ବରିଷ୍ଠ ନାଗରିକଙ୍କ ବିନା ବିକାଶ ଅସମ୍ଭବ: ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୯।୮: ଝାରସୁଗଡ଼ା ଜିଲା ଏକ ଶିଳ୍ପ ସମୃଦ୍ଧ ଜିଲା ହୋଇଥିବା ବେଳେ ଏହାର ବିକାଶଧାରା ଜାରି ରହିଛି । ଝାରସୁଗୁଡାର ନୂତନ ନିର୍ମାଣରେ ବିମାନ ବନ୍ଦର, ରେଳ ଜଙ୍କସନ ଆଦି ରହିଥିବା ବେଳେ ହାର୍ଟ ହସ୍ପିଟାଲ, ମେଡିକାଲ୍‌ କଲେଜ ଆଦି ଅନୁଷ୍ଠାନ ଏଥିରେ ଯୋଡିହେବାକୁ ଯାଉଛି । ଆଗାମୀ ଦିନରେ ବରିଷ୍ଠ ନାଗରିକଙ୍କ ବିନା ଝାରସୁଗୁଡାର ବିକାଶ ଅସମ୍ଭବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଝାରସୁଗୁଡା ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ।

ସେ କହିଛନ୍ତି, ବରିଷ୍ଠ ନାଗରିକଙ୍କୁ ସରକାର ଅଧିକ ଗୁରୁତ୍ୱଦେଇ ତାଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସଂଘର କାର୍ଯ୍ୟାଳୟ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜମି ଯୋଗାଇ ଦିଆଯିବ। ଏନେଇ ଜିଲାପାଳଙ୍କ ନିକଟରେ ସଂଘ ଆବେଦନ କରିବା ପାଇଁ ମନ୍ତ୍ରୀ ଦାସ କହିଛନ୍ତି। ଏହି ଅବସରରେ ସହରର ମୁଖ୍ୟମାର୍ଗରେ ଥିବା ଏକ ହୋଟେଲରେ ସୋମବାର ସଂଘ ସଭାପତି ବାଳଗୋବିନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ସଂଘର ୧୫ତମ ପ୍ରତିଷ୍ଠା ଉତୟ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ମୁଖ୍ୟ ଅତିଥି, ମୁଖ୍ୟବକ୍ତା ବେଲପାହାଡ ଟାଟାକ୍ରୋସାକୀ ହସ୍ପିଟାଲ୍‌ ନିର୍ଦ୍ଦେଶକ ଡା. ଟିକେ ଦାଶ, ସମ୍ମାନିତ ଅତିଥି ଭାବେ ଜିଲାପାଳ ସରୋଜ କୁମାର ସାମଲ, ଅତିରିକ୍ତ ଏସ୍‌ପି ଲମ୍ବୋଦର ବୁଡା, ପଶ୍ଚିମ ଓଡ଼ିଶା ବରିଷ୍ଠ ନାଗରିକ ମହାସଂଘ ସଭାପତି ଟହଲୁ ସାହୁ, ସଂଘ ସମ୍ପାଦକ ତୁଳାରାମ ପଟେଲ ପ୍ରମୁଖ ମଞ୍ଚାସୀନ ଥିଲେ। ସଙ୍ଘ ଉପସଭାପତି ନରହରି ପଟେଲ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅନ୍ୟାନ୍ୟ କର୍ମକର୍ତ୍ତା ସହଯୋଗ କରିଥିଲେ। ଏଥିରେ ମୁଖ୍ୟ ଅତିଥି ସ୍ବାସ୍ଥ୍ୟମନ୍ତ୍ରୀ ଦାସ ବରିଷ୍ଠ ଡାକ୍ତର ଶଖାରାମ ଦୂବେ ଓ ବାୟୋଟେକ୍ନୋଲୋଜି ଓଜେଇଇରେ ରାଜ୍ୟ ଟପ୍ପର ହୋଇଥିବା ଝାରସୁଗୁଡା ପୁରୁଣାବସ୍ତିର ଛାତ୍ରୀ ଶୁଭଶ୍ରୀ ହୋତାଙ୍କୁ ଉତ୍ତୋରୀୟ ପ୍ରଦାନ କରି ଝାରସୁଗୁଡା ସମ୍ମାନରେ ସମ୍ନାନିତ କରିଥିଲେ। କାର୍ଯ୍ୟକ୍ରମରେ ସଂଘର ଶତାଧିକ ମହିଳା ଓ ପୁରୁଷ ସଦସ୍ୟା ସଦସ୍ୟ ଯୋଗ ଦେଇଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri