Posted inଖେଳ

ମାତ୍ର ୫୨ ବଲ୍‌ରେ ଧୂଆଁଧାର ଶତକ ହାସଲ କରି ଇତିହାସ ରଚିଲେ ଏହି ୨୦ ବର୍ଷୀୟ କ୍ରିକେଟର୍‌

ମୁମ୍ବାଇ,୨୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)ର ଯୁବ ବ୍ୟାଟ୍ସମ୍ୟାନ ଦେବଦତ୍ତ ପଡିକାଲ୍‌ ଆଇପିଏଲ ୨୦୨୧ରେ ପ୍ରଥମ ଶତକ ହାସଲ କରିଛନ୍ତି। ୨୦ ବର୍ଷୀୟ ପଡିକାଲ୍‌ ୫୧ଟି ବଲରେ ୧୧ ଚୌକା ଓ ୬ଟି ଛକା ସହାୟତାରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଅପରାଜିତ ୧୦୧ ରନ କରିଥିଲେ। ଏହି ଇନିଂସ ଆଧାରରେ ଆରସିବି ରାଜସ୍ଥାନକୁ ୧୦ ଉଇକେଟରେ ପରାସ୍ତ କରିଛି। ଏହା ସହିତ ଦଳ ପଏଣ୍ଟ ଟେବୁଲରେ ଶୀର୍ଷରେ ପହଞ୍ଚିଛି। ଚଳିତ ସିଜିନରେ ଏହା ଦ୍ୱିତୀୟ ଶତକ। ଏହାପୂର୍ବରୁ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ପଞ୍ଜାବ ବିପକ୍ଷରେ ଏକ ଶତକ ହାସଲ କରିଥିଲେ। ସେ ହେଉଛନ୍ତି ଆଇପିଏଲରେ ଶତକ ହାସଲ କରିଥିବା ତୃତୀୟ ଯୁବ ବ୍ୟାଟ୍ସମ୍ୟାନ, କିନ୍ତୁ ଟାର୍ଗେଟକୁ ପିଛା କରିବା ବେଳେ ସେ ଏହା କରିବାରେ ସବୁଠାରୁ କନିଷ୍ଠ। କେବଳ ଏତିକି ନୁହେଁ, ସେ ଅନ୍ତର୍ଜାତୀୟ ଡେବ୍ୟୁ ପୂର୍ବରୁ ଆଇପିଏଲରେ ଶତକ ହାସଲ କରିଥିବା ଚତୁର୍ଥ ବ୍ୟାଟ୍ସମ୍ୟାନ ମଧ୍ୟ ହୋଇଥିଲେ।
ଦେବଦତ୍ତ ପଡିକାଲ୍‌ ରାଜସ୍ଥାନ ବିପକ୍ଷରେ ବିରାଟ କୋହଲିଙ୍କ ସହ ଅପରାଜିତ ୧୮୧ ରନ ଭାଗିଦାରୀ ବାଣ୍ଟିଥିଲେ। ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ପଡିକାଲ୍‌ କରୋନା ପଜିଟିଭ ଚିହ୍ନଟ ହୋିଥିଲେ। ଏହି କାରଣରୁ ସେ ବିଳମ୍ବରେ ଦଳରେ ଯୋଗ ଦେଇଥିଲେ ଏବଂ ପ୍ରଥମ ମ୍ୟାଚ ଖେଳିପାରି ନ ଥିଲେ। ବାମହାତୀ ବ୍ୟାଟ୍ସମ୍ୟାନ ଦେବଦତ୍ତ ପଡିକାଲ୍‌ଙ୍କ ଏହା ହେଉଛି ଦ୍ୱିତୀୟ ସିଜନ। ତାଙ୍କର ପ୍ରଥମ ସିଜନରେ ସେ ୟୁଏଇରେ ୪୭୩ ରନ ସ୍କୋର କରି ୫ଟି ଅର୍ଦ୍ଧଶତକ ସ୍କୋର କରିଥିଲେ। ଆଇପିଏଲ ରେକର୍ଡଗୁଡିକ ବିଷୟରେ କହିବାକୁ ଗଲେ ଦେବଦତ୍ତ ପଡିକାଲ ଶତକ ହାସଲ କରିଥିବା ୩୭ତମ ଖେଳାଳ। ଏପର୍ଯ୍ୟନ୍ତ ୧୮ ଜଣ ଭାରତୀୟ ଏବଂ ୧୯ ଜଣ ବିଦେଶୀ ଖେଳାଳି ଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri