ଜୁଆଙ୍ଗ ମୃତ୍ୟୁ ଘଟଣାରେ ଏନ୍‌ଏଚ୍‌ଆର୍‌ସି ମାଗିଲେ ସବିଶେଷ ରିପୋର୍ଟ

କେନ୍ଦୁଝର,୧୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ଜନ୍ତାରୀ ଗ୍ରାମରେ ବହୁ ପୁରାତନ ଜନଜାତିର ୧୧ ଜଣ ଜୁଆଙ୍ଗଙ୍କ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଓଡ଼ିଶା ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ବୁଧବାର ରିପୋର୍ଟ ମାଗିଛନ୍ତି। ଉକ୍ତ ଘଟଣାରେ କ’ଣ ପଦକ୍ଷେପ ନିଆଯାଇଛି ତାହାର ସବିଶେଷ ରିପୋର୍ଟ ମାଗିଛନ୍ତି। ଏହି ଘଟଣାକୁ ନେଇ ସୁପ୍ରିମକୋର୍ଟ ଓକିଲ ତଥା ମାନବାଧିକାର କର୍ମୀ ରାଧାକାନ୍ତ ତ୍ରିପାଠୀ ଗତ ୨୯ ଅକ୍ଟୋବରରେ ଏକ ପିଟିଶନ ଦାଖଲ କରିଥିଲେ। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଆଦିବାସୀ ମଙ୍ଗଳ ବିଭାଗର ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା ବେଳେ ଉକ୍ତ ଅଞ୍ଚଳରେ ବସବାସ କରୁଥିବା ଜୁଆଙ୍ଗମାନେ ଅଭାବ ଅନଟନ ମଧ୍ୟରେ ରହିବା ସହ ମୌଳିକ ସୁବିଧା ପାଇପାରୁନାହନ୍ତି। ଗୋନାସିକା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଗୋନାସିକାଠାରୁ ୧୫ କିମି ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ବାଂଶପାଳଠାରୁ ୪୦ କିମି ଦୂରରେ ଏହି ଗ୍ରାମଟି ଅବସ୍ଥିତ। ଏଠାରେ ପାଖାପାଖି ୧୦୦ଟି ଜୁଆଙ୍ଗ ପରିବାର ବସବାସ କରୁଛନ୍ତି। ଜୁଆଙ୍ଗ ହେଉଛି ରାଜ୍ୟର ୧୩ଟି ସମ୍ବେଦନଶୀଳ ଆଦିବାସୀ ଗ୍ରୁପ (ପିଭିଟିଜି) ମଧ୍ୟରୁ ଅନ୍ୟତମ। ରାଜ୍ୟର ୬୨ଟି ଆଦିବାସୀ ସଂପ୍ରଦାୟ ମଧ୍ୟରୁ ୧୩ଟି ପୁରାତନ ଜନଜାତି ବର୍ଗର ଅଟନ୍ତି। ରାଜ୍ୟରେ ୨୦୧୧ ଜନଗଣନା ଅନୁଯାୟୀ, ଜୁଆଙ୍ଗଙ୍କ ସଂଖ୍ୟା ୪୭,୦୯୫ମଧ୍ୟରୁ କେନ୍ଦୁଝର ଜିଲାର ବାଂଶପାଳ, ତେଲକୋଇ ଓ ହରିଚନ୍ଦନପୁର ବ୍ଲକରେ ୨୬,୭୦୭ଜଣ ଅଛନ୍ତି। ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ଗ୍ରାମର ଜୁଆଙ୍ଗମାନେ ହିତାଧିକାରୀ ହୋଇ ନ ଥିବା ବେଳେ କେନ୍ଦୁଝର ଜିଲାରେ ନିଜସ୍ବ ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ସେମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କେନ୍ଦୁଝର ଶିକ୍ଷା, ସ୍ବାସ୍ଥ୍ୟସେବା ଆଦି ଅତ୍ୟାବଶ୍ୟକୀୟ ସୁବିଧା ଯୋଗାଇବା ଦେବା ଉପରେ ଆଇନଜୀବୀ ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri