‘ସମସ୍ତଙ୍କ ସହଯୋଗରେ ବିକାଶ ସମ୍ଭବ’

ଢେଙ୍କାନାଳ ଅଫିସ,୧୨।୩ ଢେଙ୍କାନାଳ ଜିଲାରେ ଉନ୍ନୟନମୂଳକ ଯୋଜନାର ସଫଳ ରୂପାୟନ ନିମନ୍ତେ ସୋମବାର ଜିଲା କାର୍ଯ୍ୟାଳୟ ଓସ୍‌ୱାନ୍‌ ଭିଡିଓ କନଫରେନ୍ସିଂ ହଲ୍‌ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ଯୋଗଦେଇ ସମସ୍ତଙ୍କ ସହଯୋଗରେ ଜିଲାର ସାମଗ୍ରିକ ବିକାଶ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ। ତେବେ ଏ ଦିଗରେ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ନିଜ ନିଜ ଅଞ୍ଚଳର ଅଭାବ ଅସୁବିଧାକୁ ଦୃଷ୍ଟିରେ ରଖି ଯୋଜନା ଓ ପ୍ରକଳ୍ପ ପ୍ରସ୍ତାବ ଦେବାକୁ ସେ ପରାମର୍ଶ ଦେଇଥିଲେ। ବୈଠକରେ ଉପସ୍ଥିତ ଜିଲାପାଳ ସରୋଜ କୁମାର ସେଠୀ କାମାକ୍ଷାନଗର, ଭୁବନ, କଙ୍କଡାହାଡ ଓ ପରଜଙ୍ଗ ବ୍ଲକର ନିର୍ବାଚିତ ପ୍ରତିନିଧିଙ୍କ ସହିତ ଆଲୋଚନା କରିଥିଲେ। ଜିଲାରେ ଅସମ୍ପୂର୍ଣ୍ଣ ରହିଯାଇଥିବା ପ୍ରକଳ୍ପଗୁଡ଼ିକୁ ଶୀଘ୍ର ଶେଷକରିବାକୁ ପରାମର୍ଶ ଦେଇଥିଲେ। ଜିଲାର ସମସ୍ତ ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ୪୬ଜଣ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିବାବେଳେ ସେମାନଙ୍କ ସହିତ ସମନ୍ବୟ ରକ୍ଷା କରି ଯୋଜନା ପ୍ରସ୍ତୁତି ଓ ସଫଳ ରୂପାୟନ ଦିଗରେ ଧ୍ୟାନ ଦେବାକୁ କହିଥିଲେ। ଚଳିତବର୍ଷ ଶେଷ ସୁଦ୍ଧା ଜିଲାର ସମସ୍ତ ଘରକୁ ପାଇପ୍‌ ପାନୀୟଜଳ ଯୋଗାଣ ଓ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ସହଯୋଗ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ, ରେଭିନ୍ୟୁ ରେଷ୍ଟହାଉସ, ବସ୍‌ଷ୍ଟାଣ୍ଡ, ଗ୍ରାମ୍ୟରାସ୍ତା ଓ ରୁରାଲ ପାର୍କ ନିର୍ମାଣ ସମ୍ପର୍କରେ ସୂଚନା ଦେଇଥିଲେ। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଶ୍ରମିକମାନଙ୍କୁ ରୋଜଗାରକ୍ଷମ କରାଇବା ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ସାଫଲ୍ୟ ମଣ୍ଡିତ ପ୍ରଧାନ କହିଥିଲେ। ଗର୍ଭବତୀ ଓ ଶିଶୁମାନଙ୍କ ଅପପୁଷ୍ଟି ରୋକିବା, ଜଳକ୍ଲିଷ୍ଟ ଅଞ୍ଚଳରେ ପାନୀୟଜଳ ବ୍ୟବସ୍ଥା ସହିତ ଆବଶ୍ୟକସ୍ଥଳେ ଜଳଛତ୍ର ଖୋଲିବାକୁ ପରାମର୍ଶ ଦିଆଯାଇଥିଲା। ବୈଠକରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସ, ଜିଲା ଗ୍ରାମ୍ୟ ଜଳଯୋଗାଣ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା, ବିଡିଓ, ତହସିଲଦାର ଓ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ଜିଲାର ସମସ୍ତ ଚିକିତ୍ସାଳୟ କର୍ମକର୍ତ୍ତା ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?