‘ଲୋକଙ୍କୁ ସବୁ ସମୟରେ ସେବା ଯୋଗାଇବା ପାଇଁ ସଂକଳ୍ପ’

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଅଗ୍ନିଶମ ବିଭାଗ ପକ୍ଷରୁ ୭୯ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଅଗ୍ନିଶମ ବିଭାଗର ଗୋଷ୍ଠୀ ଅଧିକାରୀ ଧବଳେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜାତୀୟ ପତ୍ତାକା ଉତ୍ତୋଳନ ହୋଇଛି। ଜାତୀୟ ସଙ୍ଗୀତ ଗାନ କରିବା ସହ ଦେଶ ଉଦ୍ଦେଶ୍ୟରେ ନିଜ ବକ୍ତବ୍ୟ ଦେଇ ଉକ୍ତ ବିଭାଗ ସଦାବେଳେ ସାଧାରଣ ଲୋକଙ୍କ ପାଇଁ ସେବା ଯୋଗାଇଦେଇ ଆସୁଥିବା କହିଥିଲେ। ଲୋକଙ୍କୁ ସବୁ ବିପଦରୁ ସୁରକ୍ଷା ଯୋଗାଉଥିବା ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀ ଏହି ଜାତୀୟ ଦିବସରେ ପୁଣି ଥରେ ସଂକଳ୍ପ ନେଇଛନ୍ତି ଯେତେ ବଡ଼ ବିପଦ ଆସିଲେ ମଧ୍ୟ ଆମେ ସବୁ ମୁହୂର୍ତ୍ତରେ ଲୋକଙ୍କୁ ଉତ୍ତମ ସେବା ଯୋଗାଇବା ସହ ବିପର୍ଯ୍ୟୟ ବେଳେ ଲୋକଙ୍କୁ ଉଦ୍ଧାର କରିବୁ। ଅଗ୍ନିକାଣ୍ଡ ହେଉ କି ପାଣିରେ ବୁଡ଼ି ଯାଉଥିବା ଲୋକଙ୍କୁ ଉଦ୍ଧାର କଥା ହେଉ କିମ୍ବା ରାସ୍ତାରେ କୌଣସି କାରଣରୁ ଦୁର୍ଘଟଣା ହେଉ କି ରାସ୍ତାରେ ଗଛ ପଡ଼ି ରାସ୍ତା ଅବରୋଧ ହେଉ। ସବୁ ମୁହୂର୍ତ୍ତରେ ନିଜ କାର୍ଯ୍ୟକୁ ଉତ୍ତମ ଭାବେ ପ୍ରଦର୍ଶନ କରିବା ଆମ ଦାୟିତ୍ୱ ବୋଲି ଅଧିକାରୀ କହିଛନ୍ତି। ଦାରିଙ୍ଗବାଡ଼ିର ଡାବେରୀଠାରେ ରହିଥିବା ଏହି କାର୍ଯ୍ୟାଳୟରେ କର୍ମଚାରୀ ଅଞ୍ଚଳବାସୀ ଏବଂ ନିଜ ନିଜ ପରିବାରକୁ ଜାତୀୟ ଦିବସରେ ଅଭିନନ୍ଦନ ଓ ଶୁଭେଚ୍ଛା ବାର୍ତ୍ତା ବାଣ୍ଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri