ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ ଅତିକମରେ ୪୪ଜଣ ପ୍ରାଣ ହରାଇଥିବାବେଳେ ପ୍ରାୟ ୨.୬ଲକ୍ଷରୁ ଅଧିକ ପରିବାର ପ୍ରଭାବିତ ହୋଇଛନ୍ତି।
ନଦୀଗୁଡ଼ିକ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ଦେଶର ଉତ୍ତର-ପୂର୍ବ ଏବଂ ଦକ୍ଷିଣ-ପୂର୍ବ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଗତ ଶନିବାର ମଧ୍ୟରାତ୍ରିରୁ ରବିବାର ସକାଳ ୬ଟା ମଧ୍ୟରେ ରେକର୍ଡ ୭୬ ମିମି ବର୍ଷା ହେବା ଫଳରେ ରାଜଧାନୀ ଢାକାର ବହୁ ଅଞ୍ଚଳ ଜଳମଗ୍ନ ହୋଇଯାଇଛି , ଯାହାଦ୍ୱାରା ସହରୀ ଜୀବନଯାତ୍ରା ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି। ସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ସହ ସେନା, ନୌସେନା ଓ ବାୟୁସେନାକୁ ଉଦ୍ଧାର ଏବଂ ରିଲିଫ୍‌ କାର୍ଯ୍ୟରେ ନିୟୋଜିତ କରାଯାଇଛି।
ବାଂଲାଦେଶ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରଣାଳୟର ସୂଚନା ଅନଯାୟୀ , ଗତ ଜୁଲାଇ ୫ରୁ ଏପର୍ଯ୍ୟନ୍ତ ସରକାରୀ ଭାବେ ୪୪ଜଣଙ୍କ ମୃତ୍ୟୁ ରେକର୍ଡ କରାଯାଇଛି, ଯେଉଁଥିରେ ଜୁଲାଇ ୮ରେ କକ୍ସ ବଜାର ଶରଣାର୍ଥୀ ଶିବିରରେ ଭୂସ୍ଖଳନ ଯୋଗୁ ୭ଜଣ ରୋହିଙ୍ଗ୍ୟା ଶିଶୁ ଓ ଜଣେ ଶିକ୍ଷକ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୨,୬୭,୯୧୮ ପରିବାର ଜଳବନ୍ଦୀ ଅବସ୍ଥାରେ ଥିବାବେଳେ, ୪୪,୪୫୭ରୁ ଅଧିକ ବନ୍ୟାବିପନ୍ନ ୧୧୦୦ରୁ ଊର୍ଦ୍ଧ୍ୱ ଆଶ୍ରୟସ୍ଥଳୀରେ ଶରଣ ନେଇଛନ୍ତି। ବନ୍ୟାଞ୍ଚଳରେ ଲୋକେ ଘରର ଛାତ ଉପରେ କିମ୍ବା ପ୍ଲାଷ୍ଟିକ ଜରି ଟାଣି ରାସ୍ତାକଡ଼ରେ ରହିବାକୁ ବାଧ୍ୟ ହେଉଛନ୍ତି।
ଏପରିକି ଅନେକ ସ୍ବାସ୍ଥ୍ୟକେନ୍ଦ୍ର ଜଳମଗ୍ନ ହୋଇଯାଇଥିବାରୁ ଚିକିସତ୍ା ସେବା ଯୋଗାଇବା କଷ୍ଟକର ହୋଇପଡ଼ିଛି।
ଢାକା ସମେତ ପ୍ରମୁଖ ବନ୍ଦର ସହର ଚଟ୍ଟଗ୍ରାମ ମଧ୍ୟ ଏହି ମୂଷଳଧାରା ବର୍ଷା ଯୋଗୁ ଗମ୍ଭୀର ଭାବେ ପ୍ରଭାବିତ ହୋଇଛି। ଢାକାର ମିରପୁର ଭଳି ଅନେକ ଜନବହୁଳ ଅଞ୍ଚଳରେ ପାଣି ଜମି ରହିବା କାରଣରୁ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ବାଂଲାଦେଶର ବନ୍ୟା ପୂର୍ବାନୁମାନ ଓ ସତର୍କତା କେନ୍ଦ୍ର (ଏଫ୍‌ଏଫ୍‌ଡବ୍ଲୁସି) ଅନୁଯାୟୀ ମେଘନା ଓ ଦକ୍ଷିଣ-ପୂର୍ବ ପାର୍ବତ୍ୟ ଅବବାହିକାରେ ଥିବା ୪୫ଟି ନଦୀ ମନିଟରିଂ ଷ୍ଟେଶନ ମଧ୍ୟରୁ ୭ଟିରେ ଜଳସ୍ତର ବିପଦସଙ୍କେତ ଉପରେ ରହିଛି। ଆଗାମୀ ୨୪ରୁ ୪୮ ଘଣ୍ଟା ମଧ୍ୟରେ ବାଂଲାଦେଶର ସିଲହଟ୍‌, ରଙ୍ଗପୁର ଏବଂ ମୟମନସିଂହ ସମେତ ପଡ଼ୋଶୀ ଭାରତୀୟ ରାଜ୍ୟ ଆସାମ, ମେଘାଳୟ ଓ ପଶ୍ଚିମବଙ୍ଗରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବ୍ରହ୍ମପୁତ୍ର ଅବବାହିକାର ଅନ୍ୟ ଜିଲାଗୁଡ଼ିକରେ ବନ୍ୟା ସ୍ଥିତି ଆହୁରି ସଙ୍ଗିନ ହେବାର ଆଶଙ୍କା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?