Posted inଖେଳ

କ୍ରିକେଟରଙ୍କ ଉନ୍ନତିରେ କ୍ରିକେଟର ବିକାଶ

ଭୁବନେଶ୍ୱର,୨୭ା୪(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ପୁରୁଷ ସିନିୟର କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବରେ ନିଯୁକ୍ତ ହୋଇଥିବା ଦୀନେଶ ମୋଙ୍ଗିଆ ବୁଧବାର ଓଡ଼ିଶାରେ ପହଞ୍ଚିବା ସହିତ ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ। ଏହି ଅବସରରେ ମୋଙ୍ଗିଆ ଓଡ଼ିଶା କ୍ରିକେଟ ପାଇଁ ତାଙ୍କର ଯୋଜନା ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ। ପ୍ରଥମେ ସେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କ୍ରିକେଟ ପରାମର୍ଶଦାତା କମିଟି, ସଭାପତି, ସମ୍ପାଦକ ଓ ଅନ୍ୟାନ୍ୟ ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ। ରଣଜୀ ଟ୍ରଫି ଫାଇନାଲରେ ପହଞ୍ଚିବା ଓସିଏର ପ୍ରଥମ ଲକ୍ଷ୍ୟ ବୋଲି ସେ କହିଥିଲେ। ଓଡ଼ିଶାରେ କ୍ରିକେଟରେ ବିକାଶ ପାଇଁ ପ୍ରଥମେ କ୍ରିକେଟର ମାନଙ୍କ ଉନ୍ନତିର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ଏହା ସହିତ ଆଗାମୀ ଦିନରେ ଏକ ସ୍ପିନର ଟ୍ୟାଲେଣ୍ଟ ହଣ୍ଟ କାର୍ଯ୍ୟକ୍ରମ କରାଯିବା ନେଇ ମୋଙ୍ଗିଆ ସୂଚନା ଦେଇଥିଲେ। ସମସ୍ତ ଯୁବ ପ୍ରତିଭାଙ୍କ ନିକଟରେ ଏହା ଏକ ପ୍ରକୃଷ୍ଟ ସୁଯୋଗ ବୋଲି କହିବା ସହ ଭବିଷ୍ୟତ ପାଇଁ ଭଲ ସ୍ପିନର ଖୋଜିବାରେ ଏହା ମୁଖ୍ୟ ଭୂମିକା ଗ୍ରହଣ କରିବ। ଓଡ଼ିଶା ଟିମ୍‌ରେ ପ୍ରତିଭାର କୌଣସି ଅଭାବ ନଥିବା ସେ ଅନୁଭବ କରନ୍ତି। ବିଗତ ବର୍ଷର ଫାଇନାଲିଷ୍ଟ ବେଙ୍ଗଲକୁ ଦଳ ଯେଉଁଭଳି ପରାସ୍ତ କରିଥିଲା ଚଳିତ ସିଜନରେ ସମସ୍ତ ଖେଳାଳି ସମାନ ଢଙ୍ଗରେ ପ୍ରଦର୍ଶନ ଦେବା ନେଇ ସେ ଆଶା କରୁଥିବା କହିଥିଲେ ମୋଙ୍ଗିଆ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri