ଅଦିନିଆ ବର୍ଷା ଉଜାଡ଼ିଲା ଧାନ ଫସଲ: ସହିପାରିଲେନି ଚାଷୀ, ଆପଣାଇଲେ ଚରମ ପଦକ୍ଷେପ…

ଛତ୍ରପୁର,୨୬ା୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଚାଷୀ ଜଣକ ହେଲେ ବରଙ୍ଗ ଗ୍ରାମର ବନମାଳୀ ପେଣ୍ଠେଇ(୬୪)। ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷତି ହେବାରୁ ଏହା ସହି ନ ପାରି ସେ ଏଭଳି ଚରମ ପଦକ୍ଷେପ ନେଇଥିବା ଜଣାଯାଇଛି। ତାଙ୍କର ୪ ଝିଅ, ଗୋଟେ ପୁଅ ବିବାହ କରି ସାରିଛନ୍ତି। ୫ ଏକର ଜମିରେ ଧାନ ଫସଲ ଭାଗ ଚାଷୀ ହିସାବରେ ଚାଷ କରିଥିଲେ ଏବଂ ନିଜର ୨ ଭରଣ ଜମିରେ ମଧ୍ୟ ଧାନ ଚାଷ କରିଥିଲେ। ସମସ୍ତ ଧାନ ଫସଲ ଅଦିନିଆ ଲଗାଣ ବର୍ଷାରେ ଉଜୁଡି ଯାଇଛି। କ୍ଷେତରେ କଟା ହେବା ଧାନ ପଡ଼ି ରହି ଗଜା ହୋଇଯାଇଛି। ପ୍ରାୟ ୨ ଲକ୍ଷ ଟଙ୍କା ଅନ୍ୟ ଠାରୁ ଧାର କରଜ କରି ସେ ଚାଷ କରିଥିଲେ ବୋଲି ଜଣାଯାଇଛି। କ୍ଷତି ସହି ନ ପାରି ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଖବର ପାଇ ଛତ୍ରପୁର ଥାନା ପୋଲିସ ଓ ରାଜସ୍ବ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ…

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri