ମଧ୍ୟାହ୍ନ ଭୋଜନରେ ଲୁଣ ବଦଳରେ ପଡ଼ିଲା ସର୍ଫ: ଛାତ୍ରୀଛାତ୍ର ଖାଇ ଅସୁସ୍ଥ, ଗାଁରେ ଉତ୍ତେଜନା

ବଲାଙ୍ଗୀର,୭।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଡେଙ୍ଗପଦର ପ୍ରାଥମିକ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରମାନେ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଥିଲେ। ୩୦ରୁ ୩୫ ଜଣଙ୍କୁ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସାକରାଯାଉଛି। ଅନ୍ୟପଟେ ଅସୁସ୍ଥ ଛାତ୍ରୀଛାତ୍ରଙ୍କ ସଂଖ୍ୟା ଏବେ ୭୦କୁ ବୃଦ୍ଧି ପାଇ ଥିବା ଜଣାପଡିଛି । ଗାଁରେ ସାସ୍ଥ୍ୟ ବିଭାଗର ଏକ ସତନ୍ତ୍ର ଟିମ ପହଞ୍ଚି ଚିକିତ୍ସା ଆରମ୍ଭ କରୁଛନ୍ତି।

ଛାତ୍ରଛାତ୍ରୀମାନଙ୍କ ଏଭଳି ଘଟଣାକୁ ନେଇ ଅଭିଭାବକଙ୍କ ମହଲରେ ଅସୋନ୍ତୋଷ ଦେଖା ଦେବା ସହ ଗାଁ ରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଯାହା ଫଳରେ ଗାଁରେ ଟିଟିଲାଗଡ ପୋଲିସ ଟିମ୍‌ ପହଞ୍ଚିଛନ୍ତି। ମୁରିବାହାଲ ଶିକ୍ଷା ଅଧିକାରୀ ଓ ମୁରିବାହାଲ ତହସିଲଦାର ଉପସ୍ଥିତ ଅଛନ୍ତି। ସ୍କୁଲରେ ମଧ୍ୟାହ୍ନ ଭୋଜନରେ ଲୁଣ ବଦଳରେ କପଡା ଧୁଆ ଡିଟରଜେନ ପାଉଡର ଖାଇବା ଜିନିଷରେ ପକାଇ ଦେଇଥିବାରୁ ଛାତ୍ରୀଛାତ୍ର ଏଭଳି ଅସୁସ୍ଥ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏବେ ମଧ୍ୟ କିଛି ଛାତ୍ରୀଛାତ୍ର ଟିଟିଲାଗଡ ମହିଳା ଓ ଶିଶୁ ଡ଼ାକ୍ତର ଖାନରେ ଭର୍ତ୍ତି ଅଛନ୍ତି। ଚିକିତ୍ସା ପରେ ଛାତ୍ରୀଛାତ୍ର ମାନେ ସୁସ୍ଥ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ...

ମାଲକାନଗିରିରୁ ରୋଗୀ ନେଇଯାଉଥିବା ବସ୍‌ ବିଶାଖାପାଟଣାରେ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୨ ଜୀବନ

ମାଲକାନଗିରି,୧୮।୧(ଦୁର୍ଯ୍ୟୋଧନ ପାତ୍ର): ବିଶାଖାପାଟନମସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲ ତରଫରୁ ନେଇ ଯାଉଥିବା ବସ୍‌ର ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ବିଶାଖାପାଟନମ...

ବାଳସୁଧାର ଗୃହକୁ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ବାଇକ ସହ ଗଞ୍ଜେଇ ଜବତ ଘଟଣାରେ ଗଞ୍ଜାମ ଜିଲା ପାଟପୁର ଥାନା ଏସ୍‌ଆଇ ହିମାଂଶୁ ପାତ୍ର ଶୁକ୍ରବାର ଅଭିଯୁକ୍ତଙ୍କୁ ଥାନା ମାମଲା...

ବିଲରୁ ମିଳିଲା ହାତୀର ମୃତଦେହ: ତଦନ୍ତ ଆରମ୍ଭ

ଖୋର୍ଦ୍ଧା,୧୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ରେଞ୍ଜ ଅନ୍ତର୍ଗତ ପରିଛଳ ପଞ୍ଚାୟତ ଅନ୍ତର୍ଗତ ଡାଳତୋଡା କଣିବାରି ଫସଲ କ୍ଷେତରୁ ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ...

ମାମୁ-ଭାଣିଜୀଙ୍କୁ ଧକ୍କାଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ…

ଆନନ୍ଦପୁର,୧୮।୧(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜଲା ଆନନ୍ଦପୁର ଥାନା ବିରିଡିହା ଛକ ନିକଟରେ ପିକପଭ୍ୟାନ ଧକ୍କାରେ ମାମୁ ଭାଣିଜୀ ଗୁରୁତର ହୋଇଛନ୍ତି। ଶନିବାର ସକାଳୁ ବିରିଡିହା ରଣାସାହି...

ବଢୁଛି ଶୀତ: ତୁଷାରପାତର ମଜା ନେଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି,୧୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପୁଣି ଅସହ୍ୟ ଶୀତ ହେଉଛି। ଗତ ୩ ଦିନ ହେଲା ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି ଶନିବାର ସର୍ବନିମ୍ନ...

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଖୋର୍ଦ୍ଧା,୧୮।୧(ପ୍ରଭାତ ପାଣିଗ୍ରାହୀ/କୈଳାଶ ଚନ୍ଦ୍ର ପଟ୍ଟନାୟକ): ସମଗ୍ର ଚିଲିକାରେ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ପକ୍ଷରୁ ଚିଲିକାକୁ ଆଗମନ କରିଥିବା ବିଦେଶାଗତ ଏବଂ ଦେଶୀୟ ପକ୍ଷୀଙ୍କ ଗଣନା ଚାଲିଛି।...

ଅଧିକାରୀ ବଦଳୁଛନ୍ତି, ଉଚ୍ଛେଦ ହେଉନି

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରର ବ୍ୟସ୍ତବହୁଳ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରା ବ୍ରିଜ୍‌ ରାସ୍ତାପାର୍ଶ୍ୱ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାରେ ସରକାରୀ କଳ ହାତ ବାନ୍ଧି ବସିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri