ଖରସ୍ରୋତାରେ ବ୍ୟାରେଜ ପାଇଁ ସ୍ଥାନ ନିରୂପଣ

ଯାଜପୁର,୨୧ା୨(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ମଧୁସୂଦନପୁର ପଞ୍ଚାୟତ ବଗମରା ଘାଟ ନିକଟରେ ଖରସୋ୍ରତା ନଦୀ ଉପରେ ଏକ ବ୍ୟାରେଜ ଓ ସେତୁ ନିର୍ମାଣ ହେବ ବୋଲି ବିଭାଗୀୟ ସୂତ୍ରରୁ ଜଣାପଡିଛି। ବିଭାଗୀୟ ମୁଖ୍ୟଯନ୍ତ୍ରୀ ବିଘ୍ନରାଜ ପୁରୋହିତ, ଅଧୀକ୍ଷଣ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀ, କନିଷ୍ଠ ଯନ୍ତ୍ରୀ ଚିତରଞ୍ଜନ ପଣ୍ଡା ପ୍ରମୁଖ ପହଞ୍ଚିି ଏଠରେ ସ୍ଥାନ ନିରୂପଣ କରିବା ସହ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ଫେରିଛନ୍ତି। ଏହି ବ୍ୟାରେଜ ନିର୍ମାଣ ହେଲେ ଖରସ୍ରୋତା ନଦୀରେ ବର୍ଷା ଜଳ ସଂରକ୍ଷିତ ହୋଇ ରହିବା ସହିତ କାଣୀ ନଦୀରେ ପାଣି ସବୁଦିନେ ରହିପାରିବ। ଫଳରେ ବିଞ୍ଝାରପୁର, ବରୀ, ଆଳି ଅଞ୍ଚଳର ଚାଷୀମାନେ ଉପକୃତ ହେବା ସହିତ ପ୍ରାୟ ୨ ହଜାର ହେକ୍ଟର ଜମିରେ ବହୁବିଧ ଫସଲ ହୋଇ ପାରିବ। ଏହି ଖବର ପାଇ ଅଞ୍ଚଳର ଚାଷୀମାନଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି ା ଚାଷୀମାନଙ୍କ ପକ୍ଷରୁ ମଧୂସୂଦନପୁର ପୂର୍ବତନ ସରପଞ୍ଚ ପ୍ରମୋଦ କୁମାର ସାମଲ, ରଣପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଅଟଳବିହାରୀ ନାୟକ, ପ୍ରାକ୍ତନ ଅଧ୍ୟକ୍ଷା ଭାରତୀ ରାଉତ, ବିଭୂତି ଭୂଷଣ ଧଳ ପ୍ରମୁଖ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଯାଜପୁର ଜିଲା ଦେଇ ବହି ଯାଇଥିବା ବ୍ରାହ୍ମଣୀର ଶାଖାନଦୀ ଖରସ୍ରୋତାକୁ ସୁନାବ୍ୟା କରିବା ନିମନ୍ତେ ଖରସ୍ରୋତା-କାଣୀ ବଞ୍ଚାଅ ଆନ୍ଦୋଳନ ଦୀର୍ଘ ବର୍ଷ ହେବ ହୋଇଆସୁଛି। ଦକ୍ଷିଣ ଯାଜପୁର ଅଞ୍ଚଳର ଚାଷୀମାନଙ୍କ ଦାବି ଥିଲା ଯେ ଖରସ୍ରୋତା ନଦୀର ଶେଷମୁଣ୍ଡ ଆଡକୁ ବର୍ଷାଦିନିଆ ପାଣି ଅଟକାଇ ରଖାଯାଉ ଏବଂ ବଗମରା ଘାଟ ନିକଟରେ ଏକ ବ୍ୟାରେଜ ନିର୍ମାଣ କରାଯାଇ କାଣୀ ଶାଖା ନଦୀରେ ପାଣି ଛଡାଯାଉ। ତେଣୁ ଚାଷୀଙ୍କ ଦୀର୍ଘଦିନର ଦାବି ପୁରଣ ହେବାକୁ ଯାଉଥିବାବେଳେ ଏହି ବ୍ୟାରେଜ କେତେକାଂଶରେ ବନ୍ୟାକୁ ନିୟନ୍ତ୍ରଣ କରି ପାରିବ ବୋଲି ଆଶା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

‘ହଁ ମୁଁ ଏକଛତ୍ରବାଦୀ’, ଡାଭୋସରେ ଏମିତି ବୟାନ ଦେଲେ ଟ୍ରମ୍ପ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଡାଭୋସ,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ଏବଂ ତାଙ୍କ ଆକ୍ରମଣାତ୍ମକ ଶୈଳୀ ବିରୁଦ୍ଧରେ ବିଶ୍ୱ ସ୍ତରରେ ପ୍ରତିବାଦର ସ୍ବର ବଢ଼ୁଛି। ଭେନେଜୁଏଲା ଏବଂ ଗ୍ରୀନଲାଣ୍ଡ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri