ବଲାଙ୍ଗୀରରେ ଧୂମ୍‌ଧାମ୍‌ରେ ଚାଲିଛି ଦେବଶିଳ୍ପୀଙ୍କ ପୂଜା

ବଲାଙ୍ଗୀର,୧୬ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ସୋମବାର ବିଭିନ୍ନ ସ୍ଥାନରେ ବିଶ୍ୱକର୍ମା ପୂଜା ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ବଲାଙ୍ଗୀର ସରକାରୀ ନୂତନ ବସ୍‌ ଟର୍ମିନାଲଠାରେ ଘରୋଇ ବସ୍‌ ମାଲିକ ସଂଘ, ରାଣୀବନ୍ଧ ରାସ୍ତାରେ ଟ୍ରକ ଅପରେଟର ଆସୋସିଏଶନ, ସାଲେପାଲିଠାରେ ଚନ୍ଦ୍ରଜ୍ୟୋତି ଗ୍ୟାସ, ଖମାରମୁଣ୍ଡାସ୍ଥିତ କେବିକେ ଆଇଟିଆଇ, ବିଭିନ୍ନ ଗ୍ୟାରେଜ, ସର୍ଭିସ ସେଣ୍ଟର, ଶୋ’ରୁମ୍‌ଠାରେ ବିଶକର୍ମା ପୂଜା ଅନୁଷ୍ଠିତ ହୋଇଛି। ବସ୍‌ ଟର୍ମିନାଲଠାରେ ଘରୋଇ ବସ୍‌ ମାଲିକ ସଂଘ ସଭାପତି ଦୁର୍ଗା ବେହେରା ଓ ସମ୍ପାଦକ ପ୍ରତ୍ୟୁଷ ମିଶ୍ର, ଅନ୍ୟ ସଦସ୍ୟ, ଟ୍ରକ ଆସୋସିଏଶନ ସଭାପତି ବୀରେନ ମିଶ୍ର, ସମ୍ପାଦକ ଅଶ୍ବିନୀ ପଟ୍ଟନାୟକ ଓ ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ। ଏହା ସହିତ ସହରରେ ବିଦ୍ୟୁତ ବିଭାଗ, ଅଟୋ ଷ୍ଟାଣ୍ଡ, ଟ୍ୟାକ୍ସି ଷ୍ଟାଣ୍ଡ, ସରକାରୀ ଆଇଟିଆଇରେ ବିଶ୍ୱକର୍ମା ପୂଜା ପାଳନ କରାଯାଇଛି । ଅନେକ ପୂଜା ମଣ୍ଡପରେ ବିଶ୍ୱକର୍ମା ମୂର୍ତ୍ତି ଓ ମେଢ ବେଶ ଆକର୍ଷଣୀୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri