ସିଦ୍ଧେଶ୍ୱରୀଙ୍କ ମୂର୍ତ୍ତିକୁ ହାଣିଦେଲେ

ଝୁମ୍ପୁରୀ,୬ା୮(ସରୋଜ ନାୟକ): ଯାଜପୁର ଜିଲା ଦଶରଥପୁର ବ୍ଲକ ତଳିହା ପଞ୍ଚାୟତ ସିଦ୍ଧେଶ୍ୱର ଗ୍ରାମର ସିଦ୍ଧେଶ୍ୱର ମହାଦେବଙ୍କ ମନ୍ଦିର ନିକଟରେ ପୂଜା ପାଉଥିବା ସିଦ୍ଧେଶ୍ୱରୀ ଠାକୁରାଣୀଙ୍କ ମୂର୍ତ୍ତିକୁ ହଣାଯାଇଛି। ସେହି ଅଞ୍ଚଳର ଧୀରେନ୍‌ ଜେନା ଶୁକ୍ରବାର ରାତି ୮ଟାରେ ଏକ ଟାଙ୍ଗିଆ ସାହାଯ୍ୟରେ ମା’ଙ୍କ ମୁହଁକୁ ହାଣିବା ସହିତ ମନ୍ଦିରର ବିଭିନ୍ନ ଜାଗାକୁ ଭାଙ୍ଗି ଦେଇଛନ୍ତି। ସ୍ଥାନୀୟ ଅଞ୍ଚଳର ଲୋକଦେଖି ତାଙ୍କୁ କାବୁ କରିବା ସହ ଯାଜପୁର ଥାନାକୁ ଖବର ଦେଇଥିଲେ। ପୋଲିସ୍‌ ପହଞ୍ଚତ୍ ତାଙ୍କୁ ଥାନାକୁ ନେଇଛି। ତେବେ ସେ କାହିଁକି ମୂର୍ତ୍ତିକୁ ହାଣିଲେ ତାହା ତଦନ୍ତ କରାଗଲେ ଜଣାପଡ଼ିବ ବୋଲି ପୋଲିସ ସୂଚନା ଦେଇଛି। ଧୀରେନ ଅଞ୍ଚଳର ବିଭିନ୍ନ ଲୋକଙ୍କ ଘରେ ଶ୍ରମିକଭାବେ କାର୍ଯ୍ୟ କରୁଥିଲେ।
ମାତା ବୈତରଣୀ କୂଳରେ ପ୍ରସିଦ୍ଧ ସିଦ୍ଧେଶ୍ୱର ମହାଦେବ ମନ୍ଦିର ଅବସ୍ଥିତ। ଏହି ସିଦ୍ଧେଶ୍ୱର ମନ୍ଦିରରେ ହରହରି ପୂଜା ପାଉଛନ୍ତି। ଏହା ଅସ୍ତିକ୍ଷେପଣ ଘାଟ ଭାବେ ବିଶ୍ୱବିଦିତ। ଭାରତ ବର୍ଷର ବିଭିନ୍ନ ପ୍ରାନ୍ତରୁ ଭକ୍ତ ଆସି ବୈତରଣୀକୂଳରେ ଥିବା ଅସ୍ତିକ୍ଷେପଣ ଘାଟରେ ଅସ୍ତିବସର୍ଜନ କରିବା ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିଥାନ୍ତି। ସିଦ୍ଧେଶ୍ୱର ମନ୍ଦିରକୁ ଲାଗି ମାତା ସିଦ୍ଧେଶ୍ୱରୀ ମନ୍ଦିର। ଏହା ବହୁ ପ୍ରାଚୀନତମ। ତେବେ କାହିଁକି ଧୀରେନ ମା’ଙ୍କ ମୁହଁକୁ ହାଣି ବିକୃତ କଲେ। ଏହାପଛରେ କାହାର ଷଡ଼ଯନ୍ତ୍ର ଅଛି, ତାହା ପୋଲିସ ତଦନ୍ତ କରି ପର୍ଦ୍ଦାଫାଶ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri