ଦେବଗିରି ଆଶ୍ରମ ସନ୍ଥଙ୍କୁ ମରଣାନ୍ତକ ଆକ୍ରମଣ, କଲ୍ୟାଣସିଂହପୁର ଥାନରେ ଏତଲା

ରାୟଗଡ଼ା, ୧୬।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଦେବଗିରି ଶୈବପୀଠସ୍ଥିତ ଆଶ୍ରମରେ ରହୁଥିବା ସନ୍ନ୍ୟାସୀ ସ୍ବରୁପାନନ୍ଦ ଗିରି ଓରଫ ସରୋଜ କୁମାର ନାୟକଙ୍କୁ ମଙ୍ଗଳବାର ସନ୍ଧ୍ୟାରେ କଲ୍ୟାଣସିଂହପୁରଠାରେ ଜଣେ ବ୍ୟକ୍ତି ମରଣାନ୍ତକ ଆକ୍ରମଣ କରିଛନ୍ତି। ଏ ନେଇ କଲ୍ୟାଣସିଂହପୁର ଥାନରେ ଏତଲା ଦିଆଯାଇଛି।

ସୂଚନା ମୁତାବକ ସନ୍ଥ ସ୍ବରୁପାନନ୍ଦ ଉକ୍ତ ଆଶ୍ରମରେ ରହି ଗୋ ସେବା, ଅନ୍ଧବିଶ୍ୱାସ ବିରୋଧରେ ସଚେତନ କରିବା ଭଳି ଜନହିତକର କାର୍ଯ୍ୟ କରୁଛନ୍ତି। ଜଣେ ବ୍ୟକ୍ତି କଲ୍ୟାଣସିଂହପୁର ମୁଖ୍ୟ ରାସ୍ତା ଉପରେ ତାଙ୍କୁ ଅଟକାଇ ଅଭଦ୍ର ଓ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ପରେ ତାଙ୍କୁ ଉକ୍ତ ବ୍ୟକ୍ତି ଜଣକ ୱେଲ୍ଡିଂ ଦୋକାନରେ ଏକ ଲୁହା ଛଡରେ ମୁଣ୍ଡ ପଛପଟକୁ ବାଡେଇ ଦେଇଥିଲେ। ସ୍ବରୁପାନନ୍ଦଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାର ଡାକ୍ତର ତାଙ୍କୁ ରାୟଗଡ଼ାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ଏକ ବଡ ଷଡ଼ଯନ୍ତ୍ର କରି ସ୍ବରୁପାନନ୍ଦଙ୍କୁ ଆକ୍ରମଣ ହୋଇଥିବା ନେଇ ତାଙ୍କ ଏତଲାରେ ଉଲ୍ଲେଖ ରହିଛି। ଏହାର ନିରପେକ୍ଷ ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ହିନ୍ଦୁ ସଂଗଠନ ତଥା ବୁଦ୍ଧିଜୀବୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri