Posted inଜାତୀୟ

ପ୍ରକୃତିକୁ ନଷ୍ଟ କରିବା ସମାଜ କଲ୍ୟାଣର ପଥକୁ ସୁଗମ କରେ ନାହିଁ…

ନୂଆଦିଲ୍ଲୀ,୧୫।୧୧: ପ୍ରକୃତି ହି ସବୁଠାରୁ ଶକ୍ତିଶାଳୀ। ଏପରିସ୍ତଳେ ପ୍ରକୃତିକୁ ନଷ୍ଟ କରିବା ଅବା ଏହାର ପ୍ରକ୍ରିୟାରେ ହସ୍ତକ୍ଷେପ କରିବା ଦ୍ୱାରା ନକାରାତ୍ମକ ପ୍ରଭାବ ସୃଷ୍ଟି ହୋଇଥାଏ। ପ୍ରକୃତିକୁ ନଷ୍ଟ କରିବା ସମାଜ କଲ୍ୟାଣର ପଥ ସୁଗମ କରେ ନାହ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବିର୍ସା ମୁଣ୍ଡାଙ୍କ ଜନ୍ମ ବାର୍ଷିକୀ ଅବସରରେ ରାଞ୍ଚିଠାରେ ଅନୁଷ୍ଠି ହେଉଥିବା ଏକ ଭିଡିଓ କନଫରେନ୍ସିଂ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି କହିଛନ୍ତି।

ଏହା ସହିତ ପ୍ରଧାନମନ୍ତ୍ରୀ ରାଞ୍ଚିରେ ଭଗବାନ ବିର୍ସା ମୁଣ୍ଡା ମେମୋରିଆଲ ଉଦ୍ୟାନ ସହିତ ସ୍ବତନ୍ତ୍ରତା ସେନାନୀ ସଂଗ୍ରହାଳୟର ଲୋକାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଅଭିଭାଷଣରେ କହିଛନ୍ତି ଯେ ସ୍ବାଧୀନତାର ଏହି ଅମୃତ ସମୟରେ ଦେଶ ନିଷ୍ପତ୍ତି ନେଇଛି ଯେ ଭାରତର ଆଦିବାସୀ ପରମ୍ପରା, ବୀରତ୍ୱର କାହାଣୀକୁ ଦେଶ ଅଧିକ ମହତ୍ତ୍ୱ ପ୍ରଦାନ କରାଯିବାର ଯୋଜନା ପ୍ରସ୍ତୁତ କରାଯାଇଛି।

ଏହି କ୍ରମରେ, ଏକ ଐତିହାସିକ ନିଷ୍ପତ୍ତି ନିଆଯାଇଛି ଯେ ପ୍ରତିବର୍ଷ ୧୫ ନଭେମ୍ବରକୁ ଅର୍ଥାତ୍‌ ପ୍ରଭୁ ବିର୍ସା ମୁଣ୍ଡାଙ୍କ ଜନ୍ମଦିନକୁ ଜନଜାତି ଗୌରବ ଦିବସ ଭାବରେ ପାଳନ କରାଯିବ। ଆଧୁନିକତା ନାମରେ ପ୍ରକୃତିର ଜୈବ ବିବିଧତାକୁ ନଷ୍ଟ କରିବା ସମାଜ କଲ୍ୟାଣ ପାଇଁ ରାସ୍ତା ନୁହେଁ। ଏହା ପ୍ରଭୁ ବିର୍ସାଙ୍କୁ ଜଣାଥିଲା। ସେ ଆଧୁନିକ ଶିକ୍ଷା ସପକ୍ଷରେ ଥିଲେ। ସମାଜରେ ଉଚିତ ପରିବର୍ତ୍ତନ ଲାଗି ସର୍ବଦା ପ୍ରୟାସ ଜାରି ରଖିଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସମାଜର ତ୍ରୁଟି ବିରୁଦ୍ଧରେ କହିବାକୁ ସେ ସାହସ ପ୍ରଦର୍ଶନ କରିଥିଲେ।

ଭଗବାନ ବିର୍ସା ମୁଣ୍ଡା ମେମୋରିଆଲ ଉଦ୍ୟାନ ସହିତ ସ୍ବତନ୍ତ୍ରତା ସେନାନୀ ସଂଗ୍ରହାଳୟ ପରି ୯ଟି ସଂଗ୍ରହାଳୟର ନିର୍ମାଣ କାର୍ଯ୍ୟ ଗୁଜୁରାଟର ରାଜପିପଲା, ଆନ୍ଧ୍ରପ୍ରଦେଶର ଲମ୍ବସିଙ୍ଗି, ଛତିଶଗଡର ରାୟପୁର, କେରଳର କୋଝିକୋଡେ, ମଧ୍ୟପ୍ରଦେଶର ଛିନ୍ଦୱାଡା, ତେଲେଙ୍ଗାନାର ହାଇଦ୍ରାବାଦ, ମଣିପୁରର ତାମିଙ୍ଗଲଙ୍ଗ, ଗୋଆରେ ପୋଣ୍ଡା ଜାରି ରହିଥିବା ପ୍ରଧାନମନ୍ତ୍ରୀ ଏହି ଅବସରରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri