ସରିଥିଲା ନିର୍ବନ୍ଧ ହୋଇଥାନ୍ତା ବାହାଘର: ହେଲେ ଜନ୍ମଦିନରେ ଜଳିଲା ଜୁଇ

ଟିକିରି,୧୪।୪ (ପ୍ରଫୁଲ୍ଲ କୁମାର ବେହେରା): ସୋମବାର ପାଳନ କରିଥାନ୍ତେ ୨୮ ତମ ଜନ୍ମଦିନ। ହେଲେ ବିଧିର ବିଧାନ କିଛି ଥିଲା ଅଲଗା । ଜନ୍ମଦିନ ପାଳନ କରିବା ପୂର୍ବରୁ ଚାଲିଗଲା ଯୁବକଙ୍କ ଜୀବନ । ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଟିକିରି ମୁଖ୍ୟ ବଜାରରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଟିକିରି ବଜାରରେ ପାନଦୋକାନ କରିଥିବା ଶ୍ରୀଧର ସ୍ବାଇଁ । ଗତ ୨ଦିନ ହେଲା ଅଞ୍ଚଳରେ ପ୍ରବଳ ଗରମ ଅନୁଭୂତ ହେଉଥିବାରୁ ଅଂଶୁଘାତରେ ଶ୍ରୀଧରଙ୍କ ମୃତ୍ୟୁ ହୋଇଥିବା ଅଞ୍ଚଳବାସୀ ସନ୍ଦେହ କରୁଛନ୍ତି। ସେହିପରି ଯୁବକଙ୍କ ନିର୍ବନ୍ଧ ସରିଥିବାରୁ ଆଉ କିଛ ମାସ ପରେ ତାଙ୍କର ବାହାଘର ହୋଇଥାନ୍ତା ବୋଲି ପରିବାର ଲୋକେ କହିଛନ୍ତି।
ଶ୍ରୀଧର ରବିବାର ମଧ୍ୟାହ୍ନରେ ଦୋକାନକୁ ଆସି ତାଙ୍କ ବାପା ସନ୍ନ୍ୟାସୀ ସ୍ବାଇଁଙ୍କୁ ଖାଇବାକୁ ଘରକୁ ପଠାଇ ଦେଇଥିଲେ। ଏହି ସମୟରେ ଶ୍ରୀଧର ଦୋକାନରେ ବସିଥିବା ସମୟରେ ଅସୁସ୍ଥ ଅନୁଭବ କରିଥିଲେ। ପରେ ତାଙ୍କ ନାକରୁ ରକ୍ତ ବାହାରିବା ସହ ଅତ୍ୟଧିକ ଝାଳ ବାହାରିବାରୁ ସେ ଅଚେତ ହୋଇ ଦୋକାନ ଭିତରେ ପଡ଼ିଯାଇଥିଲେ। ସନ୍ନ୍ୟାସୀ ଖାଇ ଦୋକାନକୁ ଆସି ଦେଖିଲା ବେଳକୁ ପୁଅ ଅଚେତ ହୋଇ ପଡ଼ିଛନ୍ତି। ସଙ୍ଗେ ସଙ୍ଗେ ସେ ପଡ଼ୋଶୀ ଦୋକାନୀଙ୍କୁ ଡାକି ଅଟୋରିକ୍ସା ଯୋଗେ ଉଷାପଡ଼ା ଉତ୍କଳ ହସ୍ପିଟାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ପରିବାର ଲୋକେ ଟିକିରି ଥାନାକୁ ଜଣାଇଥିଲେ। ଥାନାରେ ଅପମୃତ୍ୟୁ ମାମଲା ନଂ. ୫/୨୬ ରୁଜୁକରି ପୋଲିସ ଘଟଣାର ତଦନ୍ତ ଚଳାଇଛନ୍ତି। ରବିବାର ରାତି ହୋଇଯିବାରୁ ସୋମବାର ସକାଳେ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ସୋମବାର ତାଙ୍କ ଜନ୍ମଦିନରେ ଅନ୍ତିମ ସତ୍କାର କରାଯାଇଥିଲା। ଏହି ଘଟଣାକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri