ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୨୩ା୧୧: ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ମଙ୍ଗଳବାରଠାରୁ ଶ୍ରୀମନ୍ଦିରରେ ଦେବଦୀପାବଳି ନୀତି ଆରମ୍ଭ ହୋଇଛି। ଏହା ୩ଦିନ ଯାଏ ଚାଲିବ। ଏହି ୩ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ପ୍ରଭୁ ବଳଦେବ ଓ ଦେବୀ ସୁଭଦ୍ରା ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢ଼ିବା ପରେ ଶ୍ରୀବିଗ୍ରହମାନେ ଅଦିତି ଏବଂ କଶ୍ୟପଙ୍କ ଉଦ୍ଦେଶ୍ୟରେ ଦୀପଦାନ କରି ଶ୍ରାଦ୍ଧ ଦେଇଛନ୍ତି। ଦ୍ୱିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟା ଏବଂ ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ଦେବକୀ, ବସୁଦେବ, ନନ୍ଦ, ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ ସହ ଶ୍ରାଦ୍ଧ ତର୍ପଣ କରିବାର ପରମ୍ପରା ରହିଛି। ଏହି ଅବସରରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ରରେ ଶ୍ରାଦ୍ଧବେଶ ଧାରଣ କରିଥିଲେ। ଶ୍ରୀମନ୍ଦିରରେ ମହାଦୀପ ପ୍ରଜ୍ୱଳିତ ହୋଇଥିଲା। ସନ୍ଧ୍ୟାଧୂପ ପରେ ପୁଷ୍ପାଳକ ସେବାୟତମାନେ ଶ୍ରୀଜଗନ୍ନାଥଙ୍କୁ ୧୬ ହାତ, ଶ୍ରୀବଳଭଦ୍ରଙ୍କୁ ୧୪ ହାତ ଓ ଦେବୀ ସୁଭଦ୍ରାଙ୍କୁ ୧୨ ହାତ ଲମ୍ବର ସୂତା ଶାଢ଼ି ବା ନାଗପୁରୀ ଶାଢ଼ି ପରିଧାନ କରାଇଥିଲେ। ଶ୍ରାଦ୍ଧବେଶରେ ଠାକୁରମାନେ ତଡ଼ଗୀ, ନଳୀଭୁଜ, ଚନ୍ଦ୍ର, ସୂର୍ଯ୍ୟ, କୁଣ୍ଡଳୀ, ଆଡକାନି, ହରିଡ଼ା ମାଳି, କମରପଟି ପ୍ରଭୃତି ସ୍ବର୍ଣ୍ଣ ଅଳଙ୍କାରରେ ବିଭୁଷିତ ହୋଇଥିଲେ।
ସେହିପରି ସନ୍ଧ୍ୟାଧୂପ ନୀତି ବଢ଼ି ଧୋପଖାଳ ହେବା ପରେ ରତ୍ନସିଂହାସନ ତଳେ ଭଣ୍ଡାରମେକାପ ଚାଉଳରେ ଗୋଟିଏ ଗଛ ନିର୍ମାଣ କରିଥିଲେ। ପାଳିଆ ମେକାପ ଘୃତ ପୂର୍ଣ୍ଣକରି ଚାଉଳ ଗଛରେ ୨୮ଟି ବତି ବସାଇଥିଲେ। ଶ୍ରୀଜଗନ୍ନାଥଙ୍କ ନିମନ୍ତେ ୧୦, ଶ୍ରୀବଳଭଦ୍ର ଓ ସୁଭଦ୍ରାଙ୍କ ନିମନ୍ତେ ୯ଟି ଲେଖାଏ ଦୀପ ବସାଯାଇଥିଲା। ୩ଟି ସୁନାଆଳତି ଲଗାଇବା ପରେ ପୂଜାପଣ୍ଡା ସେବକ ଚାଉଳ ଗଛ ଓ ଦୀପକୁ ସଂସ୍କାର କରିଥିଲେ। ଏହାପରେ ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ସେବକମାନେ ସିଂହାସନକୁ ଉଠି ତିନିବାଡ଼ରେ ବନ୍ଦାପନା କରିବା ପରେ ତିନୋଟି ମହାଦୀପରେ ବନ୍ଦାପନା କରିଥିଲେ। ପରେ ଜୟବିଜୟ ଦ୍ୱାର ଭିତରପଟେ ଚାଉଳ ଗଛକୁ ପୂଜାପଣ୍ଡା ସଂସ୍କାର କରି ପାଣି ପକାଇଥିଲେ। ସେହି ମହାଦୀପ କଳସଗୁଡ଼ିକୁ ପାଳିଆ ଚୁନରାଙ୍କୁ ଦିଆଯାଇଥିଲା। ବଡ଼ଓଡ଼ିଆ ମଠ ଦେଇଥିବା ତେଲ ଓ ଘିଅ ନେଇ ଚୁନରା ସେବକ ଶ୍ରୀମନ୍ଦିର ଅଁଳାବେଢ଼ା ଉପରେ ଦୀପ ଜାଳିଥିଲେ। ଚନ୍ଦ୍ରଉଦିଆ ଜାଳି ଗଜପତି ମହାରାଜାଙ୍କୁ ମହାପ୍ରଭୁ ଶଙ୍ଖେ ପୂରାଇ ଚକ୍ରେ ଆଢୁଆଳ କରନ୍ତୁ କହି ହରିବୋଲ ଡାକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri