ମଧ୍ୟାହ୍ନ ଭୋଜନରେ ଲୁଣ ବଦଳରେ ପଡ଼ିଲା ସର୍ଫ: ଛାତ୍ରୀଛାତ୍ର ଖାଇ ଅସୁସ୍ଥ, ଗାଁରେ ଉତ୍ତେଜନା

ବଲାଙ୍ଗୀର,୭।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଡେଙ୍ଗପଦର ପ୍ରାଥମିକ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରମାନେ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଥିଲେ। ୩୦ରୁ ୩୫ ଜଣଙ୍କୁ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସାକରାଯାଉଛି। ଅନ୍ୟପଟେ ଅସୁସ୍ଥ ଛାତ୍ରୀଛାତ୍ରଙ୍କ ସଂଖ୍ୟା ଏବେ ୭୦କୁ ବୃଦ୍ଧି ପାଇ ଥିବା ଜଣାପଡିଛି । ଗାଁରେ ସାସ୍ଥ୍ୟ ବିଭାଗର ଏକ ସତନ୍ତ୍ର ଟିମ ପହଞ୍ଚି ଚିକିତ୍ସା ଆରମ୍ଭ କରୁଛନ୍ତି।

ଛାତ୍ରଛାତ୍ରୀମାନଙ୍କ ଏଭଳି ଘଟଣାକୁ ନେଇ ଅଭିଭାବକଙ୍କ ମହଲରେ ଅସୋନ୍ତୋଷ ଦେଖା ଦେବା ସହ ଗାଁ ରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଯାହା ଫଳରେ ଗାଁରେ ଟିଟିଲାଗଡ ପୋଲିସ ଟିମ୍‌ ପହଞ୍ଚିଛନ୍ତି। ମୁରିବାହାଲ ଶିକ୍ଷା ଅଧିକାରୀ ଓ ମୁରିବାହାଲ ତହସିଲଦାର ଉପସ୍ଥିତ ଅଛନ୍ତି। ସ୍କୁଲରେ ମଧ୍ୟାହ୍ନ ଭୋଜନରେ ଲୁଣ ବଦଳରେ କପଡା ଧୁଆ ଡିଟରଜେନ ପାଉଡର ଖାଇବା ଜିନିଷରେ ପକାଇ ଦେଇଥିବାରୁ ଛାତ୍ରୀଛାତ୍ର ଏଭଳି ଅସୁସ୍ଥ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏବେ ମଧ୍ୟ କିଛି ଛାତ୍ରୀଛାତ୍ର ଟିଟିଲାଗଡ ମହିଳା ଓ ଶିଶୁ ଡ଼ାକ୍ତର ଖାନରେ ଭର୍ତ୍ତି ଅଛନ୍ତି। ଚିକିତ୍ସା ପରେ ଛାତ୍ରୀଛାତ୍ର ମାନେ ସୁସ୍ଥ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri