ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା

ଭୁବନେଶ୍ୱର,୧ା୬(ବ୍ୟୁରୋ): ବିକାଶ ନଁାରେ ରାଜ୍ୟରେ ବୃକ୍ଷସମ୍ପଦକୁ କାଟି ପଦା କରି ଦିଆଯାଉଛି। ଫଳରେ ପରିବେଶ ସନ୍ତୁଳନ ବିଗିଡ଼ିବା ସହ ଜଳବାୟୁର ପ୍ରତିକୂଳ ପରିସ୍ଥିତି ଭୋଗିବାକୁ ପଡୁଛି। ବାତ୍ୟା, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟ ପାଇଁ ବଡ଼ ବିପତ୍ତିରେ ପରିଣତ ହେଲାଣି। ଅସମୟରେ ଲଗାତାର ବାତ୍ୟା ଆଗମନ ଓଡ଼ିଶା ପାଇଁ ସତର୍କ ଘଣ୍ଟି ହୋଇଛି। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ଓ ରାସ୍ତା ପାଇଁ ଜଙ୍ଗଲ ଜମିକୁ ଅଣ ଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ବିଭିନ୍ନ ପ୍ରକଳ୍ପ ପାଇଁ ଗତ ୧୦ ବର୍ଷ ମଧ୍ୟରେ ରାଜ୍ୟରେ ପ୍ରାୟ ୫୫ ହଜାର ହେକ୍ଟର ଜଙ୍ଗଲ ଜମି ଅଣଜଙ୍ଗଲ କିସମରେ ପରିଣତ କରାଯାଇଥିବାବେଳେ ରାସ୍ତା ନିର୍ମାଣ ପାଇଁ ୧.୮୫ କୋଟି ଗଛ କାଟି ପଦା କରାଯାଇଛି। ଏପରି ଧାରା ବଜାୟ ରହିଲେ ରାଜ୍ୟକୁ ଆଗାମୀ ଦିନରେ ଆହୁରି ଭୟଙ୍କରପ୍ରାକୃତିକ ବିପତ୍ତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ପରିବେଶବିତ୍‌ ଆଶଙ୍କା କରିଛନ୍ତି।
ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ରାସ୍ତା ନିର୍ମାଣ ଓ ସମ୍ପ୍ରସାରଣ ପାଇଁ ୨୦୧୧ରେ ୧,୧୮,୯୭୧ ଗଛ କଟାଯାଇଥିବାବେଳେ ୨୦୧୨ରେ ୬,୩୪,୮୨୩, ୨୦୧୩ରେ ୧୭,୭୮,୭୩୪, ୨୦୧୪ରେ ୧୬,୯୯୦, ୨୦୧୫ରେ ୧୭,୩୩,୩୮୫, ୨୦୧୬ରେ ୬୨,୦୩,୯୩୬, ୨୦୧୭ରେ ୧୮,୦୭,୯୦୯, ୨୦୧୮ରେ ୧୩,୧୦,୩୧୪, ୨୦୧୯ରେ ୨୦,୪୪,୭୮୨, ୨୦୨୦ରେ ୨୬,୭୭,୬୮୬ ଏବଂ ୨୦୨୧ ମାର୍ଚ୍ଚ ୩୦ ଯାଏ ୧,୭୩,୨୧୮ ବୃକ୍ଷ ଛେଦନ କରାଯାଇଛି।
ସେହିପରି ଏହି ସମୟ ମଧ୍ୟରେ ୪୮୬ ପ୍ରକଳ୍ପ ପାଇଁ ରାଜ୍ୟର ୫୩,୩୯୫.୬୦ ହେକ୍ଟର ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବାକୁ ଅନୁମତି ଦିଆଯାଇଛି। ୮୪ଟି ଜଳସେଚନ ପ୍ରକଳ୍ପ ପାଇଁ ୯,୭୭୭.୪୬ ହେକ୍ଟର ଜଙ୍ଗଲ ଜମିକୁ ବଦଳାଯାଇଥିବାବେଳେ ୨୮ ଶିଳ୍ପ ପାଇଁ ୪୩୦୪.୪୯ ହେକ୍ଟର, ୧୮୭ ଖଣି ପାଇଁ ୨୭୨୫୯.୯୩ ହେକ୍ଟର, ୬ ଶକ୍ତି ପ୍ରକଳ୍ପ ପାଇଁ ୧୧୬.୪୫ ହେକ୍ଟର, ୪୧ ରାସ୍ତା ଓ ପୋଲ ନିର୍ମାଣ ପାଇଁ ୪୬୬.୪୯ ହେକ୍ଟର, ୧୯ ରେଳ ପ୍ରକଳ୍ପ ପାଇଁ ୨୪୧୭.୫୯ ହେକ୍ଟର, ୪ ପ୍ରତିରକ୍ଷା ପ୍ରକଳ୍ପ ପାଇଁ ୩୮୬୫.୨୫ ହେକ୍ଟର, ୩ ବିସ୍ଥାପନ ପ୍ରକଳ୍ପ ପାଇଁ ୩୨୧.୯୪ ହେକ୍ଟର, ୬୬ଟି ବିଦ୍ୟୁତ୍‌ ଟ୍ରାନ୍ସମିଶନ ପାଇଁ ୩୭୧୬.୮୮ ହେକ୍ଟର ଜଙ୍ଗଲ ଜମିକୁ ଅଣ ଜଙ୍ଗଲ ଜମିରେ ପରିଣତ କରାଯାଇଛି। ଏଥିସହିତ ରାଜ୍ୟ ସରକାର ମଧ୍ୟ ଜଙ୍ଗଲ ଅଧିକାର ଆଇନ-୨୦୦୬ ଅନୁଯାୟୀ ବିଭିନ୍ନ ପ୍ରକଳ୍ପ ପାଇଁ ନିଜେ ୭୮.୩୪୮ ହେକ୍ଟର ଜଙ୍ଗଲ ଜମିର କିସମକୁ ବଦଳାଇଛନ୍ତି।
ବିଗତ ବର୍ଷଗୁଡିକୁ ଅନୁଧ୍ୟାନ କଲେ ରାଜ୍ୟରେ ବିଭିନ୍ନ ପ୍ରକଳ୍ପ ପାଇଁ ବିପୁଳ ସଂଖ୍ୟକ ବୃକ୍ଷକୁ ବଳିଦେବାକୁ ପଡିଛି। ୨୦୦୬ରୁ ୨୦୧୨ ମଧ୍ୟରେ ଶିଳ୍ପ, ଖଣି, ଜଳସେଚନ, ରାସ୍ତା ନିର୍ମାଣ, ବିଦ୍ୟୁତ୍‌ ଆଦି ପାଇଁ ୮୮୨୦.୭୭ ହେକ୍ଟର ଜଙ୍ଗଲ ଜମିକୁ ନଷ୍ଟ କରାଯାଇଥିଲା। ସେହିପରି ୨୦୧୧-୧୨ରେ କେତେକ ପ୍ରକଳ୍ପ ପାଇଁ ୧୨.୨୭ ଲକ୍ଷ ବୃକ୍ଷ ବଳି ଦେବାକୁ ପଡ଼ିଛି। ୨୦୧୩ ଜୁନ୍‌ ସୁଦ୍ଧା ରାଜ୍ୟରେ ଖଣି ପାଇଁ ୧୮୦୭୭.୩୨୯ ହେକ୍ଟର ଜଙ୍ଗଲ ଜମି ନଷ୍ଟ ହୋଇଛି। ବିଭିନ୍ନ ଜିଲାରେ ରାଜ୍ୟ ସରକାର ଖଣି ଲିଜ୍‌ଧାରୀଙ୍କୁ ୫୨୦୪୦.୮୦୫ ହେକ୍ଟର ଜଙ୍ଗଲ ଜମି ଲିଜ୍‌ ସୂତ୍ରରେ ପ୍ରଦାନ କରିଛନ୍ତି। ସେହିପରି ୨୦୧୨-୧୩ରୁ ୨୦୧୯-୨୦ ମଧ୍ୟରେ ୨୬୬.୮ ଲକ୍ଷ ହେକ୍ଟର ଜଙ୍ଗଲ ଜମିକୁ ବିଭିନ୍ନ ପ୍ରକଳ୍ପ ପାଇଁ ନଷ୍ଟ କରାଯାଇଛି।
ଏତେ ଧ୍ୱଂସ ହେବା ପରେ ମଧ୍ୟ ରାଜ୍ୟରେ ଜଙ୍ଗଲ ପରିମାଣ ଅଧିକ ରହିଥିବା ଜଙ୍ଗଲ ଓ ପରିବେଶ ବିଭାଗ କହୁଛି। ବିଭାଗୀୟ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିଧାନସଭାକୁ ଦେଇଥିବା ତଥ୍ୟ ଅନୁଯାୟୀ ୨୦୧୯ ସୁଦ୍ଧା ରାଜ୍ୟରେ ୫୧ ହଜାର ୬୧୯ ବର୍ଗ କି.ମି. ଜଙ୍ଗଲ ରହିଛି। ଖାଲି ସେତିକି ନୁହେଁ, ୨୦୧୭ ତୁଳନାରେ ୨୦୧୯ରେ ୨୭୪ ବର୍ଗ କି.ମି. ଜଙ୍ଗଲ ବଢିଛି। ଭାରତୀୟ ବନ ସର୍ବେକ୍ଷଣ ସଂସ୍ଥା ଦ୍ୱାରା ୨୦୧୯ ଆକଳନ ଅନୁଯାୟୀ ରାଜ୍ୟରେ ଜଙ୍ଗଲ ଆଚ୍ଛାଦନ ପରିମାଣ ୫୧ ହଜାର ୬୧୯ କ.ମି. ଏବଂ ବୃକ୍ଷ ଆଚ୍ଛାଦନ ପରିମାଣ ୪ ହଜାର ୬୪୮ ବର୍ଗ କି.ମି. ରହିଛି। ଏ ସବୁକୁ ମିଶାଇ ରାଜ୍ୟରେ ଜଙ୍ଗଲ ଓ ବୃକ୍ଷ ଆଚ୍ଛାଦନ ପରିମାଣ ୫୬ ହଜାର ୨୬୭ ବର୍ଗ କି.ମି. ରହିଥିବା ସେ କହିଛନ୍ତି। ତେବେ ୨୦୧୦-୧୧ରୁ ୨୦୨୦-୨୧ ମଧ୍ୟରେ ରାସ୍ତାଜନିତ କ୍ଷତି ଭରିବା ପାଇଁ ରାଜ୍ୟରେ ୨୯,୮୩,୫୭୩ ବୃକ୍ଷରୋପଣ କରାଯାଇଥିବାବେଳେ ବିଭିନ୍ନ ଜଙ୍ଗଲରେ ୪ ଲକ୍ଷ ୨୮ ହଜାର ୭୧ ବୃକ୍ଷରୋପଣ କରାଯାଇଛି। ଏଥିପାଇଁ ୬୬ କୋଟି ୧୭ ଲକ୍ଷ ୨ ହଜାର ୩୧୩ ଟଙ୍କା ଖର୍ଚ୍ଚ କରାଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri