ପୁଞ୍ଜି ନିବେଶକାରୀଙ୍କ ଜରିଆରେ ହେବ କନ୍ଧମାଳର ବିକାଶ

ଦାରିଙ୍ଗବାଡ଼ି,୨୭ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ପରିସରରେ ଗୁରୁବାର ପୂର୍ବାହ୍ନରେ ୨ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଶୁଭ ଉଦ୍‌ଘାଟନ ହୋଇଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିବା ବେଳେ ଅନ୍ୟତମ ଅତିଥିଙ୍କ ମଧ୍ୟରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ, ଜିଲାପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲିକ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବାଲିଗୁଡ଼ା ଉପଜିଲାପାଳ ଡଃ ରୀନା ପ୍ରଧାନ, ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ଜେନା ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଆରମ୍ଭରୁ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ଜେନା ବିବରଣୀ ପଠନ କରି ଦାରିଙ୍ଗବାଡ଼ିର ପର୍ଯ୍ୟଟନ କ୍ଷେତ୍ର ସହ ଜୈବିକ ପଦ୍ଧତିରେ କରାଯାଉଥିବା ଚାଷ ହଳଦୀ, ଅଦା, କଫି, ପନିପରିବା ଆଦି ସମ୍ପର୍କରେ ଉପସ୍ଥିତ ପୁଞ୍ଜି ନିବେଶକାରୀ ଓ ନିମନ୍ତ୍ରିତ ଅତିଥିଙ୍କ ଉଦ୍ଦେଶ୍ୟରେ ପ୍ରକାଶ କରିଥିଲେ। ଦାରିଙ୍ଗବାଡ଼ିର ବିକାଶ ତଥା ଅଞ୍ଚଳବାସୀଙ୍କ ଜୀବନଜୀବିକା ସ୍ବାବଲମ୍ବୀ କରିବା ପାଇଁ କୃଷି, ପର୍ଯ୍ୟଟନକ୍ଷେତ୍ର ସମେତ ସରକାରୀ-ଶିଳ୍ପ ସଂଳାପ, ବିଭିନ୍ନ କ୍ଷେତ୍ରରେ ଆତିଥ୍ୟ ବ୍ୟବସ୍ଥା, ବିଭିନ୍ନ ବ୍ୟବସାୟିକ କ୍ଷେତ୍ରରେ ହିତାଧିକାରୀ ନେଟଓ୍ବାର୍କିଂ ସୁଯୋଗ,ଏଗ୍ରୋ-ଟୁରିଜିମ୍‌ରେ ଅର୍ଥ ବିନିଯୋଗ ଓ ଏହାର ଫାଇଦା, ବିନିଯୋଗ ଜୋନ୍‌ ଟୁର୍‌ ଏବଂ କନ୍ଧମାଳରେ ଅମଳ ହେଉଥିବା ବିଭିନ୍ନ ସାମଗ୍ରୀ ତଥା ହଳଦୀ, ତେନ୍ତୁଳି, ଷ୍ଟ୍ରବେରୀ,କଫି,ମାଣ୍ଡିଆ, ଆମ୍ବ, ଲିଚୁ, ପଣସ, ଆଦିରୁ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରଗୁଡ଼ିକରେ କିଭଳି ଅର୍ଥ ବିନିଯୋଗ କରି ପୁଞ୍ଜି ନିବେଶକାରୀଙ୍କ ଜରିଆରେ କନ୍ଧମାଳର ବିକାଶ କରାଯାଇପାରିବ ଏଥିପାଇଁ ନିବେଶକାରୀଙ୍କୁ ଜଳ, ଜଙ୍ଗଲ,ଜମି ଆବଶ୍ୟକ ଭିତ୍ତିଭୂମି ଯୋଗାଇଦେବାକୁ ସରକାର ଯୋଜନା କରିଥିବା କୁହାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଯାପିତ ହେବ। କାର୍ଯ୍ୟକ୍ରମରେ ନିମନ୍ତ୍ରିତ ଅତିଥି, ପୁଞ୍ଜିନିବେଶକାରୀମାନେ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri