ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଧାନଚାଉଳ ଖାଇଲେ

ପାଟଣା,୨୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୨୩ ଟିକିଆ ବଣୁଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ଏହି ହାତୀପଲ ରବିବାର ରାତିରେ ସାହାରପଡ଼ା ସେକ୍ସନରୁ ବୈତରଣୀ ନଦୀ ପାର ହୋଇ ପାଟଣା ସେକ୍ସନରେ ଘର ଭାଙ୍ଗିବା ସହ ଘର ଭିତରୁ ଧାନ ଚାଉଳ ଖାଇ ନଷ୍ଟ କରିଛନ୍ତି। ଏହି ହାତୀପଲ ବୈତରଣୀ ନଦୀର ପରମେଶ୍ବର ଶିବମନ୍ଦିର ନିକଟରେ ପାର ହେବା ପରେ ବିଷ୍ଣୁପୁର ଗ୍ରାମର ଅରୁଣ ମିଶ୍ରଙ୍କ କଦଳୀ ବଗିଚା ନଷ୍ଟ କରିଥିଲେ। ଏହା ପରେ ପୁଟୁଳିଆ ଗ୍ରାମର ଶରତ ମହାନ୍ତଙ୍କ ଘର କାନ୍ଥ ଭାଙ୍ଗିବା ପରେ ସାମଖସା ପିଠା ସାହି ଜଙ୍ଗଲ ନିକଟରେ ଘର କରି ରହିଥିବା ମିଥୁନ ମହାନ୍ତଙ୍କ ୩ ବଖରା ଘର ଭାଙ୍ଗି ଛାରଖାର କରିବା ସହ ୭ ବସ୍ତା ଧାନ ୨ ବସ୍ତା ଚାଉଳ ଖାଇଦେଇଛନ୍ତି। ଏଥି ସହ ଅମଳ ପାଇଁ ରଖା ଯାଇଥିବା ଧାନ ବିଡ଼ାକୁ ମଧ୍ୟ ହାତୀପଲ ଖାଇ ନଷ୍ଟ କରିଛନ୍ତି। ହାତୀ ଜେଜେମା ନାତି ଶୋଇଥିବା ଘରେ ହାତୀ କାନ୍ଥ ଭାଙ୍ଗି ଧାନ ଚାଉଳ ଖାଇଥିଲେ ହାତୀ ଆକ୍ରମଣରୁ ରକ୍ଷା ପାଇବା ପାଇଁ ଉଭୟ ଘରୁ ଦୌଡ଼ି ଯାଇ ବିଲକୁ ଚାଲିଯିବାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏବେ ହାତୀପଲ ପାଟଣା ସଂରକ୍ଷିତ ଜଙ୍ଗଲର ଗୋବରା ବେଡ଼ା ଗାଁ ନିକଟରେ ଡେରା ପକାଇଛନ୍ତି। ଗାଁ ନିକଟରେ ହାତୀପଲ ବୁଲୁଥିବାରୁ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri