ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା

କୋରାପୁଟ,୪।୬(ସ୍ବ.ପ୍ର.): ଶାବର ଶ୍ରୀକ୍ଷେତ୍ରରେ ରବିବାର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ଶାବର ଶ୍ରୀକ୍ଷେତ୍ର ମନ୍ଦିର ପରିଚାଳନା କମିଟି ସମ୍ପାଦକ ଜଗବନ୍ଧୁ ସାମଲଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉତ୍ସବରେ ପରିଚାଳନା କମିଟିର ସମସ୍ତ କର୍ମକର୍ତ୍ତା ସାମିଲ ହୋଇ କାର୍ଯ୍ୟକ୍ରମକୁ ସମ୍ପାଦନ କରିଥିଲେ।

ରବିବାର ସକାଳ ମହାଧୂପ, ଆଳତି ପରେ ପାରମ୍ପରିକ ପୂଜାର୍ଚ୍ଚନା କରାଯାଇଥିଲେ। ପରେ ୭ ଘଣ୍ଟା ୩୦ମିନିଟରୁ ୮ଟା ୧୫ ମିନିଟ ମଧ୍ୟରେ ମନ୍ଦିର ପରିସରରେ ଚମ୍ପାବଣରେ ଥିବା ସୁନାକୁଅରୁ ୧୦୮ କଳସ ଜଳ ସଂଗ୍ରହ କରାଥିଲା। ଅପରାହ୍ନ ୧ଟା ୩୦ରୁ ଅପରାହ୍ନ ୧ଟା ମଧ୍ୟରେ ଠାକୁରଙ୍କ ପହଣ୍ଡି କରାଯାଇ ମନ୍ଦିର ପାର୍ଶ୍ୱରେ ଥିବା ସ୍ନାନ ମଣ୍ଡପକୁ ଅଣାଯାଇଥିଲା। ହୋମ ଏବଂ ପୂଜାର୍ଚ୍ଚନା କାର୍ଯ୍ୟ ପରେ ୩ଠାକୁରଙ୍କୁ ୧୦୮ କଳସ ଜଳରେ ସ୍ନାନ କରାଯାଇଥିଲା। ପରେ ଠାକୁରଙ୍କୁ ଗଜବେଶ ସୁସଜ୍ଜିତ କରାଯାଇଥିଲା। ଅପରାହ୍ନ ୩ଟାରେ ଭକ୍ତଙ୍କ ଦର୍ଶନ ନିମନ୍ତେ ଖୋଲାଯାଇଥିଲା। ମହାପ୍ରଭୁଙ୍କ ଦୁଲ୍ଲର୍ଭ ବେଶ ଦେଖିବା ପାଇଁ କୋରାପୁଟ ଜିଲା ସମେତ ଜିଲା ବାହାରରରୁ ହଜାର ହଜାର ଭକ୍ତ ଶାବର ଶ୍ରୀକ୍ଷେତ୍ରରେ ସମାଗମ ହୋଇଛନ୍ତି। ଶାନ୍ତି ଶୃଙ୍ଖଳା ନିମନ୍ତେ କୋରାପୁଟ ଟାଉନ ଥାନା ଅଧିକାରୀ ଧିରେନ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ରାତି ୯ଟା ୩୦ ମିନିଟ ମଧ୍ୟରେ ଠାକୁରଙ୍କ ଅଣସର ପିଣ୍ଡିକୁ ନିଆଯିବ ବୋଲି ମନ୍ଦିର ପରିଚାଳନା କମିଟି ପକ୍ଷରୁ ସମୟ ଧାର୍ଯ୍ୟ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା…

CJP ଆନ୍ଦୋଳନ ବେଳେ ପିଏମ୍‌ ମୋଦି କରିଥିବା ଭିଡିଓକୁ ଫେସବୁକ୍‌ କଲା ବ୍ୟାନ! ବିବାଦ ପରେ…

ନୂଆଦିଲ୍ଲୀ, ୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri