ତଣ୍ଡା ଅଞ୍ଚଳ ତଟକ୍ଷୟ ବଢ଼ିଚାଲିଛି

କେନ୍ଦ୍ରାପଡ଼ା,୧୦ା୬(ଜଗନ୍ନାଥ ଧଳ): ସାବିତ୍ରୀ ଅମାବାସ୍ୟାରେ ସମୁଦ୍ର କୂଳ ଲଘିଂ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଣ୍ଡା ଅଞ୍ଚଳକୁ ପାଣି ପଶିଥିଲା। ତଟକ୍ଷୟର ଏହି ପରିସ୍ଥିତି ତଟାଞ୍ଚଳବାସୀଙ୍କ ମନରେ ଭୟ ଆଣିଛି। ଜିଲାରେ ବଙ୍ଗୋପସାଗରର ୪୮ କିଲୋମିଟର ଲମ୍ବର ତଟରୁ ପ୍ରାୟ ୨୮ କିଲୋମିଟର ଅଞ୍ଚଳରେ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଛି। ସାତଭାୟାଠାରେ ଗତ ବର୍ଷକ ମଧ୍ୟରେ ପ୍ରାୟ ୪୦ ମିଟର ତଟକ୍ଷୟ ହୋଇଛି। ରାଜନଗର ବ୍ଲକ ସାତଭାୟାର ପୁରୁଣା ପଞ୍ଚୁବରାହୀ ମନ୍ଦିର ଓ ବରାହୀପୁର ଏହି ବର୍ଷାଋତୁ ମଧ୍ୟରେ ଇତିହାସ ପାଲଟିବାକୁ ଯାଉଥିବା ବେଳେ ସମୁଦ୍ରର ଆଖି ନିକଟସ୍ଥ ସୁନେଇ ରୂପେଇ ଜଙ୍ଗଲ ଉପରେ ପଡିଛି। ଏହାର ନିରାକରଣ ପାଇଁ ସାତଭାୟାର ଅବଶିଷ୍ଟ ଚାଷଜମିକୁ ହେନ୍ତାଳବଣ ସୃଷ୍ଟି କରିବା ଆବଶ୍ୟକ ହୋଇପଡିଛି।
ବଗପାଟିଆକୁ ସ୍ଥାନାନ୍ତର ଓ ବରାହୀପୁରର ମୂଳ ନିବାସୀ ସୁଦର୍ଶନ ସ୍ବାଇଁ କହିଛନ୍ତି, ସାତଭାୟା ପଞ୍ଚାୟତ ୭ ରାଜସ୍ବ ଗ୍ରାମକୁ ନେଇ ଗଠିତ ହୋଇଥିଲା। ଏହି ରାଜସ୍ବ ଗ୍ରାମଗୁଡିକ ୫ ଦଶନ୍ଧି ମଧ୍ୟରେ ସମୁଦ୍ର ଗର୍ଭକୁ ଚାଲି ଯାଇଥିବା ବେଳେ ଏବେ ମଗରକନ୍ଦା, ଅଢ଼ସଲ ପ୍ରଭୃତି ପଡା ଗ୍ରାମ କିଛି ମାତ୍ରାରେ ଅଛି। ସମୁଦ୍ରର ଦ୍ରୁତ ତଟକ୍ଷୟ ସ୍ଥାନୀୟ ଅଞ୍ଚଳରୁ ସ୍ଥାନାନ୍ତର ହେବା ପାଇଁ ବାଧ୍ୟ କରିଛି। ଏ ନେଇ ୪ ଦଶନ୍ଧିର ସଂଘର୍ଷ ପରେ ଗତ ୪ ବର୍ଷ ପୂର୍ବେ ଏହି ଅଞ୍ଚଳର ୫୭୧ ପରିବାରଙ୍କୁ ନିକଟସ୍ଥ ବଗପାଟିଆକୁ ସ୍ଥାନାନ୍ତର କରାଯାଇଛି। ଜୁଆର ମାଡ ଏଠାରେ ପ୍ରବଳ ହେଉଥିବାରୁ ସୁନେଇ ରୂପେଇ ଜଙ୍ଗଲ ନଷ୍ଟ ହେବା ଆଶଙ୍କା ଦେଖାଦେଇଛି। ଏହାର ଦୀର୍ଘକାଳୀନ ନିରାକରଣ ନ ହେଲେ ଉପାନ୍ତ ଅଞ୍ଚଳବାସୀ ବିପଦରେ ପଡିବେ। ପରିବେଶବିତ୍‌ ହେମନ୍ତ କୁମାର ରାଉତ କହିଛନ୍ତି, ତଟକ୍ଷୟକୁ ରୋକିବା ପାଇଁ ସାତଭାୟାର ଅବଶିଷ୍ଟ ଚାଷ ଜମିକୁ ହେନ୍ତାଳବଣରେ ପରିଣତ କରିବା ଆବଶ୍ୟକ। ପେଣ୍ଠଠାରେ ଜିଓ ସିନ୍ଥେଟିକ ଟ୍ୟୁବ୍‌ ୱାଲ୍‌ ନିର୍ମାଣ ହୋଇଛି। ଏହି ଜିଓ ଟ୍ୟୁବ୍‌ ୱାଲ୍‌ ସମୁଦ୍ର ଜୁଆର ମାଡକୁ ସହିପାରୁନାହିଁ। ଏଠାରେ ଥିବା ଗାବିଅନ ବକ୍ସକୁ ଛିଡାଇ ପଥରଗୁଡିକୁ ସମୁଦ୍ର ନିଜ ଗର୍ଭକୁ ନେଇଯାଉଛି। ଏପରି କି ଏହାର ସୁରକ୍ଷା ପାଇଁ ନିର୍ମାଣ ହୋଇଥିବା ପଥରବନ୍ଧ ମଧ୍ୟ ଏଥିରୁ ବାଦ୍‌ ପଡୁନାହିଁ। ପରିବେଶ ଓ ପାଣିପାଗ ପରିବର୍ତ୍ତନ ସହ ବିଶ୍ୱତାପନ ଫଳରେ ସମୁଦ୍ରର ଜଳପତନ ବୃଦ୍ଧି ପାଉଛି। ଅମାବାସ୍ୟା, ପୂର୍ଣ୍ଣିମା ଆଦି ତିଥିରେ ଆସୁଥିବା ଜୁଆର ଲୁଣାବନ୍ଧକୁ ଡେଇଁ ଯାଉଛି। ସୁରକ୍ଷା ପ୍ରାଚୀର ଭାବେ ହେନ୍ତାଳବଣ ବୃଦ୍ଧିର ଆବଶ୍ୟକତା ଅଛି। ତେବେ ଏହି ଆର୍ଦ୍ରଭୂମିରେ ହେନ୍ତାଳବଣ ବୃଦ୍ଧି ପାଇଁ ଯଥେଷ୍ଟ ପରିମାଣର ମଧୁର ଜଳ ପହଞ୍ଚତ୍ ପାରୁନାହିଁ। ଆର୍ଦ୍ରଭୂମି ପାଇଁ ଅନୂ୍ୟନ ୪୦ ପ୍ରତିଶତ ମଧୁର ଜଳ ଆବଶ୍ୟକତା ଥିବା ବେଳେ ଖରାଦିନେ ମାତ୍ର ୧୫ ପ୍ରତିଶତ ପହଞ୍ଚତ୍ ପାରୁଛି। ରାଜନଗରର ସାମାଜିକ କର୍ମୀ ପ୍ରମିଳା ମଲ୍ଲିକ କହିଛନ୍ତି, ଅଗରନାସୀ ଦ୍ୱୀପ ପୂର୍ବରୁ ୭ କିଲୋମିଟର ଲମ୍ବ ଥିଲା। ଏହା ତଣ୍ଡା ଅଞ୍ଚଳର ଜୁଆରମାଡ ପାଇଁ ଏକ ସୁରକ୍ଷା କବଚ ଭାବେ କାର୍ଯ୍ୟ କରୁଥିଲା। ମାତ୍ର ୨୦୨୨ ମସିହାରୁ ଅଗରନାସୀ ଦ୍ୱୀପ ସମ୍ପୂର୍ଣ୍ଣ ଭାବେ ସମୁଦ୍ର ଗର୍ଭକୁ ଚାଲିଯାଇଛି। ଏହା ପରଠାରୁ ତଣ୍ଡା ସହ ସ୍ଥାନୀୟ ସୁନିତି, ବାବର ଆଦି ପଞ୍ଚାୟତ ଅସୁରକ୍ଷିତ ହୋଇଯାଇଛି। ପୂର୍ଣ୍ଣିମା, ଅମାବାସ୍ୟା, ସାମୁଦ୍ରିକ ଝଡ଼ ସମୟରେ ଜୁଆର ପାଣି କୂଳ ଲଙ୍ଘୁଛି। ଧନଜୀବନ ସୁରକ୍ଷା ଆଶଙ୍କାରେ ଜୀବନ ଏଠାରେ ବିତୁଛି। ଏ ସମ୍ପର୍କରେ ରେଞ୍ଜର ପ୍ରଦୋଷ ମହାରଣାଙ୍କୁ ପଚାରିବାରେ ତଟାଞ୍ଚଳରେ ହେନ୍ତାଳବଣ ସୃଷ୍ଟି ପାଇଁ ଗୁରୁତ୍ୱ ଦିଆଯାଇଛି। ସାତଭାୟା, ପେଣ୍ଠ ଆଦି ଅଞ୍ଚଳରେ ବହୁ ପରିମାଣରେ ଚାରା ଲାଗିଛି। ତଟକ୍ଷୟ ସମ୍ପର୍କରେ ବିଶ୍ଳେଷକଙ୍କୁ ଅବଗତ କରାଇ ରିପୋର୍ଟ ପ୍ରସ୍ତୁତ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?