Posted inଜାତୀୟ

ବିକଶିତ ଭାରତ ସଂକଳ୍ପ ଯାତ୍ରା: ସାମିଲ ହେଲେଣି କୋଟିଏରୁ ଅଧିକ

ନୂଆଦିଲ୍ଲୀ, ୯ା୧୨(ପିଆଇବି): ନଭେମ୍ବର ୧୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ଖୁଣ୍ଟିରେ ଶୁଭାରମ୍ଭ କରିଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ସାରା ଦେଶରେ ନାଗରିକମାନଙ୍କ ସହ ସମ୍ପକର୍ର୍ ବୃଦ୍ଧି ଉଦ୍ଦେଶ୍ୟରେ ଏକ ପରିବର୍ତ୍ତନକାରୀ ଅଭିଯାନ ରୂପେ ଉଭା ହୋଇଛି। ଉଦ୍‌ଘାଟନର ମାସକ ଭିତରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଛି।
ଇଲେକ୍ଟ୍ରୋନିକ ଓ ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ବିକଶିତ କଷ୍ଟମାଇଜ୍‌ଡ ପୋର୍ଟାଲରେ ପ୍ରଦତ୍ତ ତଥ୍ୟାନୁସାରେ ଡିସେମ୍ବର ୭ ସୁଦ୍ଧା ଏହି ଯାତ୍ରା ୩୬,୦୦୦ରୁ ଅଧିକ ଗ୍ରାମ ପଞ୍ଚାୟତ ପର୍ଯ୍ୟନ୍ତ ପହଞ୍ଚତ୍ସାରିଛି। ଏଥିରେ ୧ କୋଟିରୁ ଊର୍ଦ୍ଧ୍ୱ ନାଗରିକ ସାମିଲ ହୋଇଥିବା ଦେଖାଯାଇଛି। ଭାରତର ସର୍ବାଧିକ ଜନବହୁଳ ରାଜ୍ୟ ଉତ୍ତର ପ୍ରଦେଶର ୩୭ ଲକ୍ଷରୁ ଅଧିକ ଲୋକ ଯୋଗଦାନ କରିଛନ୍ତି। ସେହିପରି ମହରାଷ୍ଟ୍ରରୁ ୧୨.୭ ଓ ଗୁଜରାଟରୁ ୧୧.୫୮ ଲକ୍ଷ ସାମିଲ ହୋଇଛନ୍ତି। ଏପରି କି ଜମ୍ମୁ-କଶ୍ମୀରର ୯ ଲକ୍ଷ ଲୋକ ଏଥିରେ ମିଶିସାରିଲେଣି। ପ୍ରତିଦିନ ଯାତ୍ରାରେ ଯୋଗଦାନକାରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଯାତ୍ରାର ପ୍ରଥମ ସପ୍ତାହରେ ୫ ଲକ୍ଷ ନାଗରିକ ଭାଗନେଇଥିବାବେଳେ ୧୦ ଦିନ ଭିତରେ ସେମାନଙ୍କ ସଂଖ୍ୟା ୭୭ ଲକ୍ଷ ଟପିଥିବା ମନ୍ତ୍ରଣାଳୟ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି। ଦେଶବାସୀଙ୍କୁ ସରକାରୀ ଯୋଜନାଗୁଡ଼ିକର ସୁବିଧା ହାସଲ ପାଇଁ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସୂଚନା, ଶିକ୍ଷା ଓ ଯୋଗାଯୋଗ(ଆଇଭି) ଭ୍ୟାନ୍‌ଗୁଡ଼ିକୁ ନିୟୋଜିତ କରାଯାଇଛି। ଏହି ଯୋଜନାରେ କେନ୍ଦ୍ର ସରକାରଙ୍କ ପିଏମ୍‌ ଉଜ୍ୱଳା ସ୍କିମ୍‌ ଭଳି ମହିଳା କୈନ୍ଦ୍ରିକ ୪୬ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ସଚେତନା ହେଲେଣି। ଅଦ୍ୟାବଧି ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ବିଭିନ୍ନ ହେଲ୍‌ଥ କ୍ୟାମ୍ପରେ କରାଯାଇସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri