ବିକାଶ ଅପହଞ୍ଚ, ରାସ୍ତା ପାଲଟିଛି ମରଣଯନ୍ତା

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ଗାଁକୁ ପକ୍କା ରାସ୍ତା ନିର୍ମାଣ ପାଇଁ କୁଢ଼କୁଢ଼ ଯୋଜନା ହେଉଛି। କିନ୍ତୁ ଏହି ଯୋଜନା ଗ୍ରୀନବାଡ଼ି ପଞ୍ଚାୟତର ଜିଡ଼ିଙ୍ଗମାଲା ଏବଂ ଦନେକବାଡ଼ି ପଞ୍ଚାୟତର କଟଡ଼ି ଗ୍ରାମବାସୀଙ୍କ ପାଇଁ ସ୍ବପ୍ନ ହୋଇରହିଛି।

ପ୍ରକାଶ ଯେ, ଜିଡ଼ିଙ୍ଗମାଲାଠାରୁ କଟଡ଼ି ପର୍ଯ୍ୟନ୍ତ ପ୍ରାୟ ୪ କିମି ମାଟି ରାସ୍ତା ରହିଛି। କିନ୍ତୁ ରାସ୍ତା ସାରା ବଡ଼ବଡ଼ ପଥର ବାହାରି ରହିଥିବା ବେଳେ ବଡ଼ବଡ଼ ଖାଲଖମା ହୋଇରହିଛି। ୨ ଚକିଆ ହେଉ କି ଅଟୋ ସେହି ରାସ୍ତାରେ ଯାତାୟାତ ସମ୍ଭବ ହେଉନାହିଁ। ଏମିତିକି ପାଦରେ ଚାଲି ଯିବା ପାଇଁ ମଧ୍ୟ ଲୋକଙ୍କୁ କସରତ କରିବାକୁ ପଡୁଛି।

ଏନେଇ ଅଞ୍ଚଳବାସୀ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଜିଲା ପ୍ରଶାସନ ପର୍ଯ୍ୟନ୍ତ ବାରମ୍ବାର ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ଫଳ ଶୂନ ବୋଲି ଗ୍ରାମବାସୀ କହିଛନ୍ତି। ଉଭୟ ଗାଁକୁ ଜରୁରୀକାଳିନ ପରିସ୍ଥିତିରେ ଆମ୍ବୁଲାନ୍ସରେ ରୋଗୀଙ୍କୁ ନେବାକୁ ହେଲେ ଅନ୍ୟ ବାଟ ଦେଇ ବୁଲିବୁଲି ଯିବାକୁ ପଡୁଛି। ଶୀଘ୍ର ଉକ୍ତ ରାସ୍ତା ମରାମତି କରାଯିବା ସହ ପକ୍କା ରାସ୍ତା କରାଯିବା ପାଇଁ ଦାବି ହୋଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ: ‘ସର୍ତ୍ତ ନ ମାନିଲେ ସିଧା ମୁଣ୍ଡ ଉପରେ ପକାଇବୁ ବୋମା’

ନୂଆଦିଲ୍ଲୀ,୧୭।୬: ଇରାନ ସହିତ ଚାଲିଥିବା ଆଲୋଚନା ଏବଂ ଚୁକ୍ତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ବୟାନ ପୁଣି ଥରେ ଯୁଦ୍ଧ ଚିନ୍ତାକୁ ବଢ଼ାଇ ଦେଇଛି।…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri