ଦେବଗିରି ଆଶ୍ରମ ସନ୍ଥଙ୍କୁ ମରଣାନ୍ତକ ଆକ୍ରମଣ, କଲ୍ୟାଣସିଂହପୁର ଥାନରେ ଏତଲା

ରାୟଗଡ଼ା, ୧୬।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଦେବଗିରି ଶୈବପୀଠସ୍ଥିତ ଆଶ୍ରମରେ ରହୁଥିବା ସନ୍ନ୍ୟାସୀ ସ୍ବରୁପାନନ୍ଦ ଗିରି ଓରଫ ସରୋଜ କୁମାର ନାୟକଙ୍କୁ ମଙ୍ଗଳବାର ସନ୍ଧ୍ୟାରେ କଲ୍ୟାଣସିଂହପୁରଠାରେ ଜଣେ ବ୍ୟକ୍ତି ମରଣାନ୍ତକ ଆକ୍ରମଣ କରିଛନ୍ତି। ଏ ନେଇ କଲ୍ୟାଣସିଂହପୁର ଥାନରେ ଏତଲା ଦିଆଯାଇଛି।

ସୂଚନା ମୁତାବକ ସନ୍ଥ ସ୍ବରୁପାନନ୍ଦ ଉକ୍ତ ଆଶ୍ରମରେ ରହି ଗୋ ସେବା, ଅନ୍ଧବିଶ୍ୱାସ ବିରୋଧରେ ସଚେତନ କରିବା ଭଳି ଜନହିତକର କାର୍ଯ୍ୟ କରୁଛନ୍ତି। ଜଣେ ବ୍ୟକ୍ତି କଲ୍ୟାଣସିଂହପୁର ମୁଖ୍ୟ ରାସ୍ତା ଉପରେ ତାଙ୍କୁ ଅଟକାଇ ଅଭଦ୍ର ଓ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ପରେ ତାଙ୍କୁ ଉକ୍ତ ବ୍ୟକ୍ତି ଜଣକ ୱେଲ୍ଡିଂ ଦୋକାନରେ ଏକ ଲୁହା ଛଡରେ ମୁଣ୍ଡ ପଛପଟକୁ ବାଡେଇ ଦେଇଥିଲେ। ସ୍ବରୁପାନନ୍ଦଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାର ଡାକ୍ତର ତାଙ୍କୁ ରାୟଗଡ଼ାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ଏକ ବଡ ଷଡ଼ଯନ୍ତ୍ର କରି ସ୍ବରୁପାନନ୍ଦଙ୍କୁ ଆକ୍ରମଣ ହୋଇଥିବା ନେଇ ତାଙ୍କ ଏତଲାରେ ଉଲ୍ଲେଖ ରହିଛି। ଏହାର ନିରପେକ୍ଷ ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ହିନ୍ଦୁ ସଂଗଠନ ତଥା ବୁଦ୍ଧିଜୀବୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri