୩ ଅର୍ଦ୍ଧଶତକ ସହ ଦେବଦତ୍ତ ପଡିକ୍କଲ ଆଇପିଏଲ୍‌ରେ ରଚିଲେ ଏହି କୀର୍ତ୍ତିମାନ

ଆବୁଧାବି, ୪।୧୦: କୁହାଯାଏ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଯୁବ ଖେଳାଳିଙ୍କୁ ସର୍ବଦା ସୁଯୋଗ ଦେଇଆସିଛି। ଏହି ପ୍ଲାଟଫର୍ମରେ ଯୁବ କ୍ରିକେଟର୍‌ମାନେ ସେମାନଙ୍କ ପ୍ରତିଭା ଦେଖାଇବାର ସୁଯୋଗ ପାଇଥାନ୍ତି। ୟୁଏଇରେ ଚାଲିଥିବା ଚଳିତ ଆଇପିଏଲ୍‌ରେ ଏହିଭଳି ଜଣେ ଖେଳାଳି ନିଜର ପ୍ରଦର୍ଶନର ଛାପ ଛାଡ଼ିବାରେ ସଫଳ ହୋଇଛନ୍ତି। ସେ ହେଲେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)ର ଓପନର୍‌ ଦେବଦତ୍ତ ପଡିକ୍କଲ।


ବର୍ଷୀୟ ଏହି ବାମହାତୀ ଓପନିଂ ବ୍ୟାଟ୍ସମ୍ୟାନ ପ୍ରଥମଥର ଲାଗି ଆଇପିଏଲ୍‌ ଖେଳି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କେରଳରେ ଜନ୍ମିତ ପଡିକ୍କଲ ବର୍ତ୍ତମାନ ସୁଦ୍ଧା ୪ ମ୍ୟାଚ୍‌ ଖେଳି ୩ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏଥିସହ ଆଇପିଏଲ୍‌ ଇତିହାସରେ ଏକମାତ୍ର ବ୍ୟାଟ୍ସମ୍ୟାନ ଭାବେ ପ୍ରଥମ ୪ଟି ମ୍ୟାଚ୍‌ରେ ୩ଟି ଅର୍ଦ୍ଧଶତକ ହାସଲ କରିବାର କୀର୍ତ୍ତିମାନ ସେ ସ୍ଥାପନ କରିଛନ୍ତି। ପଡିକ୍କଲ ବର୍ତ୍ତମାନ ସୁଦ୍ଧା ୪ ମ୍ୟାଚ୍‌ରୁ ୧୩୪.୮୮ ଷ୍ଟ୍ରାଇକରେଟ୍‌ରେ ୧୭୪ ରନ୍‌ ସଂଗ୍ରହ କରିଛନ୍ତି। ଶନିବାର ରାଜସ୍ଥାନ ବିପକ୍ଷ ମୁକାବିଲାରେ ସେ ୪୫ ବଲରୁ ୬୩ ରନ କରିଥିଲେ। ସେହିଭଳି ସନ୍‌ରାଇଜର୍ସ ହାଇଦ୍ରାବାଦ (୫୬) ଓ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ (୫୪) ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଗତବର୍ଷ ମଧ୍ୟ ଦେବଦତ୍ତ ଆର୍‌ସିବି ଦଳରେ ସାମିଲ ଥିଲେ ମଧ୍ୟ ଚୂଡ଼ାନ୍ତ ଏକାଦଶରେ ଖେଳିବାର ସୁଯୋଗ ପାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri