ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଭୁବନେଶ୍ୱର,୨୯ା୧୧(ଅନିଲ ଦାସ):ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମୋଟ ୧୯ଜଣ ଓଏଏସ୍‌ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଯସ୍ମିନ ପଟ୍ଟନାୟକଙ୍କୁ ସତ୍ୟବାଦୀସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳସଚିବ(ରେଜିଷ୍ଟ୍ରାର) ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ରାଜ୍ୟ ନିର୍ବାଚନ କମିଶନରେ ଯୁଗ୍ମ ସଚିବ ଶ୍ୱେତ କୁମାର ଦାଶଙ୍କୁ ବ୍ରହ୍ମପୁରଠାରେ ଖଲ୍ଲିକୋଟ ବିଶ୍ବବିଦ୍ୟାଳୟର କୁଳସଚିବ ଭାବେ ବଦଳି କରାଯାଇଛି। ସେହିପରି ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପାଢ଼ୀଙ୍କୁ ରାଜ୍ୟ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଏସ୍‌ସିଇଆର୍‌ଟି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ସଞ୍ଜୀବିତା ରାୟଙ୍କୁ କଟକସ୍ଥିତ ଓଡ଼ିଶା ଲୋକସେବା ଆୟୋଗର ଯୁଗ୍ମ ପରୀକ୍ଷା ନିୟନ୍ତ୍ରକ ଭାବେ ବଦଳି କରାଯାଇଥିବା ବେଳେ ଭୁବନେଶ୍ୱରରେ ଇଡ୍‌କୋ ଲ୍ୟାଣ୍ଡ ଅଫିସର ସ୍ବାତୀ ମିଶ୍ର ଓ ଓଏଏସ୍‌ ଅମ୍ବିକା ପ୍ରସାଦ ଦାଶଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନରେ ଯୁଗ୍ମ ସଚିବ, ଶିଳ୍ପ ବିଭାଗର ଉପନିର୍ଦ୍ଦେଶକ ହରପ୍ରିୟା ଦାଶଙ୍କୁ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ,ମାନସ ରଞ୍ଜନ ସାମଲଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନକୁ ଉପସଚିବ ଭାବେ ବଦଳି ହୋଇଛି। ସେହିପରି ବରିଷ୍ଠ ଓଏଏସ୍‌ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ବତନ୍ତ୍ର ସଚିବ, ଓଏଏସ୍‌ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ବତନ୍ତ୍ର ସଚିବ, ଇତିଶ୍ରୀ ଦାସଙ୍କୁ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ, ସୁଚିତ୍ରା ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନରେ ଅତିରିକ୍ତ ଆବାସିକ କମିଶନର ଭାବେ ଅବସ୍ଥାପିତ କରାଯାଇଛି। ଓଏଏସ୍‌ ଦୁର୍ଗା ପ୍ରସାଦ ମହାରଣାଙ୍କୁ ଓଡ଼ିଶା ଅନୁସୂଚିତ ଜାତି ଓ ଜନଜାତି ଅର୍ଥ ସମବାୟ ନିଗମର ଜେନେରାଲ ମ୍ୟାନେଜର ଭାବେ ବଦଳି କରାଯାଇଥିବା ବେଳେ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଅନନ୍ତ ନାରାୟଣ ଲାଗୁରୀଙ୍କୁ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ, ଅକ୍ଷୟ କୁମାର ଖେମୁଡୁଙ୍କୁ ରାୟଗଡ଼ା ଜିଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ), ହେମାବନ୍ତୀ ପାତ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଉପସଚିବ, ଅଜୟ କୁମାର ପ୍ରଧାନଙ୍କୁ ରାୟଗଡ଼ା ଆଇଟିଡିଏ ପ୍ରକଳ୍ପ ଅଧିକାରୀ ଓ ନିର୍ଲିପ୍ତା ମହାନ୍ତିଙ୍କୁ ବାଲେଶ୍ୱର ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri