ଯ୍ୟଟନ ସ୍ଥଳର ବିକାଶ ଉପରେ ଧ୍ୟାନ ଦେବାକୁ କମିଟି ସୁପାରିସ କରିଛିି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?