ବିଜ୍ଞାନ ବିନା ବିକାଶ ଅସମ୍ପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୨: ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲା ଜୟପୁରରେ ଜିଲା ବିଜ୍ଞାନ କେନ୍ଦ୍ର, ରାୟଗଡ଼ାରେ ପ୍ଲାନେଟାରିୟମ, କେନ୍ଦୁଝର ଜିଲା ଘଟଗାଁରେ ଜିଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ,ମୟୂରଭଞ୍ଜ ଜିଲା ବାରିପଦାଠାରେ ଜିଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ ଉଦ୍‌ଘାଟନ କରିଛନ୍ତି। ଏଥିସହିତ କଳାହାଣ୍ଡି, ବୌଦ୍ଧ, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ଗଜପତି, ନୂଆପଡ଼ା ଏବଂ ଜଗତ୍‌ସିଂହପୁର ଜିଲା ବିଜ୍ଞାନ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି।
କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜ୍ଞାନ ଓ ବିକାଶ ସମତାଳରେ ଆଗକୁ ବଢ଼ିଥାଏ। ବିଜ୍ଞାନ ବିନା ବିକାଶ ଅସମ୍ପୂର୍ଣ୍ଣ । ପ୍ରତିଦିନ ବିଜ୍ଞାନ ଓ ବୈଷୟିକ ଜ୍ଞାନକୌଶଳ ସମାଜର ବିଭିନ୍ନ କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି। ଶିକ୍ଷା କ୍ଷେତ୍ରରେ ଏହାର ବିଶେଷ ଗୁରୁତ୍ୱ ରହିଛି। ୫-ଟି ସ୍କୁଲ ରୂପାନ୍ତରଣରେ ଆଜି ବୈଷୟିକ ଜ୍ଞାନକୌଶଳକୁ ବ୍ୟବହାର କରି ସ୍ମାର୍ଟ କ୍ଲାସ୍‌ ରୁମ୍‌, ଇ- ଲାଇବ୍ରେରି, ମଡର୍ନ ଲାବୋରେଟୋରି ଆଦି ବିକାଶ କରାଯାଇଛି। ବିଜ୍ଞାନକୁ ଲୋକପ୍ରିୟ କରିବା ଓ ବୈଷୟିକ ଜ୍ଞାନକୌଶଳ ବ୍ୟବହାରରେ ବୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତି ଜିଲାରେ ବିଜ୍ଞାନ କେନ୍ଦ୍ର ଖୋଲିବା ଲାଗି ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ପ୍ଲାନେଟାରିୟମ ତଥା ସ୍କୁଲଗୁଡ଼ିକରେ ଇନୋଭେଶନ ସେଣ୍ଟର ଖୋଲିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ଆଗାମୀ ଦିନରେ ଭଦ୍ରକରେ ବିଜ୍ଞାନ କେନ୍ଦ୍ର ଏବଂ ବଲାଙ୍ଗୀର, ସୁନ୍ଦରଗଡ଼ ଓ ଗଞ୍ଜାମ ଜିଲାରେ ବିଜ୍ଞାନ କେନ୍ଦ୍ର ସହିତ ପ୍ଲାନେଟାରିୟମ ମଧ୍ୟ ଖୋଲାଯିବ। ଏହିସବୁ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ ପିଲାମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ମୁଁ ଚାହେଁ ମୋ ରାଜ୍ୟର ପିଲାମାନେ ବିଜ୍ଞାନ ଓ ବୈଷୟିକ ଜ୍ଞାନକୌଶଳ କ୍ଷେତ୍ରରେ ଆଗରେ ରୁହନ୍ତୁ, ଦକ୍ଷ ହୁଅନ୍ତୁ ଓ ଓଡ଼ିଶାର ସୁନାମ ବୃଦ୍ଧି କରନ୍ତୁ। ଏଥିସହିତ ମୁଖ୍ୟମନ୍ତ୍ରୀ ନୂଆ ଓଡ଼ିଶା ଗଠନର ସ୍ବପ୍ନକୁ ସାକାର କରିବା ପାଇଁ ସମ୍ମିଳିତ ଭାବେ କାମ କରିବା ଲାଗି ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri