ପଞ୍ଚଭୂତରେ ବିଲୀନ ହେଲେ ଶାନ୍ତି ଦେବୀ

ଗୁଣପୁର,(ଡି.ଏନ୍‌.ଏ.)/ରାୟଗଡ଼ା ଅଫିସ, ୧୮।୧: ଭୂଦାନ ଆନ୍ଦୋଳନର ଅନ୍ୟତମ ପୁରୋଧା ତଥା ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୮୮ବର୍ଷ ହୋଇଥିଲା। ସୋମବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବଂଶଧାରା ନଦୀ କୂଳରେ ଗାର୍ଡ ଅଫ୍‌ ଅନର ଦିଆଯାଇ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ସିଦ୍ଧାର୍ଥ ଦାସ ମୁଖାଗ୍ନି ଦେଇଥିଲେ। ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନକରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁ ଅପୂରଣୀୟ କ୍ଷତି ବୋଲି ନିଜ ପୋଷ୍ଟରେ ଉଲ୍ଲେଖ କରିଛନ୍ତି। ରବିବାର ରାତିରେ ସେ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବକରି ଚେତାଶୂନ୍ୟ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ଶାନ୍ତି ଦେବୀଙ୍କୁ ମୃତ ଘୋଷଣା କରିଥିଲେ। ଏହି ସମୟରେ ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, ବିଧାୟକ ରଘୁନାଥ ଗମାଙ୍ଗ, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟ ଉପଦେଷ୍ଟା ସୁଧୀର ଦାସ, ଜିଲାପାଳ ସରୋଜ ମିଶ୍ର, ଏସ୍‌ପି ବିବେକାନନ୍ଦ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନାକରି ଓକିଲ ସଂଘ ସମ୍ମିଳନୀ କକ୍ଷରେ ସଭାପତି ବ୍ରହ୍ମାନନ୍ଦ ପଟ୍ଟନାୟକଙ୍କ ସଭାପତିତ୍ୱରେ ଏକ ଶୋକସଭା କରାଯାଇଛି। ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ବିୟୋଗରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ଦେଶର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।
ସମାଜସେବା ପାଇଁ ମିଳିଥିଲା ପଦ୍ମଶ୍ରୀ
୧୯୩୪ ଏପ୍ରିଲ ୧୮ରେ ବାଲେଶ୍ୱର ଜିଲାରେ ଜନ୍ମ ଗ୍ରହଣ କରିଥିଲେ ଶାନ୍ତି ଦେବୀ। ୧୭ ବର୍ଷ ବୟସରେ ଆଚାର୍ଯ୍ୟ ବିନୋବା ଭାବେଙ୍କ ପ୍ରେରଣାରେ ଅନୁପ୍ରାଣିତ ହୋଇ ସମାଜ ସେବା ଆରମ୍ଭ କରିଥିଲେ। ୧୯୫୧ରେ ସାମାଜିକ କର୍ମୀ ଡ. ରତନ ଦାସଙ୍କୁ ସେ ବିବାହ କରିଥିଲେ। ଦୀର୍ଘ ୭ ଦଶନ୍ଧ ଧରି ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ୨୦୨୧ ନଭେମ୍ବର ୯ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମଶ୍ରୀ ଉପାଧିରେ ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri