‘ନିର୍ବାଚନ ପାଇଁ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କର’

ଢେଙ୍କାନାଳ ଅଫିସ,୧୩।୫: ଢେଙ୍କାନାଳ ଜିଲା ଭାଜପା କାର୍ଯ୍ୟାଳୟରେ ଶୁକ୍ରବାର ଲୋକ ସଭା ଭାଜପା ପ୍ରବାସ ଯୋଜନାର କୋର୍‌ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏଥିରେ ଯୋଗଦେଇ ଲୋକ ସଭା ନିର୍ବାଚନମଣ୍ଡଳୀ ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦଳର ସାଙ୍ଗଠନିକ ସ୍ଥିତି ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଆଗାମୀ ସାଧାରଣ ନିର୍ବାଚନ ପାଇଁ ଏବେଠାରୁ କାର୍ଯ୍ୟ ଆରମ୍ଭ କରିବା, ଲୋକସଭା କ୍ଷେତ୍ରର ୧ ହଜାର ୭୦୬ଟି ବୁଥ୍‌ ସଙ୍ଗଠନକୁ ସୁଦୃଢ଼ କରିବା ଦିଗରେ ପ୍ରାଧାନ୍ୟ ଦେଇ ରୋଡ୍‌ମ୍ୟାପ ପ୍ରସ୍ତୁତ କରିବାକୁ ସେ ଗୁରୁତ୍ୱାରୋପ କରିଛନ୍ତି।
ଗତ ଫେବୃୟାରୀ ୨୮ରେ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ଭୁବନେଶ୍ୱରରେ ଅନୁଷ୍ଠିତ ବିକ୍ଷୋଭ ଶୋଭାଯାତ୍ରାରେ ରାଜ୍ୟ ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ଦୀପକ ଗୋଚ୍ଛାୟତ, ଯୁବମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ସତ୍ୟରଞ୍ଜନ ଭୂୟଁା, ଜିଲା ଯୁବମୋର୍ଚ୍ଚା କୋଷାଧ୍ୟକ୍ଷ ସିଦ୍ଧାର୍ଥ ଶଙ୍କର ସାମଲ, ସଂଯୋଜକ ବିଭୂତି ଭୂଷଣ ଷଣ୍ଢ ଗିରଫ ହୋଇ ୫୮ଦିନ ଧରି ଜେଲରେ ଥିଲେ। ସେମାନଙ୍କୁ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।
ଜିଲା ସଭାପତି ନରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, ଲୋକସଭା ପ୍ରବାସ ଯୋଜନା ପ୍ରଭାରୀ ସୀମାଞ୍ଚଳ ଖଟେଇ, ରାଜ୍ୟ ପ୍ରବାସ ଯୋଜନା ସହସଂଯୋଜକ ଧୀରେନ ସେନାପତି, ଅନୁଗୋଳ ଜିଲା ସଭାପତି ଦୀଲେଶ୍ୱର ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ବରିଷ୍ଠ ନେତା ବିଭୂତି ଭୂଷଣ ପ୍ରଧାନ, ଶତ୍ରୁଘ୍ନ ଜେନା, ନିରୋଜ ନଳିନୀ ମହାଳିକ, ପ୍ରତାପ ପ୍ରଧାନ, ଅଶୋକ ମହାନ୍ତି, କାଳିନ୍ଦୀ ସାମଲ, ନବକିଶୋର ଗୁରୁ, ଅମୃତ ରଞ୍ଜନ ସ୍ବାଇଁ, ମାତୃପ୍ରସାଦ ନନ୍ଦ, ସୁନୀଲ ଶର୍ମା, ଉମେଶ ନନ୍ଦ, ରତିକାନ୍ତ ସାହୁ, ଯଯାତି ପଟ୍ଟନାୟକ, ସୁଜିତ ଗଡନାୟକ, ବିଷ୍ଣୁ ପ୍ରସାଦ ଲେଙ୍କାଙ୍କ ସମେତ ବହୁ ନେତୃବୃନ୍ଦ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?