ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ଉଦ୍ଦେଶ୍ୟରେ ବିକାଶ ଧାରା ଓଡ଼ିଶା ସାରା ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ ବ୍ଲକ ପରିସରରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି।

ରାଜ୍ୟ ଅନୁସୂଚିତ ଜାତି ଜନଜାତି ସଂଖ୍ୟାଲଘୁ ଓ ପଛୁଆବର୍ଗ ମଙ୍ଗଳ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ କର୍ଲାମୁଣ୍ଡା ବ୍ଲକ ବିଡ଼ିଓ ସୁଚରିତା ମୁଗ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଏବଂ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ହାସଲ ହୋଇଥିବା ବିଭିନ୍ନ ସଫଳତା ଉପରେ ଆଲୋକପାତ କରିଥିଲେ।

ଅନୁଷ୍ଠିତ ସଭାରେ ବ୍ଲକ ଉପାଧ୍ୟକ୍ଷ ତଥା ଆଦିବାସୀ ବ୍ଲକ ସଭାପତି ସୁରେନ୍ଦ୍ର ଭୋଇ, ଭାଜପା ମଣ୍ଡଳ ସଭାପତ ଡୋଳାମଣି ଭୋଇ, ବରୁଣ ଛତିଆ, ଇନ୍ଦ୍ରମଣି କହଁର, ନାଏକ ସରପଞ୍ଚ କେତକୀ ଦୀପ, ରିଷିଡ଼ା ସରପଞ୍ଚ ସେବତୀ ରଣା, ମଧୁସୂଦନ ବାଗ ପ୍ରମୁଖ ମଞ୍ଚାସୀନ ଥିଲେ।

ସଭାରେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା କଳାକାରଏବଂ ସମାଜସେବୀ, ବୈଦିକ, ଜ୍ୟୋତିଷ, ସଫଳ ଚାଷୀ, ଚିତ୍ରଶିଳ୍ପୀଙ୍କୁ ସମ୍ମାନିତ କରାଯାଇଥିଲା। ସଭାରେ ଶତାଧିକ ମହିଳା ଏବଂ ପୁରୁଷ ଉପସ୍ଥିତ ଥିଲେ। ତ୍ରିଭୁବନ ମାଝୀ ଓ ମଧୁସୂଦନ ବାଗ ମଞ୍ଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?