ବିକାଶ ନାଁରେ ଚାଲିଛି ହରିଲୁଟ

ନୂଆଗାଁ,୧୫।୧୨ (ଧନେଶ୍ୱର ସାହୁ): ପ୍ରତି ପଞ୍ଚାୟତ ଓ ଗାଁର ବିକାଶ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ସରକାର ଅନୁଦାନ ଦେଉଛନ୍ତି। କିନ୍ତୁ ତାହାକୁ ଠିକ୍‌ ଭାବେ ବିନିଯୋଗ ନ କରି ଅସତ୍‌ ଉପାୟରେ ତାହା ହରିଲୁଟ୍‌ ହେଉଛି । ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଏପରି ଚାଲିଥିବା ଅଭିଯୋଗ ହେଉଛି । ଏ ସଂକ୍ରାନ୍ତରେ ନୂଆଗାଁ ବ୍ଲକର ସଚେତନ ନାଗରିକ ଜିଲାପାଳ ଓ ବିଡିଓଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ନୂଆଗାଁ ବ୍ଲକ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ନିର୍ମାଣ ହୋଇଥିବା ବିଜୁ ଯୁବ ଭବନ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଚଳିତ ବର୍ଷ ମେ ୨୫ ରେ ରାଜ୍ୟର ବିଭିନ୍ନ ନିର୍ବାଚନ ମଣ୍ଡଳୀର ୧୨ ଜଣ ବିଧାୟକ ଓ ନୟାଗଡ଼ ଜିଲାପାଳଙ୍କ ଦ୍ୱାରା ଉଦ୍‌ଘାଟନ କରାଯାଇଛି । ବିଜୁ ଯୁବ ଭବନ ନିକଟରେ ଆମ ଓଡ଼ିଶା ନବୀନ ଓଡ଼ିଶା ଅନୁଦାନରେ ବ୍ଲକସ୍ତରୀୟ ଯୁବ ଉଦ୍ୟୋଗ ଭବନ ନିର୍ମାଣ କରିବା ନିମନ୍ତେ ଏକ ଫଳକ ତିଆରି ହୋଇଛି । ତେବେ ସେହି ଫଳକରେ ଲେଖାଥିବା ସୂଚନା ନୂଆଗାଁ ବ୍ଲକର ଦୁର୍ନୀତିକୁ ପଦାରେ ପକାଇଛି । କୌଣସି କାର୍ଯ୍ୟ ଆରମ୍ଭ ନ ହୋଇ ନଭେମ୍ବର ୧୬ରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ଦର୍ଶାଯାଇଛି । ଏ ବାବଦରେ ନୂଆଗାଁ ବ୍ଲକ ନିର୍ବାହୀ ଯନ୍ତ୍ରୀ ରାଜେନ୍ଦ୍ର ପଣ୍ଡାଙ୍କୁ ପଚାରିବାରେ ବର୍ତ୍ତମାନ ସୁଦ୍ଧା ତହସିଲଦାର ଜାଗା ଚିହ୍ନଟ କରି ନ ଥିବା କହିଛନ୍ତି। ସେହିଭଳି ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରୂପାନ୍ତରିକରଣ ପାଇଁ ସରକାର ୨୫ ଲକ୍ଷ ଟଙ୍କା ଅନୁଦାନ ଦେଇଥିବା ବେଳେ ସେଠାରେ ନିମ୍ନମାନର କାର୍ଯ୍ୟ ହେଉଛି । ଅନୁରୂପ ଭାବେ ବ୍ଲକ ଛକରେ ଯାତ୍ରୀ ବିଶ୍ରାମାଗାର ମରାମତି କରିବା ପାଇଁ ୭୫ ହଜାର ଟଙ୍କା ଦିଆଯାଇଥିବା ବେଳେ ସେଥିରୁ ଅଳ୍ପ କିଛି ଖର୍ଚ୍ଚରେ ନିମ୍ନମାନର କାର୍ଯ୍ୟ କରାଯାଇଥିବା ନେଇ ନୂଆଗାଁ ବ୍ଲକର ସଚେତନ ନାଗରିକ ମଞ୍ଚ ପକ୍ଷରୁ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରାଯାଇଛି। ଚାହାଳି ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ଅନେକ ଅନିୟମିତତା ହୋଇଥିବା ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଜଣେ ଜନ ପ୍ରତିନିଧି କ୍ଷୋଭର ସହ କହିଛନ୍ତି। ଅନାବଶ୍ୟକ ସ୍ଥାନରେ ପ୍ରାୟ ୧୦ ଲକ୍ଷ ଟଙ୍କା ବ୍ୟୟରେ ପ୍ରକଳ୍ପ ନିର୍ମାଣ କରିବା ପାଇଁ ସୂଚନା ଫଳକ ନିର୍ମାଣ ହୋଇଥିଲେ ମଧ୍ୟ ସଂପୃକ୍ତ ପଞ୍ଚାୟତ ଦାୟିତ୍ୱରେ ଥିବା ଯନ୍ତ୍ରୀ ଜାଣି ନ ଥିବା କହିଛନ୍ତି। ତେବେ ସୂଚନା ଫଳକରୁ ଦୁର୍ନୀତି ପାଇଁ ପ୍ରୟାସ ଚାଲିଥିବା ସ୍ପଷ୍ଟ ବାରି ହୋଇ ପଡୁଛି। ଏ ବାବଦରେ ନୂଆଗାଁ ବିଡିଓ ବାସୁଦେବ ନାୟକଙ୍କୁ ପଚାରିବାରେ କୌଣସି ଦୁର୍ନୀତିକୁ ପ୍ରଶୟ ଦିଆଯିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?