ବିକଶିତ କୃଷି ସଂକଳ୍ପ ଅଭିଯାନ

କର୍ଲାମୁଣ୍ଡା,୬ା୬ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରେଙ୍ଗାଲି ଓ ଗଜବାହାଲଠାରେ କୃଷି ବିଭାଗ ପକ୍ଷରୁ ଶୁକ୍ରବାର ବିକଶିତ କୃଷି ସଂକଳ୍ପ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ରେଙ୍ଗାଲିଠାରେ ଆୟୋଜିତ ସଭାରେ ଆତ୍ମା ଅଧ୍ୟକ୍ଷ ଗୌର କିଶୋର ରଣା, ରିଞ୍ଜା ସରପଞ୍ଚ ପୂର୍ଣ୍ଣମୀ ମାଝୀ, ସମିତି ସଭ୍ୟ ଆନନ୍ଦ ନାଗ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। କୃଷି ବୈଜ୍ଞାନିକ ବିନୋଦ ଜେନା ଓ ସ୍ବରାଜ ମେହେର, ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ, ଏଏଓ କୁମାର ଚିରଞ୍ଜୀବ, ଇଫ୍‌କୋ କର୍ମଚାରୀ ମାନସ ଟକରିଆ ପ୍ରମୁଖ ଯୋଗଦେଇ ଚାଷୀଙ୍କୁ ଖରିଫ ଫସଲର ସଦ୍ୟତମ ପ୍ରଯୁକ୍ତି ସୂଚନା, ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ ଆଧାରିତ ଫସଲ ଚୟନ, ଅଧିକରୁ ଅଧିକ ଚାଷୀଙ୍କ ନିକଟରେ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଆଦି ବିଷୟରେ ଆଲୋଚନା କରିଥିଲେ। ଶ୍ରୀଅନ୍ନ ଅଭିଯାନର ଅତିରିକ୍ତ ବ୍ଲକ୍‌ କାର୍ଯ୍ୟକ୍ରମ ସଂଯୋଜକ ପ୍ରଦୀପ କୁମାର ସାହୁ ସଂଯୋଜନା କରିଥିଲେ। ସେହିପରି ଗଜବାହାଲ ପଞ୍ଚାୟତ ସଭାଗୃହଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଗଜବାହାଲ ସରପଞ୍ଚ ଅରବିନ୍ଦ ଗହୀର ଅତିଥି ଭାବେ ଯୋଗଦେଇଥିଲେ। ଜିଲା ତଥା ବ୍ଲକ୍‌ସ୍ତରୀୟ ଅଧିକାରୀ ଯୋଗଦେଇ କୃଷକମାନଙ୍କୁ ଚାଷ ସମ୍ବନ୍ଧରେ ଆବଶ୍ୟକ ପରାମର୍ଶ ଦେଇଥିଲେ। ଏଥିରେ ଶ୍ରୀଅନ୍ନ ଅଭିଯାନର ବ୍ଲକ୍‌ ସଂଯୋଜକ ଜଗଦୀଶ ପ୍ରସାଦ ରଣା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ମୃତ୍ୟୁପରେ ପ୍ରଥମ ଥର ମୁହଁ ଖୋଲିଲେ ଲବ: କହୁକହୁ କହିଦେଲେ …

ଭୁବନେଶ୍ୱର,୨୫।୬: ଚର୍ଚ୍ଚିତ ୟୁଟ୍ୟୁବର ଲବ ହାଁସଦା ବାନ୍ଧବୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦ ଘେରକୁ ଆସିଥିଲେ। ବିପାଦ ପରେ ପ୍ରଥମ ଥର ସେ ମୁହଁ ଖୋଲିଛନ୍ତି। ।...

ଏଣିକି କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟନୁଷ୍ଠାନ: ଖସିପାରିବେନି ଅଭିଯୁକ୍ତ

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ)-ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ) ବିଶ୍ୱନାଥ ନିଲାନମ୍ବର୍‌ମ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମୁସର ଦକ୍ଷିଣ ବନଖଣ୍ଡ...

୪୦୦ କେ.ଜି. ୟୁରାନିୟମ ଗଲା କୁଆଡେ, ଏବେ ହେବ କ’ଣ: ଚିନ୍ତାରେ ଆମେରିକା

ଓ୍ବାଶିଂଟନ,୨୫ା୬:ଇରାନର ୩ ନ୍ୟୁକ୍ଲିୟର ଫାସିଲିଟି ଉପରେ ଆମେରିକା ୬ଟି ବଙ୍କର ବଷ୍ଟର ବୋମା ପକାଇବା ପରେ ଏହାର ୪୦୦ କିଲୋଗ୍ରାମ ୟୁରାନିୟମର ହିସାବ ମିଳୁନାହିଁ। ଏହି...

ଶୌଚ ପାଇଁ ଯାଇଥିଲେ ଚାଷୀ, ବୁଦାମୂଳେ ଛକିଥିଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ମହାକାଳପଡ଼ା, ୨୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଚାଷୀ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି। ଜୀବନ ବଞ୍ଚାଇବାକୁ ଯାଇ କୁମ୍ଭୀର...

ମୌଳିକ ସୁବିଧାରୁ ବଞ୍ଚିତ ମହୁଲପଡ଼ାବାସୀ

ନୂଆପଡ଼ା,୨୫।୬ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ସିଲ୍‌ଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡ଼ାବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ...

ଚୋରାଚାଲାଣ ହେଉଥିଲା କାଠ: ମାଡ଼ିବସିଲା ବନବିଭାଗ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନବିଭାଗ କର୍ମଚାରୀ ବୃନ୍ଦ ଜକର ପଞ୍ଚାୟତ ତେଣ୍ଟୁଆପଡା ଚୈତନ୍ୟ ପ୍ରସାଦ ଗ୍ରାମ ରାସ୍ତାରେ ଏକ କାଠ ବୋଝେଇ...

ଦାଦନ ଖଟିବାକୁ ଯାଇ ପଙ୍ଗୁ ହୋଇ ଫେରିଲେ: ସହାୟତା ପାଇଁ ଜିଲା ଶ୍ରମ ଅଧିକାରୀଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼, ୨୫ା୬ (ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ହରିହରପୁର ଗାଁର ଦୁଷ୍ମନ୍ତ ଜାଲ (୩୦) ପରିବାର ପ୍ରତିପୋଷଣ ପାଇଁ କେରଳ...

ନିଲାମ ହେଉନି, ବେଧଡ଼କ ଚାଲିଛି ଖଣି ଚୋରି

ଭବାନୀପାଟଣା, ୨ି୫ା୬(ଉତ୍ତମ କୁମାର ଦାଶ):ପ୍ରାକୃତିକ ସମ୍ପଦରେ ଭରପୂର କଳାହାଣ୍ଡି। ଜିଲାରେ ପରିପୂର୍ଣ୍ଣ ରହିଛି ବିଭିନ୍ନ ରତ୍ନପଥର ଓ ଖଣିଜ ସମ୍ପଦ। ଜିଲାରେ ମୋଟ ୧୪୨ଟି ବୃହତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri