ବିନାଶ ଘଟାଇଲା ବାତ୍ୟା ‘ଶାନ୍‌ଶାନ୍‌’: ୫୦ ଲକ୍ଷରୁ ଅଧିକ ଲୋକଙ୍କୁ ଘର ଖାଲି କରିବାକୁ ନିର୍ଦ୍ଦେଶ

ଟୋକିଓ,୩୦।୮: ବାତ୍ୟା ‘ଶାନ୍‌ଶାନ୍‌’ ଜାପାନରେ ବିନାଶ ଘଟାଇଛି। ପ୍ରବଳ ପବନ ଓ ବର୍ଷା ଯୋଗୁ ଭୂସ୍ଖଳନ ମଧ୍ୟ ଘଟିଛି। ବର୍ତ୍ତମାନ ସୁଦ୍ଧା ଅତି କମରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବିପଦକୁ ଦୃଷ୍ଟିରେ ରଖି ୫୦ ଲକ୍ଷରୁ ଅଧିକ ଲୋକଙ୍କୁ ଘର ଖାଲି କରି ସୁରକ୍ଷିତ ସ୍ଥାନକୁ ଯିବାକୁ କୁହାଯାଇଛି। କାରଣ ଏହି ଘୂର୍ଣ୍ଣିବଳୟ ଘଣ୍ଟା ପ୍ରତି ୨୫୦ କିଲୋମିଟର ବେଗରେ ଗତି କରୁଛି। ବିପଦପୂର୍ଣ୍ଣ ଅଞ୍ଚଳରେ ସରକାର ଏକ ସତର୍କ ସୂଚନା ଜାରି କରିଛନ୍ତି। ବିମାନ ଏବଂ ରେଳ ଚଳାଚଳ ବନ୍ଦ ହୋଇଯାଇଛି। ୨.୫ ଲକ୍ଷରୁ ଅଧିକ ଘରରେ ବିଦ୍ୟୁତ କାଟ୍‌ ହୋଇଛି।

ଜାପାନର ପାଣିପାଗ ଏଜେନ୍ସି କହିଛି, ‘ଶାନ୍‌ଶାନ୍‌’ ଦକ୍ଷିଣ-ପଶ୍ଚିମ କ୍ୟୁସୁ ଦ୍ୱୀପ ନିକଟରେ ପହଞ୍ଚିବା ପରେ କାରଖାନାସବୁ ବନ୍ଦ ହୋଇଯାଇଥିଲା ଏବଂ ଶହ ଶହ ବିମାନ ବାତିଲ କରାଯାଇଥିଲା। ଘୂର୍ଣ୍ଣିବଳୟର ବେଗ ଘଣ୍ଟା ପ୍ରତି ୨୫୦ କିଲୋମିଟରରେ ପହଞ୍ଚିଛି। କେତେକ ଅଞ୍ଚଳରେ ପୂର୍ବରୁ ୭୦୦ ମିଲିମିଟରରୁ ଅଧିକ ବର୍ଷା ହୋଇସାରିଛି, ଯାହାକି ଲଣ୍ଡନ ଏକ ବର୍ଷ ମଧ୍ୟରେ ସମାନ ପରିମାଣର ବର୍ଷା। ୨.୫ ଲକ୍ଷ ଲୋକ ବିଦ୍ୟୁତ ବିନା ଜୀବନଯାପନ କରୁଥିବାବେଳେ କାରଗୁଡିକ ଓଲଟି ପଡିଛି ଏବଂ ଗଛଗୁଡିକ ଉପୁଡ଼ି ଯାଇଛି।
କେନ୍ଦ୍ରୀୟ ଆଇଚି ପ୍ରିଫେକ୍ଟରରେ ଭୂସ୍ଖଳନ ହେତୁ ଏକ ଘର ଭୁଶୁଡ଼ି ପଡ଼ିବାରୁ ତିନି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପଶ୍ଚିମ ଦିଗରେ ଟୋକୁସିମାରେ ଏକ ଛାତ ଭୁଶୁଡ଼ି ପଡ଼ିବାରୁ ୮୦ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ଚାରି ଜଣ ଲୋକ ପ୍ରାଣ ହରାଇଛନ୍ତି। ଏଥିସହ ୧୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ଗୁରୁତର ପରିସ୍ଥିତିକୁ ଦେଖି ସମସ୍ତ ସରକାରୀ ବିଭାଗକୁ ସତର୍କ କରାଯାଇଛି। ବର୍ତ୍ତମାନ ୨୧୦ ଘରୋଇ ଏବଂ ଅନ୍ତର୍ଜାତୀୟ ବିମାନକୁ ବାତିଲ କରାଯାଇଛି। ସରକାର କହିଛନ୍ତି ଯେ, ବାତ୍ୟା ଯୋଗୁ ୮ ଲକ୍ଷ ଲୋକଙ୍କୁ ଏଠାରୁ ଅନ୍ୟ ସ୍ଥାନକୁ ପଠାଯିବ। ରାଜଧାନୀ ଟୋକିଓରେ ବୁଲେଟ ଟ୍ରେନ, ଟ୍ରେନ, ବିମାନ ଏବଂ ଡାକ ସେବା ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri