ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ ମାତ୍ର ୨ କିଲୋମିଟର ଏବଂ ତହସିଲ କାର୍ଯ୍ୟାଳୟଠାରୁ ମାତ୍ର ୧ କିଲୋମିଟର ଦୂରରେ ଅବସ୍ଥିତ ୨ ନମ୍ବର ୱାର୍ଡର ‘ବଡ଼ଖମନପଡ଼ା’ ଆଜି ବି ମୌଳିକ ସୁବିଧାରୁ ବଞ୍ଚିତ ଅଛି। ଦେଶ ସାଧୀନତାର ୭୯ ବର୍ଷ ବିତିଯାଇଥିଲେ ହେଁ ଏହି ପଡ଼ାକୁ ଆଜି ପର୍ଯ୍ୟନ୍ତ ବିଜୁଳି ଖୁଣ୍ଟିଟିଏ ପହଞ୍ଚି ପାରିନାହିଁ। ପ୍ରାୟ ୧୦ଟି ପରିବାର ବସବାସ କରୁଥିବା ଏହି ପଡ଼ାରେ ବିଜୁଳି ସଂଯୋଗ ନ ଥିବାରୁ ଲୋକେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ପିଲାମାନେ ଲଣ୍ଠନ କିମ୍ବା ଡିବିରି ଆଲୁଅରେ ପାଠ ପଢିବାକୁ ବାଧ୍ୟ ହେଉଛନ୍ତି। ପ୍ରଶାସନିକ କାର୍ଯ୍ୟାଳୟଗୁଡ଼ିକ ଏହାର ଅତି ନିକଟରେ ଥିଲେ ମଧ୍ୟ ଏହି ଅନ୍ଧକାର ସାଧାରଣରେ ଆଶ୍ଚର୍ଯ୍ୟ ପ୍ରକଟ କରିଛି। ପାଣି ପାଇଁ ପଡ଼ାରେ ମାତ୍ର ଗୋଟିଏ ନଳକୂପ ରହିଛି। ହେଲେ ଗ୍ରୀଷ୍ମ ଦିନେ ଏହି ନଳକୂପରୁ ପାଣି ବାହାରୁ ନ ଥିବାରୁ ଲୋକେ ନାଳ ଓ ଝରଣାର ଅଶୁଦ୍ଧ ପାଣି ବ୍ୟବହାର କରୁଛନ୍ତି। ଫଳରେ ଏଠାରେ ଜଳବାହିତ ରୋଗର ଭୟ ଲାଗି ରହିଛି। ଏହି ପଡ଼ାର ରାସ୍ତାଘାଟ ଶୋଚନୀୟ ହୋଇ ପଡ଼ିଥିବାବେଳେ ଲୋକେ ଏବେ ବି ଦଦରା କୁଡ଼ିଆ ଘରେ ରହୁଛନ୍ତି। ପଡ଼ାରେ ପାଇଖାନା ସୁବିଧା ନଥିବା ବେଳେ ବୃଦ୍ଧବୃଦ୍ଧାମାନଙ୍କୁ ସରକାରୀ ଭତ୍ତା ମଧ୍ୟ ମିଳୁନଥିବା ଅଭିଯୋଗ ହୋଇଛି। ଏନେଇ ବାରମ୍ବାର ବ୍ଲକ ପ୍ରଶାସନକୁ ଗୁହାରି କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳିପାରୁ ନାହିଁ। ଏଣୁ ତୁରନ୍ତ ଏହି ପଡ଼ାକୁ ବିଜୁଳି ଆଲୁଅ, ଭଲ ରାସ୍ତା, ପାନୀୟ ଜଳ, ପକ୍କା ଘର ଏବଂ ପାଇଖାନା ଯୋଗାଇ ଦେବାକୁ ପଡ଼ାବାସୀ ଦୃଢ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri