Posted inଜାତୀୟ

ବିଗିଡିଲା ଏକନାଥ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା: ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୩।୧୨:ମହାରାଷ୍ଟ୍ରର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ତାଙ୍କୁ ଠାଣେର ଜୁପିଟର ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସମ୍ପୂର୍ଣ୍ଣ ସ୍ବାସ୍ଥ୍ୟ ଯାଞ୍ଚ କରାଇ ନେବାକୁ ଡାକ୍ତରମାନେ ଶିନ୍ଦେଙ୍କୁ ପରାମର୍ଶ ଦେଇଛନ୍ତି। ତାଙ୍କର ଡବ୍ଲୁବିସି (ଧଳା ରକ୍ତ କଣିକା) ହ୍ରାସ ପାଇଛି। ତାଙ୍କର ଡେଙ୍ଗୁ ଏବଂ ମ୍ୟାଲେରିଆ ପରୀକ୍ଷା ନକାରାତ୍ମକ ହୋଇଛି। ଏବେ ତାଙ୍କ ଶରୀର ପରୀକ୍ଷା ପାଇଁ ଜୁପିଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ନଭେମ୍ବର ୨୩ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପରେ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଥିଲା। ବିରୋଧୀ ଦଳ ଦାବି କରିଛନ୍ତି, ଯେ ମୁଖ୍ୟମନ୍ତ୍ରୀଙ୍କ ସ୍ଥିତିକୁ ନେଇ ଶିନ୍ଦେ ରାଗରେ ଅଛନ୍ତି ଏବଂ ତାଙ୍କର ଅସୁସ୍ଥତା ଏକ ବାହାନା।

ଏହି ସମୟରେ ମହାରାଷ୍ଟ୍ରରେ ନୂତନ ସରକାରଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ପ୍ରସ୍ତୁତି ସମ୍ପର୍କରେ ମଙ୍ଗଳବାର ଭାଜପା ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାୱାନକୁଲେ ଏକ ବୈଠକ କରିଛନ୍ତି। ମହୁୟୁତିର ନେତାମାନେ ଆଜାଦ ମଇଦାନକୁ ମଧ୍ୟ ଯାଞ୍ଚ କରିଥିଲେ। ଏହି ସମୟରେ ଶିବସେନା, ଭାଜପା ଏବଂ ଏନସିପି ନେତାମାନେ ଉପସ୍ଥିତ ଥିଲେ। ସମସ୍ତ ତିନୋଟି ଦଳ ଏକତା ଦେଖାଇବାକୁ ଚେଷ୍ଟା କରିଥିଲେ।
ଅନ୍ୟପକ୍ଷରେ ଅଜିତ ପାୱାର ଦିଲ୍ଲୀରେ ପହଞ୍ଚିଛନ୍ତି। କୁହାଯାଉଛି ଯେ, ଏଠାରେ ସେ ସମ୍ଭାବ୍ୟ ମନ୍ତ୍ରୀମାନଙ୍କ ବିଷୟରେ ଆଲୋଚନା କରିବେ। ୧୧ ଜଣ ଏନସିପି ନେତା ମନ୍ତ୍ରୀ ହେବେ ବୋଲି ଚର୍ଚ୍ଚା ହେଉଛି।
ଡିସେମ୍ବର ୫ରେ ନୂତନ ସରକାରଙ୍କ ଶପଥ ଗ୍ରହଣ କରାଯିବ। ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ଶିବସେନା, ଭାଜପା ଏବଂ ଅଜିତ ପାୱାରଙ୍କ ଏନସିପି ୨୩୦ଟି ଆସନ ଜିତିଛି। ଭାରତୀୟ ଜନତା ପାର୍ଟି (ଭାଜପା) ୧୩୨ଟି ଆସନ ସହ ସର୍ବ ବୃହତ ଦଳ ଭାବେ ଉଭା ହୋଇଥିବାବେଳେ ଶିବସେନା ୫୭ଟି ଏବଂ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ୪୧ଟି ଆସନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri