ବିନାଶ ଘଟାଇଲା ବାତ୍ୟା ‘ଶାନ୍‌ଶାନ୍‌’: ୫୦ ଲକ୍ଷରୁ ଅଧିକ ଲୋକଙ୍କୁ ଘର ଖାଲି କରିବାକୁ ନିର୍ଦ୍ଦେଶ

ଟୋକିଓ,୩୦।୮: ବାତ୍ୟା ‘ଶାନ୍‌ଶାନ୍‌’ ଜାପାନରେ ବିନାଶ ଘଟାଇଛି। ପ୍ରବଳ ପବନ ଓ ବର୍ଷା ଯୋଗୁ ଭୂସ୍ଖଳନ ମଧ୍ୟ ଘଟିଛି। ବର୍ତ୍ତମାନ ସୁଦ୍ଧା ଅତି କମରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବିପଦକୁ ଦୃଷ୍ଟିରେ ରଖି ୫୦ ଲକ୍ଷରୁ ଅଧିକ ଲୋକଙ୍କୁ ଘର ଖାଲି କରି ସୁରକ୍ଷିତ ସ୍ଥାନକୁ ଯିବାକୁ କୁହାଯାଇଛି। କାରଣ ଏହି ଘୂର୍ଣ୍ଣିବଳୟ ଘଣ୍ଟା ପ୍ରତି ୨୫୦ କିଲୋମିଟର ବେଗରେ ଗତି କରୁଛି। ବିପଦପୂର୍ଣ୍ଣ ଅଞ୍ଚଳରେ ସରକାର ଏକ ସତର୍କ ସୂଚନା ଜାରି କରିଛନ୍ତି। ବିମାନ ଏବଂ ରେଳ ଚଳାଚଳ ବନ୍ଦ ହୋଇଯାଇଛି। ୨.୫ ଲକ୍ଷରୁ ଅଧିକ ଘରରେ ବିଦ୍ୟୁତ କାଟ୍‌ ହୋଇଛି।

ଜାପାନର ପାଣିପାଗ ଏଜେନ୍ସି କହିଛି, ‘ଶାନ୍‌ଶାନ୍‌’ ଦକ୍ଷିଣ-ପଶ୍ଚିମ କ୍ୟୁସୁ ଦ୍ୱୀପ ନିକଟରେ ପହଞ୍ଚିବା ପରେ କାରଖାନାସବୁ ବନ୍ଦ ହୋଇଯାଇଥିଲା ଏବଂ ଶହ ଶହ ବିମାନ ବାତିଲ କରାଯାଇଥିଲା। ଘୂର୍ଣ୍ଣିବଳୟର ବେଗ ଘଣ୍ଟା ପ୍ରତି ୨୫୦ କିଲୋମିଟରରେ ପହଞ୍ଚିଛି। କେତେକ ଅଞ୍ଚଳରେ ପୂର୍ବରୁ ୭୦୦ ମିଲିମିଟରରୁ ଅଧିକ ବର୍ଷା ହୋଇସାରିଛି, ଯାହାକି ଲଣ୍ଡନ ଏକ ବର୍ଷ ମଧ୍ୟରେ ସମାନ ପରିମାଣର ବର୍ଷା। ୨.୫ ଲକ୍ଷ ଲୋକ ବିଦ୍ୟୁତ ବିନା ଜୀବନଯାପନ କରୁଥିବାବେଳେ କାରଗୁଡିକ ଓଲଟି ପଡିଛି ଏବଂ ଗଛଗୁଡିକ ଉପୁଡ଼ି ଯାଇଛି।
କେନ୍ଦ୍ରୀୟ ଆଇଚି ପ୍ରିଫେକ୍ଟରରେ ଭୂସ୍ଖଳନ ହେତୁ ଏକ ଘର ଭୁଶୁଡ଼ି ପଡ଼ିବାରୁ ତିନି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପଶ୍ଚିମ ଦିଗରେ ଟୋକୁସିମାରେ ଏକ ଛାତ ଭୁଶୁଡ଼ି ପଡ଼ିବାରୁ ୮୦ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ଚାରି ଜଣ ଲୋକ ପ୍ରାଣ ହରାଇଛନ୍ତି। ଏଥିସହ ୧୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ଗୁରୁତର ପରିସ୍ଥିତିକୁ ଦେଖି ସମସ୍ତ ସରକାରୀ ବିଭାଗକୁ ସତର୍କ କରାଯାଇଛି। ବର୍ତ୍ତମାନ ୨୧୦ ଘରୋଇ ଏବଂ ଅନ୍ତର୍ଜାତୀୟ ବିମାନକୁ ବାତିଲ କରାଯାଇଛି। ସରକାର କହିଛନ୍ତି ଯେ, ବାତ୍ୟା ଯୋଗୁ ୮ ଲକ୍ଷ ଲୋକଙ୍କୁ ଏଠାରୁ ଅନ୍ୟ ସ୍ଥାନକୁ ପଠାଯିବ। ରାଜଧାନୀ ଟୋକିଓରେ ବୁଲେଟ ଟ୍ରେନ, ଟ୍ରେନ, ବିମାନ ଏବଂ ଡାକ ସେବା ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri