ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୨୩ା୧୧: ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ମଙ୍ଗଳବାରଠାରୁ ଶ୍ରୀମନ୍ଦିରରେ ଦେବଦୀପାବଳି ନୀତି ଆରମ୍ଭ ହୋଇଛି। ଏହା ୩ଦିନ ଯାଏ ଚାଲିବ। ଏହି ୩ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ପ୍ରଭୁ ବଳଦେବ ଓ ଦେବୀ ସୁଭଦ୍ରା ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢ଼ିବା ପରେ ଶ୍ରୀବିଗ୍ରହମାନେ ଅଦିତି ଏବଂ କଶ୍ୟପଙ୍କ ଉଦ୍ଦେଶ୍ୟରେ ଦୀପଦାନ କରି ଶ୍ରାଦ୍ଧ ଦେଇଛନ୍ତି। ଦ୍ୱିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟା ଏବଂ ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ଦେବକୀ, ବସୁଦେବ, ନନ୍ଦ, ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ ସହ ଶ୍ରାଦ୍ଧ ତର୍ପଣ କରିବାର ପରମ୍ପରା ରହିଛି। ଏହି ଅବସରରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ରରେ ଶ୍ରାଦ୍ଧବେଶ ଧାରଣ କରିଥିଲେ। ଶ୍ରୀମନ୍ଦିରରେ ମହାଦୀପ ପ୍ରଜ୍ୱଳିତ ହୋଇଥିଲା। ସନ୍ଧ୍ୟାଧୂପ ପରେ ପୁଷ୍ପାଳକ ସେବାୟତମାନେ ଶ୍ରୀଜଗନ୍ନାଥଙ୍କୁ ୧୬ ହାତ, ଶ୍ରୀବଳଭଦ୍ରଙ୍କୁ ୧୪ ହାତ ଓ ଦେବୀ ସୁଭଦ୍ରାଙ୍କୁ ୧୨ ହାତ ଲମ୍ବର ସୂତା ଶାଢ଼ି ବା ନାଗପୁରୀ ଶାଢ଼ି ପରିଧାନ କରାଇଥିଲେ। ଶ୍ରାଦ୍ଧବେଶରେ ଠାକୁରମାନେ ତଡ଼ଗୀ, ନଳୀଭୁଜ, ଚନ୍ଦ୍ର, ସୂର୍ଯ୍ୟ, କୁଣ୍ଡଳୀ, ଆଡକାନି, ହରିଡ଼ା ମାଳି, କମରପଟି ପ୍ରଭୃତି ସ୍ବର୍ଣ୍ଣ ଅଳଙ୍କାରରେ ବିଭୁଷିତ ହୋଇଥିଲେ।
ସେହିପରି ସନ୍ଧ୍ୟାଧୂପ ନୀତି ବଢ଼ି ଧୋପଖାଳ ହେବା ପରେ ରତ୍ନସିଂହାସନ ତଳେ ଭଣ୍ଡାରମେକାପ ଚାଉଳରେ ଗୋଟିଏ ଗଛ ନିର୍ମାଣ କରିଥିଲେ। ପାଳିଆ ମେକାପ ଘୃତ ପୂର୍ଣ୍ଣକରି ଚାଉଳ ଗଛରେ ୨୮ଟି ବତି ବସାଇଥିଲେ। ଶ୍ରୀଜଗନ୍ନାଥଙ୍କ ନିମନ୍ତେ ୧୦, ଶ୍ରୀବଳଭଦ୍ର ଓ ସୁଭଦ୍ରାଙ୍କ ନିମନ୍ତେ ୯ଟି ଲେଖାଏ ଦୀପ ବସାଯାଇଥିଲା। ୩ଟି ସୁନାଆଳତି ଲଗାଇବା ପରେ ପୂଜାପଣ୍ଡା ସେବକ ଚାଉଳ ଗଛ ଓ ଦୀପକୁ ସଂସ୍କାର କରିଥିଲେ। ଏହାପରେ ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ସେବକମାନେ ସିଂହାସନକୁ ଉଠି ତିନିବାଡ଼ରେ ବନ୍ଦାପନା କରିବା ପରେ ତିନୋଟି ମହାଦୀପରେ ବନ୍ଦାପନା କରିଥିଲେ। ପରେ ଜୟବିଜୟ ଦ୍ୱାର ଭିତରପଟେ ଚାଉଳ ଗଛକୁ ପୂଜାପଣ୍ଡା ସଂସ୍କାର କରି ପାଣି ପକାଇଥିଲେ। ସେହି ମହାଦୀପ କଳସଗୁଡ଼ିକୁ ପାଳିଆ ଚୁନରାଙ୍କୁ ଦିଆଯାଇଥିଲା। ବଡ଼ଓଡ଼ିଆ ମଠ ଦେଇଥିବା ତେଲ ଓ ଘିଅ ନେଇ ଚୁନରା ସେବକ ଶ୍ରୀମନ୍ଦିର ଅଁଳାବେଢ଼ା ଉପରେ ଦୀପ ଜାଳିଥିଲେ। ଚନ୍ଦ୍ରଉଦିଆ ଜାଳି ଗଜପତି ମହାରାଜାଙ୍କୁ ମହାପ୍ରଭୁ ଶଙ୍ଖେ ପୂରାଇ ଚକ୍ରେ ଆଢୁଆଳ କରନ୍ତୁ କହି ହରିବୋଲ ଡାକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri