‘ନିର୍ବାଚନ ପାଇଁ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କର’

ଢେଙ୍କାନାଳ ଅଫିସ,୧୩।୫: ଢେଙ୍କାନାଳ ଜିଲା ଭାଜପା କାର୍ଯ୍ୟାଳୟରେ ଶୁକ୍ରବାର ଲୋକ ସଭା ଭାଜପା ପ୍ରବାସ ଯୋଜନାର କୋର୍‌ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏଥିରେ ଯୋଗଦେଇ ଲୋକ ସଭା ନିର୍ବାଚନମଣ୍ଡଳୀ ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦଳର ସାଙ୍ଗଠନିକ ସ୍ଥିତି ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଆଗାମୀ ସାଧାରଣ ନିର୍ବାଚନ ପାଇଁ ଏବେଠାରୁ କାର୍ଯ୍ୟ ଆରମ୍ଭ କରିବା, ଲୋକସଭା କ୍ଷେତ୍ରର ୧ ହଜାର ୭୦୬ଟି ବୁଥ୍‌ ସଙ୍ଗଠନକୁ ସୁଦୃଢ଼ କରିବା ଦିଗରେ ପ୍ରାଧାନ୍ୟ ଦେଇ ରୋଡ୍‌ମ୍ୟାପ ପ୍ରସ୍ତୁତ କରିବାକୁ ସେ ଗୁରୁତ୍ୱାରୋପ କରିଛନ୍ତି।
ଗତ ଫେବୃୟାରୀ ୨୮ରେ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ଭୁବନେଶ୍ୱରରେ ଅନୁଷ୍ଠିତ ବିକ୍ଷୋଭ ଶୋଭାଯାତ୍ରାରେ ରାଜ୍ୟ ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ଦୀପକ ଗୋଚ୍ଛାୟତ, ଯୁବମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ସତ୍ୟରଞ୍ଜନ ଭୂୟଁା, ଜିଲା ଯୁବମୋର୍ଚ୍ଚା କୋଷାଧ୍ୟକ୍ଷ ସିଦ୍ଧାର୍ଥ ଶଙ୍କର ସାମଲ, ସଂଯୋଜକ ବିଭୂତି ଭୂଷଣ ଷଣ୍ଢ ଗିରଫ ହୋଇ ୫୮ଦିନ ଧରି ଜେଲରେ ଥିଲେ। ସେମାନଙ୍କୁ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।
ଜିଲା ସଭାପତି ନରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, ଲୋକସଭା ପ୍ରବାସ ଯୋଜନା ପ୍ରଭାରୀ ସୀମାଞ୍ଚଳ ଖଟେଇ, ରାଜ୍ୟ ପ୍ରବାସ ଯୋଜନା ସହସଂଯୋଜକ ଧୀରେନ ସେନାପତି, ଅନୁଗୋଳ ଜିଲା ସଭାପତି ଦୀଲେଶ୍ୱର ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ବରିଷ୍ଠ ନେତା ବିଭୂତି ଭୂଷଣ ପ୍ରଧାନ, ଶତ୍ରୁଘ୍ନ ଜେନା, ନିରୋଜ ନଳିନୀ ମହାଳିକ, ପ୍ରତାପ ପ୍ରଧାନ, ଅଶୋକ ମହାନ୍ତି, କାଳିନ୍ଦୀ ସାମଲ, ନବକିଶୋର ଗୁରୁ, ଅମୃତ ରଞ୍ଜନ ସ୍ବାଇଁ, ମାତୃପ୍ରସାଦ ନନ୍ଦ, ସୁନୀଲ ଶର୍ମା, ଉମେଶ ନନ୍ଦ, ରତିକାନ୍ତ ସାହୁ, ଯଯାତି ପଟ୍ଟନାୟକ, ସୁଜିତ ଗଡନାୟକ, ବିଷ୍ଣୁ ପ୍ରସାଦ ଲେଙ୍କାଙ୍କ ସମେତ ବହୁ ନେତୃବୃନ୍ଦ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri