Posted inଖେଳ

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ତା’ର ପ୍ରଥମ ଇନିଂସରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ୯ ଉଇକେଟ ହରାଇ ୪୬୦ ରନ କରିଛି।

ଦ୍ୱିତୀୟ ଦିନର ପ୍ରଥମ ସେସନ ସମ୍ପୂର୍ଣ୍ଣ ରୂପେ ବର୍ଷା କାରଣରୁ ଧୋଇ ହୋଇଯାଇଥିଲା। ଭାରତ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୮୮/୨ରୁ ବ୍ୟାଟିଂ ଆରମ୍ଭ କରିଥିଲା। ପୂର୍ବଦିନ ଅପରାଜିତ ଥିବା ପଡିକଲ ୧୬୭ (୧୫ ଚୌକା ଓ ୧ ଛକା) ରନ କରି ପ୍ରବଥ ଜୟସୁରିୟାଙ୍କ ବଲରେ ଷ୍ଟମ୍ପିଂ ହୋଇଥିଲେ।

ପ୍ରଥମ ଦିନ ଇଞ୍ଜୁରି କାରଣରୁ ରିଟାୟର୍ଡ ହର୍ଟ ହୋଇଥିବା ଲୋକେଶ ରାହୁଲ (୮୨ ରନ, ୧୦ ଚୌକା ଓ ୧ ଛକା) କ୍ରିଜ୍‌କୁ ଫେରି ପୂର୍ବ ସ୍କୋରରେ ୫ ରନ ଯୋଡ଼ିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରିଷଭ ପନ୍ତ ୩୯, ଧ୍ରୁବ ଜୁରେଲ ୫୧ (୪ ଚୌକା ଓ ୧ ଛକା) ଓ ମାନବ ସୁଥର ୨୪ ରନ କରିଥିଲେ। ଷ୍ଟମ୍ପ ଅପସାରଣ ବେଳକୁ କୁଲଦୀପ ଯାଦବ ୧୨ ଓ ପ୍ରସିଦ୍ଧ କ୍ରିଷ୍ଣା ୧ ରନରେ ଅପରାଜିତ ରହିଛନ୍ତି। ଶ୍ରୀଲଙ୍କା ପାଇଁ ପ୍ରବଥ ଜୟସୁରିୟା ୪ ଓ କେଶରା ନୁଓ୍ବାନ୍ଥା ୩ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?