ଠିକାଦାର ହତ୍ୟା ମାମଲା: ରେଳଷ୍ଟେଶନରୁ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ

ବ୍ରହ୍ମପୁର ଅଫିସ,୧୮।୯: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ରିଷିପୁର ଗାଁର ଠିକାଦାର ପୂର୍ଣ୍ଣଚନ୍ଦ୍ର ନାହାକ ହତ୍ୟା ଘଟଣାରେ ଫେରାର ଥିବା ଅନ୍ୟତମ ହତ୍ୟାକାରୀଙ୍କୁ ପୋଲିସ ରବିବାର ବ୍ରହ୍ମପୁର ରେଳଷ୍ଟେଶନରୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ ରିଷିପୁର ଗାଁର ଅନନ୍ତ ବେହେରା (୨୧)।

ଅନନ୍ତ ରବିବାର ବିହାର ଯିବା ପାଇଁ ଟ୍ରେନ୍‌କୁ ଅପେକ୍ଷା କରିଥିଲେ। ପୋଲିସ ଆଗୁଆ ସୂଚନା ପାଇ ବ୍ରହ୍ମପୁର ରେଳଷ୍ଟେଶନରେ ଜଗି ରହିଥିଲା। ସେଠାରୁ ପୋଲିସ ଅନନ୍ତଙ୍କୁ ଗିରଫ କରିଥିଲା ବୋଲି ବ୍ରହ୍ମପୁର ଏସ୍‌ପି ଡ. ଶ୍ରବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ପୋଲିସ ତାଙ୍କଠାରୁ ହତ୍ୟାକାଣ୍ଡରେ ବ୍ୟବହୃତ ଏକ ବାଇକ୍‌ ସହ ହତ୍ୟା ବେଳେ ଅନନ୍ତଙ୍କ ପ୍ୟାଣ୍ଟ ଓ ଶାର୍ଟରେ ଲାଗିଥିବା ରକ୍ତଭିଜା କପଡ଼ାକୁ ଜବତ କରିଛି। ପୋଲିସ ହତ୍ୟା ମାମଲା (ନଂ.୪୨୨/୨୨)ରେ ଅଭିଯୁକ୍ତଙ୍କୁ ରବିବାର କୋର୍ଟ ଚାଲାଣ କରିଛି।

ସୂଚନାଯୋଗ୍ୟ, ଗତ ୧୫ ତାରିଖରେ ପୋଲିସ ହତ୍ୟାକାଣ୍ଡରେ ସମ୍ପୃକ୍ତ ରିଷିପୁର ଗ୍ରାମର ଭୀମ ବେହେରାଙ୍କ ସହ କୃଷ୍ଣ ବେହେରା(୫୦) ଓ ତାଙ୍କ ପୁଅ ସାଗର ବେହେରା(୨୬)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପ୍ରକାଶଥାଉ କି, ପୂର୍ଣ୍ଣଚନ୍ଦ୍ର ଏବଂ ଭୀମଙ୍କ ଗୋଷ୍ଠୀ ମଧ୍ୟରେ ପୂର୍ବରୁ ଏକ ମାମଲାକୁ ନେଇ ଅଶାନ୍ତି ଲାଗି ରହୁଥିଲା। ଗତ ୧୩ ତାରିଖରେ ପୂର୍ଣ୍ଣଚନ୍ଦ୍ର କୋର୍ଟକୁ ଆସୁଥିଲେ। ଭୀମ ମଧ୍ୟ କୋର୍ଟକୁ ଆସିବାର ଥିଲା। ଏହା ଜାଣି ଭୀମ ତାଙ୍କ ୩ ସହଯୋଗୀଙ୍କ ସହ ଗାଁରୁ ପୂର୍ଣ୍ଣଚନ୍ଦ୍ରଙ୍କୁ ପିଛା କରିଥିଲେ। ଗୋଲା ଚଣ୍ଡୀପଦର- ରେଗିଡି ଛକ ମଧ୍ୟରେ ଥିବା ଏକ ନିଛାଟିଆ ସ୍ଥାନରେ ଭୀମ ଓ ତାଙ୍କ ସହଯୋଗୀମାନେ ପୂର୍ଣ୍ଣଙ୍କ ଗାଡ଼ିକୁ ଅଟକାଇଥିଲେ। ପରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଘେରିଯାଇ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?