Posted inଜାତୀୟ

ବିଗିଡିଲା ଏକନାଥ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା: ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୩।୧୨:ମହାରାଷ୍ଟ୍ରର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ତାଙ୍କୁ ଠାଣେର ଜୁପିଟର ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସମ୍ପୂର୍ଣ୍ଣ ସ୍ବାସ୍ଥ୍ୟ ଯାଞ୍ଚ କରାଇ ନେବାକୁ ଡାକ୍ତରମାନେ ଶିନ୍ଦେଙ୍କୁ ପରାମର୍ଶ ଦେଇଛନ୍ତି। ତାଙ୍କର ଡବ୍ଲୁବିସି (ଧଳା ରକ୍ତ କଣିକା) ହ୍ରାସ ପାଇଛି। ତାଙ୍କର ଡେଙ୍ଗୁ ଏବଂ ମ୍ୟାଲେରିଆ ପରୀକ୍ଷା ନକାରାତ୍ମକ ହୋଇଛି। ଏବେ ତାଙ୍କ ଶରୀର ପରୀକ୍ଷା ପାଇଁ ଜୁପିଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ନଭେମ୍ବର ୨୩ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପରେ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଥିଲା। ବିରୋଧୀ ଦଳ ଦାବି କରିଛନ୍ତି, ଯେ ମୁଖ୍ୟମନ୍ତ୍ରୀଙ୍କ ସ୍ଥିତିକୁ ନେଇ ଶିନ୍ଦେ ରାଗରେ ଅଛନ୍ତି ଏବଂ ତାଙ୍କର ଅସୁସ୍ଥତା ଏକ ବାହାନା।

ଏହି ସମୟରେ ମହାରାଷ୍ଟ୍ରରେ ନୂତନ ସରକାରଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ପ୍ରସ୍ତୁତି ସମ୍ପର୍କରେ ମଙ୍ଗଳବାର ଭାଜପା ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାୱାନକୁଲେ ଏକ ବୈଠକ କରିଛନ୍ତି। ମହୁୟୁତିର ନେତାମାନେ ଆଜାଦ ମଇଦାନକୁ ମଧ୍ୟ ଯାଞ୍ଚ କରିଥିଲେ। ଏହି ସମୟରେ ଶିବସେନା, ଭାଜପା ଏବଂ ଏନସିପି ନେତାମାନେ ଉପସ୍ଥିତ ଥିଲେ। ସମସ୍ତ ତିନୋଟି ଦଳ ଏକତା ଦେଖାଇବାକୁ ଚେଷ୍ଟା କରିଥିଲେ।
ଅନ୍ୟପକ୍ଷରେ ଅଜିତ ପାୱାର ଦିଲ୍ଲୀରେ ପହଞ୍ଚିଛନ୍ତି। କୁହାଯାଉଛି ଯେ, ଏଠାରେ ସେ ସମ୍ଭାବ୍ୟ ମନ୍ତ୍ରୀମାନଙ୍କ ବିଷୟରେ ଆଲୋଚନା କରିବେ। ୧୧ ଜଣ ଏନସିପି ନେତା ମନ୍ତ୍ରୀ ହେବେ ବୋଲି ଚର୍ଚ୍ଚା ହେଉଛି।
ଡିସେମ୍ବର ୫ରେ ନୂତନ ସରକାରଙ୍କ ଶପଥ ଗ୍ରହଣ କରାଯିବ। ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ଶିବସେନା, ଭାଜପା ଏବଂ ଅଜିତ ପାୱାରଙ୍କ ଏନସିପି ୨୩୦ଟି ଆସନ ଜିତିଛି। ଭାରତୀୟ ଜନତା ପାର୍ଟି (ଭାଜପା) ୧୩୨ଟି ଆସନ ସହ ସର୍ବ ବୃହତ ଦଳ ଭାବେ ଉଭା ହୋଇଥିବାବେଳେ ଶିବସେନା ୫୭ଟି ଏବଂ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ୪୧ଟି ଆସନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri