Posted inଫୁରସତ

ସ୍ବେଚ୍ଛାସେବା ଦ୍ୱାରା ବିଶ୍ୱର ବିକାଶ

ଅର୍ଥନୈତିକ ଏବଂ ସାମାଜିକ ବିକାଶ ପାଇଁ ଅନ୍ତର୍ଜାତୀୟ ସ୍ବେଚ୍ଛାସେବୀ ଦିବସ ପ୍ରତିବର୍ଷ ୫ ଡିସେମ୍ବରରେ ପାଳନ କରାଯାଏ। ୧୯୮୫ ମସିହାରେ ମିଳିତ ଜାତିସଂଘ ସାଧାରଣ ସଭା ଦ୍ୱାରା ଏହି ଦିବସ ପାଳନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସ୍ବେଚ୍ଛାସେବୀ ସଂଗଠନ ଏବଂ ବ୍ୟକ୍ତିଗତ ସ୍ବେଚ୍ଛାସେବୀମାନଙ୍କ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଏହା ଏକ ସୁଯୋଗ ପ୍ରଦାନ କରିଥାଏ। ସ୍ବେଚ୍ଛାସେବୀ କାର୍ଯ୍ୟକୁ ପ୍ରୋତ୍ସାହିତ କରିବା ତଥା ଏହି ଉଦ୍ୟମକୁ ସମର୍ଥନ କରିବା ନେଇ ଉକ୍ତ ଦିବସ ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଥାଏ।
ଜାତିସଂଘର ସ୍ବେଚ୍ଛାସେବୀ (ୟୁଏନ୍‌ଭି) କାର୍ଯ୍ୟକ୍ରମ ଦ୍ୱାରା ଅନ୍ତର୍ଜାତୀୟ ସ୍ବେଚ୍ଛାସେବୀ ଦିବସ ପାଳନ ପାଇଁ ସାଧାରଣ ସଭା ଦ୍ୱାରା ୧୭ ଡିସେମ୍ବର ୧୯୮୫ ରେ ରିଜୋଲ୍ୟୁଶନ ଏ/ଆର୍‌ଇଏସ୍‌/୪୦/୨୧୨ ମାଧ୍ୟମରେ ଗ୍ରହଣ କରାଯାଇଥିଲା।
ବିକାଶଶୀଳ ଅଭିଜ୍ଞତା ଏବଂ ସୁପାରିସକ୍ରମେ ମିଳିତ ଜାତିସଂଘର ସ୍ବେଚ୍ଛାସେବୀ (ୟୁଏନ୍‌ଭି) କାର୍ଯ୍ୟକ୍ରମ ଏକ ୫ବର୍ଷର ଅନ୍ତର୍ଜାତୀୟ ସ୍ବେଚ୍ଛାସେବୀ ଦିବସ ରଣନୀତିର ନେତୃତ୍ୱ ନେଇଥିଲା ଏବଂ ଏହାକୁ ବିଶ୍ୱସ୍ତରରେ ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରିବାକୁ ଲକ୍ଷ୍ୟ ରଖିଥିଲା ପ୍ରତିବର୍ଷ ଏହି ଦିବସ ଏକ ବାର୍ତ୍ତା ବହନ କରିଥାଏ। ଚଳିତ ବର୍ଷ ଏହି ଦିବସର ବାର୍ତ୍ତା ହେଉଛି, ସଭିଏଁ ଚାହିଁଲେ ଏହା ଏକ ସାମୂହିକ କାର୍ଯ୍ୟର ଶକ୍ତିର ଉତ୍ସ ହୋଇପାରିବ। ଯଦି ସମସ୍ତେ ସ୍ବେଚ୍ଛାସେବୀ ହେବେ, ତେବେ ବିଶ୍ୱ ଏକ ଜୀବନ ଧାରଣରେ ଭଲ ସ୍ଥାନ ହୋଇପାରିବ। ଏହା ଦ୍ୱାରା ସମଗ୍ର ବିଶ୍ୱର ବିକାଶ ସମ୍ଭବ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍‌ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା

ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri