କେତେ ଟଙ୍କା କ୍ଷତି ପୂରଣ ଦିଆଯିବ ନିଶ୍ଚିତ କରନ୍ତୁ ସରକାର, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ..

ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପାମୂଳକ ଆର୍ଥିକ ସହାୟତା ଯୋଗାଇ ଦେବା ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି। ତେବେ ଅନୁକମ୍ପାମୂଳକ ଆର୍ଥିକ ସହାୟତା କେତେ ଟଙ୍କା ଦିଆଯିବ ତାହା କେନ୍ଦ୍ର ସରକାରଙ୍କୁ ନିଶ୍ଚିତ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ୪ ଲକ୍ଷ ଟଙ୍କାର କ୍ଷତି ପୂରଣ ଦେବାକୁ କୁହାଯାଇଥିଲା। ତେବେ ଏନେଇ ସରକାର ସତ୍ୟପାଠ ଦାଖଲ କରି ଏଭଳି କରି ହେବ ନାହିଁ ବୋଲି କହିଥିଲେ। କରୋନା ମୃତକ ପରିବାରକୁ ସର୍ବନିମ୍ନ କେତେ ଟଙ୍କାର ଅନୁକମ୍ପାମୂଳକ ଆର୍ଥିକ ସହାୟତା ପ୍ରଦାନ କରାଯିବ ତାହା ସରକାର ନିଶ୍ଚିତ କରିବା ସହିତ ମୃତକଙ୍କ ମୃତ୍ୟୁ ପ୍ରମାଣ ପତ୍ର ପ୍ରକିୟାକୁ ସରଳ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଅନୁକମ୍ପାମୂଳକ ଆର୍ଥିକ ସହାୟତା ପରିମାଣ ନେଇ ନିଷ୍ପତ୍ତି ଶୀଘ୍ର ଗ୍ରହଣ କରିବାକୁ କୋର୍ଟ କହିଛନ୍ତି। ଏନେଇ ୬ ସପ୍ତାହ ମଧ୍ୟରେ ଆବଶ୍ୟକ ମାର୍ଗଦର୍ଶିକା ପ୍ରସ୍ତୁତ କରି ବିଭିନ୍ନ ରାଜ୍ୟ ସରକାରଙ୍କ ଲାଗି ଜାରି କରିବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri