ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ମାଓବାଦୀ ମୁକ୍ତ ପାଇଁ ଜୋରଦାର ଅପରେଶନ କରାଯାଇ ଦାରିଙ୍ଗବାଡି ଅଞ୍ଚଳରେ ଚଳପ୍ରଚଳ କରୁଥିବା ଟପ ମାଓବାଦୀ ନେତା ଶୁକ୍ରୁ ଓ ତାଙ୍କ ସାଥିମାନେ ଆତ୍ମସମର୍ପଣ କରିସାରିଛନ୍ତି। ଏବେ ଆଉ ମାଓବାଦୀଙ୍କ ଚଳପ୍ରଚଳ କିମ୍ବା ଦୌରାତ୍ମ୍ୟ ନାହିଁ। ଏବେ ଜିଲା ପ୍ରଶାସନ ବିକାଶ ପାଇଁ ପ୍ରୟାସ ଆରମ୍ଭ କରିଛି ଦୁର୍ଗମ ଅଞ୍ଚଳରେ ଜିଲା ପ୍ରଶାସନ ପହଞ୍ଚି ସେହି ଅଞ୍ଚଳର ବିକାଶ ଧାରାକୁ ତ୍ୱରାନ୍ବିତ କରିବାରେ ପଦକ୍ଷେପ ନେଇଛି।

ପ୍ରକାଶ ଯେ, କନ୍ଧମାଳ ଜିଲାପାଳ ବେଦଭୂଷଣ ଦିନିକିଆ ଦାରିଙ୍ଗବାଡି ଗସ୍ତରେ ଆସି ସେ ଉକ୍ତ ବ୍ଲକ ଅଞ୍ଚଳର ଏକଦା ମାଓବାଦୀଙ୍କ ପ୍ରଭାବ ରହିଥିବା ଭ୍ରମରବାଡି, ତାଜୁଙ୍ଗିଆ, ବାଡାବାଙ୍ଗା ଆଦି ପଞ୍ଚାୟତର ଘାଟି ତଥା ଜଙ୍ଗଲ ଅଞ୍ଚଳକୁ ଯାଇ ଉକ୍ତ ଅଞ୍ଚଳର ଚାଲିଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପଗୁଡିକ ବୁଲି ଦେଖିବା ସହ ଅଞ୍ଚଳର ବିକାଶ ସହ ଅଞ୍ଚଳବାସୀ କିଭଳି ସ୍ବରୋଜଗାରକ୍ଷମ ହୋଇପାରିବେ ଏବଂ ସ୍ବାବଲମ୍ବୀ ହୋଇପାରିବେ ସେ ନେଇ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି।

ପୂର୍ବରୁ ଏହି ସବୁ ଅଞ୍ଚଳର ଦୁର୍ଗମ ଗାଁକୁ ଜିଲା ପ୍ରଶାସନ ପହଞ୍ଚି ନ ଥିବା ସ୍ଥାନୀୟ ଲୋକ କହିଛନ୍ତି। ପର୍ଯ୍ୟଟକଙ୍କ ପାଇଁ ଏବେ ନୂଆ ଠିକଣା କୁହାଯାଉଥିବା ଭ୍ରମରବାଡ଼ିର ରିଣ୍ଡାବାଲି ଜଳପ୍ରପାତକୁ ଘାଟି କଟାଯାଇ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ତାକୁ ଜିଲାପାଳ ପରିଦର୍ଶନ କରିବା ସହ ତାର ଉନ୍ନତିକରଣ କାର୍ଯ୍ୟ ପାଇଁ ବିଡ଼ିଓ ପ୍ରୀତିରଞ୍ଜନ ରଥ ଜିଲାପାଳଙ୍କୁ ନିବେଦନ କରିଥିଲେ। ଏଥିରେ ଜିଲାପାଳ ସହମତି ପ୍ରକାଶ କରି ତାର ଅଟକଳ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏବେ ବିକଶିତ ଗାଁ ବିକଶିତ ଓଡିଶା ଯୋଜନାରେ ଅର୍ଥ ଖର୍ଚ୍ଚ କରାଯାଇ ଘାଟି ରାସ୍ତା ନିର୍ମାଣ କରାଯାଉଥିବା ବିଡ଼ିଓ କହିଛନ୍ତି।

ସେହିପରି ବହୁମୁଖୀ ଗ୍ରାମ୍ୟ ଜଳଯୋଗାଣ ଯୋଜନା ରେ କରାଯାଇଥିବା ବିଭିନ୍ନ ପ୍ରକଳ୍ପକୁ ଜିଲାପାଳ ଦେଖିବା ସହ ନୂତନ ଅଙ୍ଗନାୱାଡି କେନ୍ଦ୍ର ନିର୍ମାଣ କାର୍ଯ୍ୟକୁ ବୁଲି ଦେଖିଥିଲେ ଏବେ ୧୯ଟି ଅଙ୍ଗନାୱାଡି ଗୃହରୁ ୧୨ଟି ସମ୍ପୂର୍ଣ୍ଣ କାର୍ଯ୍ୟ ହୋଇଥିବା ବେଳେ ଅନ୍ୟ ୭ଟି ଶେଷ ପର୍ଯ୍ୟାୟ କାର୍ଯ୍ୟ ଚାଲିଛି ସେହି ମଧ୍ୟରୁ ବାଡାବାଙ୍ଗା ରେ ଅଙ୍ଗନାୱାଡି ଗୃହକୁ ଜିଲାପାଳ ବୁଲି ଦେଖିବା ସହ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଥିଲେ ପରେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ସମସ୍ତ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ। ଜିଲାପାଳଙ୍କ ସହ ବିଡ଼ିଓ ପ୍ରୀତିରଞ୍ଜନ ରଥ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ, ପରିମଳ ଓ ଜଳଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ କ୍ଷୀରୋଦ ରାଉତ, ବ୍ଲକ କନିଷ୍ଠ ଯନ୍ତ୍ରୀ ମନୋଜ ପୃଷ୍ଟି, ସୁଶାନ୍ତ ପ୍ରଧାନ, ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri