ଡେଷ୍ଟିନି ୧୨୫-ଏକ୍ସଟେକ୍‌ ବଜାର ପ୍ରବେଶ

ଢେଙ୍କାନାଳ/ ଅନୁଗୋଳ ଅଫିସ,୧୦।୫ ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ହିରୋ ମୋଟୋକର୍ପର ଅଧିକୃତ ବିକ୍ରେତା ସୋମ୍‌ ଅଟୋ ପକ୍ଷରୁ ସୋମବାର ଡେଷ୍ଟିନି ୧୨୫ ଏକ୍ସଟେକ୍‌ ସ୍କୁଟରର ବଜାର ପ୍ରବେଶ କରାଯାଇଛି। ଏହି ଉପଲକ୍ଷେ ସୋମ୍‌ ଅଟୋ ଶୋ’ରୁମ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଢେଙ୍କାନାଳ ଆଞ୍ଚଳିକ ପରିବହନ ଅଧିକାରୀ ବସନ୍ତ କୁମାର ମାଝି ଯୋଗଦେଇ କେକ୍‌ କାଟି ଏହାର ଶୁଭାରମ୍ଭ କରିଥିଲେ। ନୂତନ ଜ୍ଞାନକୌଶଳରେ ନିର୍ମିତ ଏହି ସ୍କୁଟରରେ ଅତ୍ୟାଧୁନିକ ଫିଚର ଯଥା- ବ୍ଲୁଟୁଥ୍‌, କନେଷ୍ଟଭିଟି, ଡିଜି ଆନାଲୋଗୋ, ସ୍ପିଡୋମିଟର ଏବଂ ଏଲଇଡି ହେଡ୍‌ ଲ୍ୟାମ୍ପ ଆଦି ରହିଛି। ୫ଟି ରଙ୍ଗରେ ଏହି ସ୍କୁଟର ଉପଲବ୍ଧ। ଏହି ସ୍କୁଟର ଗ୍ରାହକମାନଙ୍କ ଚାହିଦାକୁ ପୂରଣ କରିପାରିବ ବୋଲି ସୋମ୍‌ ଅଟୋର ସ୍ବତ୍ୱାଧିକାରୀ ହର୍ଷବର୍ଦ୍ଧନ ସିଂହଦେଓ ପ୍ରକାଶ କରିଛନ୍ତି। ଏହି ଉତ୍ସବରେ ସୋମ୍‌ ଅଟୋର ସମସ୍ତ କର୍ମଚାରୀ ଓ ଗ୍ରାହକ ବନ୍ଧୁ ଉପସ୍ଥିତ ଥିଲେ।
ସେହିପରି ଅନୁଗୋଳସ୍ଥିତ ଶଙ୍କର ସିନେମା ରୋଡ୍‌ରେ ଥିବା ଗିଏସ୍‌ ସେଣ୍ଟରଠାରେ ପାର୍ବତୀ ହିରୋ ପକ୍ଷରୁ ହିରୋ ଡେଷ୍ଟିନି ୧୨୫ ଏକ୍ସଟେକ୍‌ ଗାଡ଼ିର ଶୁଭ ଉନ୍ମୋଚନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ହିରୋ କମ୍ପାନୀ ଟେରିଟୋରୀ ମ୍ୟାନେଜର ତାବିସ୍‌ ଇକବାଲଙ୍କ ସହିତ ପାର୍ବତୀ ହିରୋର ସ୍ବତ୍ୱାଧିକାରୀ ଅଶୋକ ମାଣ୍ଡୋଠିଆ, ଶ୍ରୀରାମ ମାଣ୍ଡୋଠିଆ, ଅଖିଳ ଭାରତୀୟ ବ୍ୟବସାୟୀ ସଂଘ ଅନୁଗୋଳ ଶାଖା ଅଧ୍ୟକ୍ଷ ରାଜ କୁମାର ଶୁକ୍ଳା, ପବନ ମାଣ୍ଡୋଠିଆ ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତ ବର୍ଗର ଲୋକଙ୍କୁ ଆକର୍ଷିତ କଲା ଭଳି ଏହି ଗାଡ଼ିରେ ବହୁ ଅତ୍ୟାଧୁନିକ ଫିଚର ଦିଆଯାଇଥିବା ପାର୍ବତୀ ହିରୋର ସ୍ବତ୍ୱାଧିକାରୀ ଅଶୋକ ମାଣ୍ଡୋଠିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri