ପାଗରେ ଅବନତି, ଦୁଇ ରାଜ୍ୟରେ ସତର୍କତା

ଭୋଗରାଇ,୨୪।୧୦(ଡି.ଏନ.ଏ.):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହେବା ପରେ ବାଂଲାଦେଶ କିମ୍ବା ପଶ୍ଚିମବଙ୍ଗ ସାଗରଦ୍ୱୀପ ମଧ୍ୟସ୍ଥଳରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛନ୍ତି। ଏଥିପାଇଁ ଓଡ଼ିଶା ଓ ପଶ୍ଚିମବଙ୍ଗ ସରକାର ସତର୍କତା ଜାରି କରିଛନ୍ତି। ସି-ତ୍ରଙ୍ଗ ନାମିତ ଏହି ବାତ୍ୟା ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ନ ଥିଲେ ମଧ୍ୟ ପଶ୍ଚିମବଙ୍ଗ ଉପକୂଳରେ ଘସି ହୋଇଯିବ ବୋଲି ସୂଚନା ମିଳିବା ପରେ ଓଡ଼ିଶା ସୀମାନ୍ତ ଦୁଇ ରାଜ୍ୟରେ କଡ଼ା ସତର୍କତା ଓ ସଚେତନତା କରାଯାଉଛି। ରବିବାର ପାଗରେ ଅବନତି ହୋଇ ବିକ୍ଷିପ୍ତ ବର୍ଷା ହୋଇଛି। ସାମୁଦ୍ରିକ ଝଡ଼ ସହିତ ଅମାବାସ୍ୟା ତିଥି ପଡୁଥିବାରୁ ସମୁଦ୍ର ଅତି ଭୟଙ୍କର ହେବ ବୋଲି କୁହାଯାଉଥିବା ବେଳେ ମତ୍ସ୍ୟଜୀବୀ ଓ ପର୍ଯ୍ୟଟକଙ୍କୁ ସମୁଦ୍ରକୁ ନ ଯିବାକୁ ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ରରେ ପ୍ରଚାର କରାଯାଉଛି। ବାଲେଶ୍ୱର ଉପକୂଳରେ ତୀକ୍ଷ୍‌ଣ ନଜର ରଖିବାକୁ ଜିଲା ଶାସକ ସମସ୍ତ ବ୍ଲକ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତିକୂଳ ପରିସ୍ଥିତିର ମୁକାବିଲା ପାଇଁ ବ୍ଲକରେ ଭର୍ଚୁଆଲ ବୈଠକ କରାଯାଇଥିବା ସୂଚନା ମିଳିଛି।
ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା, ସୈକତ ସହର ସରକାର ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲା ଯାଇଛି। ସମ୍ଭାବ୍ୟ ବାତ୍ୟା ସହ ସମୁଦ୍ର ଉତ୍ତାଳ ହୋଇ କୂଳ ଲଂଘିବାର ଆଶଙ୍କା ଥିବାରୁ ତଳିଆ ଅଞ୍ଚଳର କୂଳବାସୀଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି। ଦୀଘା, ଶଙ୍କରପୁର, ତାଜପୁର, ମନ୍ଦାରମଣୀ ପର୍ଯ୍ୟଟନସ୍ଥଳୀରେ ଏନ୍‌ଡିଆର୍‌ଏଫ୍‌ ସହ ସିଭିଲ ଡିଫେନ୍ସ ସର୍ଭିସର କର୍ମଚାରୀମାନେ ପହଞ୍ଚତ୍ ସଚେତନତା କରୁଛନ୍ତି। ସାମୁଦ୍ରିକ ଝଡ଼କୁ ନେଇ ମତ୍ସ୍ୟଜୀବୀମାନେ ଟ୍ରଲର ଓ ଡଙ୍ଗା କୂଳରେ ଲଗାଇଛନ୍ତି। ଗଭୀର ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ମତ୍ସ୍ୟଜୀବୀମାନେ କୂଳକୁ ଫେରିଆସିଛନ୍ତି। ବାତ୍ୟା ପଶ୍ଚିମବଙ୍ଗ ଉପକୂଳ ଘସି ହୋଇଗଲେ ବାଲେଶ୍ୱର ଜିଲା ପ୍ରଭାବିତ ହେବାର ଆଶଙ୍କା ରହିଛି। ଝଡ଼ବର୍ଷା ହେଲେ ଏବେ ଗର୍ଭଧାରଣ କରିଥିବା ଧାନଚାଷ ସହିତ ପନିପରିବା ଚାଷ ଉଜୁଡ଼ି ଯାଇପାରେ ବୋଲି ଚାଷୀକୂଳ ଚିନ୍ତିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri