Posted inଜାତୀୟ

ନାତି ପାଇଁ ଏଥର ଜନ୍ମଦିନ ପାଳିବେ ନାହିଁ ଦେବେଗୌଡା

ବେଙ୍ଗାଲୁରୁ,୧୬।୫: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡା ଚଳିତ ବର୍ଷ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ଗୁରୁବାର ସେ କହିଛନ୍ତି ଯେ ତାଙ୍କ ନାତି ତଥା ହାସନ ଏମପି ପ୍ରଜ୍ୱଳ ରେଭାନ୍ନା ଯୌନ ଉତ୍ପୀଡ଼ନ ଅଭିଯୋଗରେ ତଦନ୍ତର ସମ୍ମୁଖୀନ ହେଉଛନ୍ତି, ଯେଉଁଥିପାଇଁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ଦେବେଗୌଡାଙ୍କ ପୁଅ ଏଚଡି ରେଭାନ୍ନାଙ୍କ ବିରୋଧରେ ଅପହରଣ ଏବଂ ଯୌନ ଶୋଷଣର ଦୁଇଟି ମାମଲା ମଧ୍ୟ ପଞ୍ଜିକୃତ ହୋଇଛି।

ଏବେ କର୍ନାଟକ ବିଧାନ ପରିଷଦର ୬ଟି ଆସନରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନରେ ସଂଗଠନକୁ ମଜବୁତ କରିବାକୁ ପୂର୍ବତନ ପ୍ରଧାନମନ୍ତ୍ରୀ ମଧ୍ୟ ନିବେଦନ କରିଥିଲେ।
ପ୍ରଶଂସକ, ପାର୍ଟି କର୍ମୀ ଏବଂ ଶୁଭେଚ୍ଛୁମାନଙ୍କୁ ନିବେଦନ କରି ସେ କହିଛନ୍ତି ଯେ ଏହି ମାସରେ ଅର୍ଥାତ୍‌ ମେ’ ୧୮ରେ ମୁଁ ୯୧ ବର୍ଷ ଅତିକ୍ରମ କରିବି ଏବଂ ୯୨ବର୍ଷରେ ପ୍ରବେଶ କରିବି। ତଥାପି, ମୁଁ କୌଣସି କାରଣରୁ ଏହି ବର୍ଷ ମୋର ଜନ୍ମଦିନ ପାଳନ କରୁନାହିଁ। ଆପଣ ଯେଉଁଠାରେ ଅଛନ୍ତି ସେହିଠାରୁ ମୋତେ ଶୁଭେଚ୍ଛା ଜଣାଇବାକୁ ମୁଁ ଆପଣଙ୍କୁ ଅନୁରୋଧ କରୁଛି।
ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଗାମୀ ବିଧାନ ପରିଷଦ ନିର୍ବାଚନରେ ଭାଜପା-ଜେଡି (ଏସ) ପ୍ରାର୍ଥୀଙ୍କ ବିଜୟ ପାଇଁ ସମସ୍ତେ ଆନ୍ତରିକତାର ସହ କାର୍ଯ୍ୟ କରିବା ଉଚିତ। ପୂର୍ବତନ ପ୍ରଧାନମନ୍ତ୍ରୀ ମଧ୍ୟ ସମସ୍ତ କର୍ମୀଙ୍କୁ ପାର୍ଟିର ଆୟୋଜନ ପାଇଁ ପ୍ରତିବଦ୍ଧତା ସହିତ କାର୍ଯ୍ୟ କରିବାକୁ ଅନୁରୋଧ କରିଥିଲେ। ନ୍ୟୁଜ ଏଜେନ୍ସି ପିଟିଆଇ ଜେଡି (ଏସ) ସୂତ୍ରରୁ ପ୍ରକାଶ ଯେ, ୩୩ ବର୍ଷୀୟ ଏମପି ଏବଂ ତାଙ୍କ ବାପା ରେଭାନ୍ନାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ପରିବାରର କଠିନ ପରିସ୍ଥିତି ଯୋଗୁଁ ପୂର୍ବତନ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନ ପାଳନ ନକରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri